Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀ, କୋଣାର୍କ ଓ ଖିଚିଂରେ ଆୟୋଜିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସ, ଯୋଗଦେବେ ତିନି କେନ୍ଦ୍ର ମନ୍ତ୍ରୀ
ଆଜିର ଖବର

ପୁରୀ, କୋଣାର୍କ ଓ ଖିଚିଂରେ ଆୟୋଜିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସ, ଯୋଗଦେବେ ତିନି କେନ୍ଦ୍ର ମନ୍ତ୍ରୀ

June 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଯୋଗକୁ ସାରା ବିଶ୍ବରେ ଲୋକପ୍ରିୟ କରାଇବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ପ୍ରମୁଖ ଭୂମିକା ରହିଛି। ପ୍ରଧାନମନ୍ତ୍ରୀଙ୍କ ଅନୁରୋଧକୁ ରକ୍ଷା କରି ମିଳିତ ଜାତିସଂଘର ଅନୁମୋଦନ କ୍ରମେ ଜୁନ ୨୧ ତାରିଖକୁ ସାରା ବିଶ୍ବରେ ଅନ୍ତର୍ଜାତୀୟ ଯୋଗ ଦିବସ ଭାବେ ପାଳନ କରାଯାଉଛି। ଚଳିତ ବର୍ଷ ସ୍ବାଧୀନତାର ୭୫ତମ ବର୍ଷ ପୂର୍ତ୍ତି ଉପଲକ୍ଷେ ଦେଶର ୭୫ଟି ଐତିହ୍ୟ ସ୍ଥଳୀରେ ଯୋଗ ଦିବସ ସମାରୋହ ଆୟୋଜନ କରାଯିବ।

ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ କର୍ଣ୍ଣାଟକର ମହୀଶୂର ଠାରେ ଆୟୋଜନ ହେବାକୁ ଥିବା ଯୋଗ ଦିବସ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଅନ୍ୟ ସବୁ ସ୍ଥାନରେ କେନ୍ଦ୍ର ମନ୍ତ୍ରୀ ଓ ସାଂସଦମାନେ ଯୋଗ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବେ।

ଓଡ଼ିଶାର ତିନୋଟି ସ୍ଥାନରେ ଯୋଗ ଦିବସ ସମାରୋହ ପାଳନ କରାଯିବ। କୋଣାର୍କ ସୂର୍ଯ୍ୟ ମନ୍ଦିର ପରିସରରେ ଆୟୋଜିତ ହେବାକୁ ଥିବା ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ କେନ୍ଦ୍ର ରେଳ, ସଞ୍ଚାର, ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଯୋଗ ଦେବେ। ପୁରୀ ଶ୍ରୀ ବ୍ଲୁ ଫ୍ଲାଗ୍ ବିଚ୍ ପରିସରରେ ଯୋଗ ଦିବସ କାର୍ଯକ୍ରମରେ ଭାରୀ ଉଦ୍ୟୋଗ ମନ୍ତ୍ରୀ ଡକ୍ଟର ମହେନ୍ଦ୍ର ନାଥ ପାଣ୍ଡେ ଯୋଗ ଦେବେ।

କେନ୍ଦ୍ର ଜନଜାତି ବ୍ୟାପାର ଏବଂ ଜଳଶକ୍ତି ରାଷ୍ଟ୍ର ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ମୟୁରଭଞ୍ଜର ଖିଚିଂ ଠାରେ ଆୟୋଜିତ ଯୋଗ ଦିବସ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ।

ଭୋର୍ ୫ଟା ୩୦ରୁ ସକାଳ ୬ଟା ପର୍ଯ୍ୟନ୍ତ ପ୍ରଥମେ ସଭା ଆୟୋଜନ କରାଯିବ। ସକାଳ ୬ଟାରୁ ୬ଟା ୪୦ ପର୍ଯ୍ୟନ୍ତ କେନ୍ଦ୍ର ମନ୍ତ୍ରୀ ଓ ଅନ୍ୟ ଅତିଥିମାନେ ସ୍ବାଗତ ଭାଷଣ ଦେବେ। ୬ଟା ୪୦ରୁ ୭ଟା ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ପ୍ରସାରିତ ହେବ। ୭ଟାରୁ ୭ଟା ୪୫ ପର୍ଯ୍ୟନ୍ତ ସାଧାରଣ ଯୋଗ ଅଭ୍ୟାସ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ୭ଟା ୪୬ରେ ଜାତୀୟ ସଙ୍ଗୀତ ପରିବେଷଣ କରାଯିବ।

ଏହି ଅବସରରେ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ଜନସାଧାରଣ ଯୋଗାଭ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି।

ଅନ୍ତର୍ଜାତୀୟ ଯୋଗ ଦିବସ କୋଣାର୍କ ପୁରୀ
Share. Facebook Twitter LinkedIn Email WhatsApp Copy Link

Related Posts

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026
Latest News

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.