Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିଜର ଉତ୍କର୍ଷ ପୁଣି ବଜାୟ ରଖିଲା ସୋଆ: ନାକ୍ ରୁ ସର୍ବୋଚ୍ଚ ଏ++ ଗ୍ରେଡ୍ ହାସଲ
ଆଜିର ଖବର

ନିଜର ଉତ୍କର୍ଷ ପୁଣି ବଜାୟ ରଖିଲା ସୋଆ: ନାକ୍ ରୁ ସର୍ବୋଚ୍ଚ ଏ++ ଗ୍ରେଡ୍ ହାସଲ

June 20, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
soa university
ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୪୧ ଗବେଷକ

ଭୁବନେଶ୍ୱର: ଉଚ୍ଚଶିକ୍ଷା କ୍ଷେତ୍ରରେ ନିଜର ଉତ୍କର୍ଷ ବଜାୟ ରଖି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ନ୍ୟାସ୍‌ନାଲ୍ ଆସେସ୍‌ମେଂଟ ଆଣ୍ଡ ଆକ୍ରେଡିଟେସନ୍ କାଉନ୍‌ସିଲ୍ (ନାକ୍‌)ର ତୃତୀୟ ପର୍ଯ୍ୟାୟ ମୂଲ୍ୟ ନିର୍ଦ୍ଧାରଣ ପ୍ରକ୍ରିୟାରେ ସର୍ବୋଚ୍ଚ ଏ++ ଗ୍ରେଡ୍ ହାସଲ କରିଛି । ମୋଟ ୪.୦୦ ସ୍କୋର୍‌ରୁ ସର୍ବାଧିକ ୩.୮୮ କ୍ୟୁମୁଲେଟିଭ୍ ଗ୍ରେଡ ପଏଂଟ ଆଭରେଜ (ସିଜିପିଏ) ହାସଲ କରି ଏହି କୃତିତ୍ୱ ହାସଲ କରିଛି ସୋଆ।

ମେ ୧୦, ୨୦୨୨ରୁ ଆଗାମୀ ୭ ବର୍ଷ ପର୍ଯ୍ୟନ୍ତ ନାକ୍‌ର ଏହି ସ୍ୱୀକୃତି ବଳବତର ରହିବ।
ପାଠ୍ୟକ୍ରମର ଦିଗ, ଶିକ୍ଷା ପ୍ରଦାନ ଓ ଶିକ୍ଷା ଗ୍ରହଣ ଏବଂ ମୂଲ୍ୟାୟନ, ଗବେଷଣା, ନବୀକରଣ ଓ ବିସ୍ତାର, ଭିତିଭୂମୀ ଓ ଶିକ୍ଷା ଗ୍ରହଣ ସଂଶାଧନ, ଛାତ୍ରଙ୍କ ସହଯୋଗ ଏବଂ ପ୍ରଗତି, ପ୍ରଶାସନ, ନେତୃତ୍ୱ ଏବଂ ପରିଚାଳନା, ଶୈକ୍ଷିକ ମୂଲ୍ୟବୋଧ ଏବଂ ସର୍ବୋତମ ଅଭ୍ୟାସ ଭଳି ସାତଟି ମାନଦଣ୍ଡକୁ ନେଇ ମୂଲ୍ୟାଙ୍କନ କରାଯାଇଥିଲା।

ଗତ ମେ ୪ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ନାକ୍‌ର ଏକ ୭ ଜଣିଆ ପିୟର୍ ଟିମ୍ ସଦସ୍ୟମାନେ ସୋଆର କ୍ୟାମ୍ପସ୍ ପରିଦର୍ଶନ କରି ବିଶ୍ୱବିଦ୍ୟାଳୟର ମୂଲ୍ୟାଙ୍କନ କରିଥିଲେ।

୨୦୦୯ ଏବଂ ୨୦୧୫ ରେ ଲଗାତର ଦୁଇ ଥର ସୋଆ ନାକ୍‌ର ସର୍ବୋଚ୍ଚ ‘ଏ’ ଗ୍ରେଡ ହାସଲ କରିଥିଲା। ମାତ୍ର ମୂଲ୍ୟାଙ୍କନ ନିମନ୍ତେ ପରିବର୍ତିତ ମାନଦଣ୍ଡ ୨୦୧୭ ଏପ୍ରିଲ୍ ମାସରୁ ଲାଗୁ ହୋଇଥିଲା।

ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଙ୍ଗ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ୨୦୨୧ ର‌୍ୟାଙ୍କିଙ୍ଗ୍‌ରେ ସୋଆ ଦେଶର ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡ଼ିକ ମଧ୍ୟରେ ୨୦ତମ ସ୍ଥାନ ହାସଲ କରିଥିଲା। ସେହିପରି ବିଶ୍ୱସ୍ତରରେ ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି-୨୦୨୩ ର‌୍ୟାଙ୍କିଙ୍ଗ୍ ଓ ଟାଇମ୍ସ ହାୟର ଏଜୁକେସନ୍ (ଟିଏଚ୍‌ଇ) ୨୦୨୨ ର‌୍ୟାଙ୍କିଙ୍ଗ୍‌ରେ ମଧ୍ୟ ସୋଆ ସ୍ଥାନ ପାଇଛି।

ଉଚ୍ଚଶିକ୍ଷା ନାକ୍ ଶିକ୍ଷା ଓ ଅନୁସନ୍ଧାନ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ CJPର ପ୍ରତିନିଧିମଣ୍ଡଳ: ଜାଣନ୍ତୁ କ’ଣ ହେଲା ଆଲୋଚନା?

July 20, 2026

ତ୍ରିପୁରା ଡିଜିପି ଅନୁରାଗ ଧନଖଡ଼ଙ୍କ ଆତ୍ମହତ୍ୟା!: ପୋଲିସ ମୁଖ୍ୟାଳୟରୁ ମୃତଦେହ ଉଦ୍ଧାର

July 20, 2026

ସତରେ କ’ଣ NEET ଫଳାଫଳରେ ଅନିୟମିତତା ହୋଇଛି?: ଜାଣନ୍ତୁ NTA ର ପ୍ରତିକ୍ରିୟା

July 20, 2026

CJP ର ସଂସଦ ପଦଯାତ୍ରା ମଧ୍ୟରେ ବଡ଼ ନିଷ୍ପତ୍ତି: ଅନଶନ ସମାପ୍ତ କଲେ ତିନି AISA ଛାତ୍ରଛାତ୍ରୀ

July 20, 2026
Latest News

କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ CJPର ପ୍ରତିନିଧିମଣ୍ଡଳ: ଜାଣନ୍ତୁ କ’ଣ ହେଲା ଆଲୋଚନା?

July 20, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ଡିମ୍ପଲ ଯାଦବଙ୍କ ସମେତ ଅନେକ ଏସପି ସାଂସଦ ଅଟକ: ସମାଜବାଦୀ ପାର୍ଟିର ଦାବି

July 20, 2026

ତ୍ରିପୁରା ଡିଜିପି ଅନୁରାଗ ଧନଖଡ଼ଙ୍କ ଆତ୍ମହତ୍ୟା!: ପୋଲିସ ମୁଖ୍ୟାଳୟରୁ ମୃତଦେହ ଉଦ୍ଧାର

July 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.