Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଗ୍ନିବୀରଙ୍କ ନିମନ୍ତେ ଶିକ୍ଷା ଓ ତାଲିମକୁ ସ୍ୱୀକୃତି: ସ୍ନାତକ ଡିଗ୍ରୀ ପାଇଁ ବିଚାରକୁ ନେବ ଶିକ୍ଷା ମନ୍ତ୍ରଣାଳୟ
ଆଜିର ଖବର

ଅଗ୍ନିବୀରଙ୍କ ନିମନ୍ତେ ଶିକ୍ଷା ଓ ତାଲିମକୁ ସ୍ୱୀକୃତି: ସ୍ନାତକ ଡିଗ୍ରୀ ପାଇଁ ବିଚାରକୁ ନେବ ଶିକ୍ଷା ମନ୍ତ୍ରଣାଳୟ

June 15, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ ଜୁନ ୧୪, ୨୦୨୨ ଦିନ ଭାରତୀୟ ଯୁବକ ଯୁବତୀମାନଙ୍କ ନିମନ୍ତେ ଏକ ଆକର୍ଷଣୀୟ ନିଯୁକ୍ତି ଯୋଜନାକୁ ଅନୁମୋଦନ କରିଛି। ଏହାଫଳରେ ଭାରତୀୟ ଯୁବକ ଯୁବତୀମାନେ ସଶକ୍ତ ସେନା ଅଗ୍ନିପଥରେ ଯୋଗଦେବେ ଓ ଏଥିରେ ବଛା ଯାଉଥିବା ପ୍ରାର୍ଥୀମାନେ ଅଗ୍ନିବୀର ଭାବେ ବିବେଚିତ ହେବେ। ଅଗ୍ନିପଥ ଉତ୍ସାହୀ ଓ ଦେଶପ୍ରେମୀ ଯୁବକ ଯୁବତୀଙ୍କୁ ସଶକ୍ତ ସେନାରେ କାର୍ଯ୍ୟ କରିବାକୁ ଚାରିବର୍ଷ ନିମନ୍ତେ ଅନୁମତି ଦେବ। ଅଗ୍ନିପଥ ଯୋଜନା ସଶକ୍ତ ସେନାରେ ଏକ ଯୁବ ସୁଲଭ ଦୃଶ୍ୟପଟ ସୃଷ୍ଟି ପାଇଁ କରାଯାଇଛି।

ଭବିଷ୍ୟତରେ ବୃତ୍ତିଗତ ଅଭିଳାଷ ରଖିଥିବା ଆମର ଅଗ୍ନିବୀରମାନଙ୍କୁ ବିଭିନ୍ନ ବେସାମରିକ କାର୍ଯ୍ୟରେ ନିୟୋଜିତ କରିବାକୁ ଦୃଷ୍ଟିରେ ରଖି ଶିକ୍ଷା ମନ୍ତ୍ରାଳୟ ଏକ ସ୍ୱତନ୍ତ୍ର ଯୋଜନା ଆରମ୍ଭ କରିଛି। ଏହି ତିନିବର୍ଷିଆ କୌଶଳ ବିକାଶ ଭିତ୍ତିକ ସ୍ନାତକ ଉପାଧି କାର୍ଯ୍ୟକ୍ରମରେ ସେମାନଙ୍କ ସେନାରେ ନେଇଥିବା କୌଶଳଗତ ତାଲିମକୁ ବେସାମରିକ କ୍ଷେତ୍ରରେ ନିଯୁକ୍ତି କାଳରେ ବିଚାରକୁ ନିଆଯିବ।

