Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀ ଠାରେ ଲୋକ ମେଳା ଓ କୃଷି ପ୍ରଦର୍ଶନୀକୁ ଉଦଘାଟନ କଲେ କେନ୍ଦ୍ର ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ
ଆଜିର ଖବର

ପୁରୀ ଠାରେ ଲୋକ ମେଳା ଓ କୃଷି ପ୍ରଦର୍ଶନୀକୁ ଉଦଘାଟନ କଲେ କେନ୍ଦ୍ର ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ

June 20, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ପୁରୀ: ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟବର୍ତ୍ତୀ ମୁକ୍ତାକାଶ ରଙ୍ଗମଞ୍ଚରେ ସୋମବାର ସନ୍ଧ୍ୟାରେ ବିଂଶତମ ଲୋକମେଳା ଓ ୧୩ ତମ କୃଷି ମେଳା ୨୦୨୨ ଉଦଘାଟିତ ହୋଇଯାଇଛି। କେନ୍ଦ୍ର ଜନଜାତି ବ୍ୟାପାର ଏବଂ ଜଳ ଶକ୍ତି ରାଷ୍ଟ୍ର ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ଏହି ଲୋକ ମେଳା ସମେତ ଜାତୀୟ ସ୍ତରର କୃଷି ପ୍ରଦର୍ଶନୀକୁ ଉଦଘାଟନ କରିଛନ୍ତି। ଏହି ମେଳା ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ। ମେଳା ପରିସରରେ ବିଭିନ୍ନ ଲୋକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏଥିସହିତ ଜନଜାତି ସମ୍ପ୍ରଦାୟ ଦ୍ବାରା ପ୍ରସ୍ତୁତ ବନ୍ୟଜାତ, କୃଷି ଓ ପାରମ୍ପରିକ ସାମଗ୍ରୀର ଷ୍ଟଲ୍ ମଧ୍ୟ ପଡ଼ିଛି। ଅଣଲାଭକାରୀ ସ୍ବେଚ୍ଛାସେବୀ ସଂଗଠନ ଶ୍ରୀ ଶ୍ରୀକ୍ଷେତ୍ର ସୂଚନା (ଏସଏସଏସ) ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏସଏସଏସ ସଂଗଠନ ଲୋକ କଳା ଏବଂ ଅଭିବ୍ୟକ୍ତିକୁ ପ୍ରୋତ୍ସାହନ କରିବା ସହିତ ସମାଜର ସାମାଜିକ-ସାଂସ୍କୃତିକ ଚରିତ୍ରକୁ ସୁରକ୍ଷା ଏବଂ ପ୍ରୋତ୍ସାହନ ଦିଗରେ କାର୍ଯ୍ୟ କରିଥାଏ।

ବିଂଶତମ ଲୋକମେଳାକୁ ଉଦଘାଟନ କରି କେନ୍ଦ୍ର ମନ୍ତ୍ରୀ ଶ୍ରୀ ଟୁଡୁ କହିଛନ୍ତି ଯେ, ଭାରତର ଲୋକକଳା ଓ ସଂସ୍କୃତିକୁ ବଞ୍ଚାଇ ରଖିବା ଦିଗରେ ଏପରି କାର୍ଯ୍ୟକ୍ରମ ବିଶେଷ ସହାୟକ ହୋଇପାରିବ। ଦୀର୍ଘ ୨୦ ବର୍ଷ ଧରି ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯିବା ଖୁସିର ବିଷୟ। ବିଭିନ୍ନ ରାଜ୍ୟରୁ ଆସିଥିବା ଜନଜାତି ସାମଗ୍ରୀ, କୃଷି ଉତ୍ପାଦର ଷ୍ଟଲ୍‌ ପଡ଼ିଥିବାରୁ ଏସବୁ ସାମଗ୍ରୀ କିଣିବା ଲାଗି କେନ୍ଦ୍ର ମନ୍ତ୍ରୀ ଆହ୍ବାନ କରିଥିଲେ। କୃଷି କ୍ଷେତ୍ରରେ ଅଭିନବ ଉଦ୍ଭାବନ ଏବଂ ଜ୍ଞାନକୌଶଳ ବିଷୟରେ ଜ୍ଞାନ ଆହରଣ କରିବା ଲାଗି ପ୍ରଦର୍ଶନୀ ଏକ ସୁଯୋଗ ଆଣି ଦେଇଛି ବୋଲି କେନ୍ଦ୍ର ମନ୍ତ୍ରୀ କହିଥିଲେ। ସେ କହିଥିଲେ ଯେ, ଜନଜାତି, ଲୋକକଳା ସଂସ୍କୃତି ବିଷୟରେ ଜ୍ଞାନବୃଦ୍ଧି ନିମନ୍ତେ ଏଭଳି କାର୍ଯ୍ୟକ୍ରମ ଏକ ସୁଅବସର ଆଣିଛି। ରାଜ୍ୟରେ ଜନଜାତିଙ୍କ ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁ ପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ମଧ୍ୟ କେନ୍ଦ୍ର ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ।

କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଯୋଗ ଦେଇ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଥିଲେ ଯେ, ଓଡ଼ିଶା ଏକ ଜନଜାତି ବହୁଳ ରାଜ୍ୟ ହୋଇଥିବା ବେଳେ ଏଠାରେ ୬୨ଟି ଜନଜାତି ସମ୍ପ୍ରଦାୟର ଲୋକମାନେ ବସବାସ କରିଥାନ୍ତି। ଜନଜାତି ବର୍ଗଙ୍କ କଲ୍ୟାଣ ପାଇଁ ରାଜ୍ୟରେ ଅନେକଗୁଡ଼ିଏ ପଦକ୍ଷେପ ଗ୍ରହଣ କରାଯାଇଛି। ବିଗତ କିଛି ବର୍ଷ ମଧ୍ୟରେ କୃଷି କ୍ଷେତ୍ରରେ ମଧ୍ୟ ରାଜ୍ୟ ବିଶେଷ ପ୍ରଗତି ହାସଲ କରିଛି। ଜନଜାତି ସମୁଦାୟର ଜୀବନଶୈଳୀ, ଜୀବିକା, ସଂସ୍କୃତି ଓ ପରମ୍ପରାର ସଂରକ୍ଷଣ ଦିଗରେ ଲୋକମେଳା ଭଳି କାର୍ଯ୍ୟକ୍ରମ ବିଶେଷ ସହାୟକ ହୋଇପାରିବ ବୋଲି ଶ୍ରୀ ସ୍ବାଇଁ କହିଥିଲେ।

କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଯୋଗ ଦେଇ ସୁଚିନ୍ତିତ ମତ ଉପସ୍ଥାପନ କରିଥିଲେ।  ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଉଦଘାଟନୀ ସନ୍ଧ୍ୟାରେ ଲୋକ ସଙ୍ଗୀତ ଏବଂ ନୃତ୍ୟ ପରିବେଷଣ କରାଯାଇଥିଲା। ବିଭିନ୍ନ ରାଜ୍ୟରୁ ଆସିଥିବା ଲୋକ କଳାକାରମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

କେନ୍ଦ୍ର ମନ୍ତ୍ରୀ ପୁରୀ ବିଶ୍ବେଶ୍ବର ଟୁଡୁ ମୁକ୍ତାକାଶ ରଙ୍ଗମଞ୍ଚ ଶ୍ରୀକ୍ଷେତ୍ର ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026
Latest News

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.