ଇଗନୋ ପକ୍ଷରୁ ପ୍ରସ୍ତୁତ ଏହି କାର୍ଯ୍ୟକ୍ରମକୁ ଇଗନୋ ହିଁ କାର୍ଯ୍ୟକାରୀ କରୁଥିବା ବେଳେ ସ୍ନାତ୍ତକ ଉପାଧି ନିମନ୍ତେ ଆବଶ୍ୟକ ଶତକଡ଼ା ୫୦ ଭାଗ ଗୁରୁତ୍ୱ ଅଗ୍ନିବୀରମାନେ ଚାକିରି କ୍ଷେତ୍ରରେ ହାସଲ କରିଥିବା ତାଲିମରୁ ହିଁ ଦିଆଯିବ। ଅଗ୍ନିବୀର ପାଇଥିବା ବୈଷୟିକ ବା ଅଣ ବୈଷୟିକ ତାଲିମରୁ ଶତକଡ଼ା ୫୦ ଭାଗ ବିଚାରକୁ ନିଆଯାଉଥିବା ବେଳେ ଅବଶିଷ୍ଟ ୫୦ ଭାଗ ସେମାନେ ପଢୁଥିବା ବିଭିନ୍ନ ପାଠ୍ୟକ୍ରମ ଉପରେ ନିର୍ଭର କରିବ। ଏ ବିଷୟଗୁଡ଼ିକ ହେଲା ଭାଷାତତ୍ତ୍ୱ, ଅର୍ଥନୀତି, ଇତିହାସ, ରାଜନୀତି ବିଜ୍ଞାନ, ସାଧାରଣ ପ୍ରଶାସନ, ସମାଜତତ୍ତ୍ୱ, ଗଣିତ, ଶିକ୍ଷା, ବାଣିଜ୍ୟ, ପର୍ଯ୍ୟଟନ, ବୃତ୍ତିଗତ ଶିକ୍ଷା, କୃଷି ଓ ଜ୍ୟୋତି ଓ ପରିବେଶ ଶିକ୍ଷା ଓ ଇଂରାଜୀରେ ଯୋଗାଯୋଗ କୌଶଳ ଭଳି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମ ମାନ ଅନ୍ତର୍ଭୁକ୍ତ। ଏହି କାର୍ଯ୍ୟକ୍ରମଗୁଡ଼ିକ ୟୁଜିସି ନିୟମ ଅଧିନ ଓ ଜାତୀୟ ଶିକ୍ଷାନୀତି ୨୦୨୨ର ଜାତୀୟ କ୍ରେଡିଟ ଫ୍ରେମୱାର୍କ/ ଜାତୀୟ କୌଶଳ ଯୋଗ୍ୟତା ଫ୍ରେମୱାର୍କ (ଏନଏସକିଉଏଫ) ସହ ଯୋଡ଼ା ଯାଇଛି। ଏହାର ବହୁମୁଖୀ ପ୍ରସ୍ଥାନ ଦିଗ ମଧ୍ୟ ରହିଛି। ପ୍ରଥମ ବର୍ଷ ପାଠ୍ୟକ୍ରମ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିଲେ ନିମ୍ନ ସ୍ନାତ୍ତକ ପ୍ରମାଣପତ୍ର, ପ୍ରଥମ ଓ ଦ୍ୱିତୀୟ ବର୍ଷ ନିମ୍ନ ସ୍ନାତ୍ତକ ଡିପ୍ଲୋମାର ସଫଳତାର ସହ ଉତ୍ତୀର୍ଣ୍ଣ ଓ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତିନି ବର୍ଷର ସମ୍ପୂର୍ଣ୍ଣ ପାଠ୍ୟକ୍ରମ ସମାପନ।

ଏହି କାର୍ଯ୍ୟକ୍ରମର ଢାଞ୍ଚାକୁ ବିଭିନ୍ନ ନିୟାମକ ସଂସ୍ଥା ସ୍ୱୀକୃତି ପ୍ରଦାନ କରିଛନ୍ତି- ସର୍ବଭାରତୀୟ ବୈଷୟିକ ଶିକ୍ଷା ପରିଷଦ (ଏଆଇସିଟିଇ) ଓ ଜାତୀୟ ବୃତ୍ତିଗତ ଶିକ୍ଷା ଓ ତାଲିମ ପରିଷଦ (ଏନସିଭିଇଟି) ଏବଂ ୟୁଜିସି। ୟୁଜିସିର ବିଭିନ୍ନ ନାମ ପଦ୍ଧତି ଅନୁସାରେ ସ୍ନାତ୍ତକ ଉପାଧି ପ୍ରଦାନ ଇଗନୋ ଦ୍ୱାରା କରାଯିବ (ବିଏ, ବି କମ, ବିଏ(ବୃତ୍ତିଗତ) ବିଏ (ପର୍ଯ୍ୟଟନ ପରିଚାଳନା) ଓ ଏହି ଉପାଧି ଓ ଭାରତ ବାହାରେ ଶିକ୍ଷା ଓ କର୍ମ ସଂସ୍ଥାନ ପାଇଁ ଅଧିସ୍ୱୀକୃତି ହେବ।

ଯୋଜନାକୁ ତ୍ୱରାନ୍ୱିତ କରିବା ପାଇଁ ସ୍ଥଳ ସେନା, ନୌସେନା ଓ ବାୟୁସେନା ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗନୁ) ସହ ବୁଝାମଣାପତ୍ର ସ୍ୱାକ୍ଷର କରିବେ।

'ଅଗ୍ନିବୀର ଅଗ୍ନିପଥ କେନ୍ଦ୍ର କ୍ୟାବିନେଟ ଶିକ୍ଷା ଓ ତାଲିମ ଶିକ୍ଷା ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜଧାନୀରେ ସିରିଜ ଦୁର୍ଘଟଣା

April 24, 2026

ପେଟିଏମ ପେମେଣ୍ଟସ ବ୍ୟାଙ୍କ ଲାଇସେନ୍ସ ରଦ୍ଦ

April 24, 2026

ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡାଦେଶ

April 24, 2026

ଗଛକୁ ପିଟିଲା ସ୍କୁଟି: ଜଣେ ମୃତ

April 24, 2026
Latest News

ରାଜଧାନୀରେ ସିରିଜ ଦୁର୍ଘଟଣା

April 24, 2026

ପେଟିଏମ ପେମେଣ୍ଟସ ବ୍ୟାଙ୍କ ଲାଇସେନ୍ସ ରଦ୍ଦ

April 24, 2026

ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡାଦେଶ

April 24, 2026

ଗଛକୁ ପିଟିଲା ସ୍କୁଟି: ଜଣେ ମୃତ

April 24, 2026

ବନବିଭାଗ କର୍ମଚାରୀଙ୍କୁ ନିର୍ଧୂମ ପିଟିଲେ

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.