Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମନୋରମ କୋଣାର୍କ ମନ୍ଦିର ଠାରେ ଆନ୍ତର୍ଜାତୀୟ ଯୋଗ ଦିବସ
ଆଜିର ଖବର

ମନୋରମ କୋଣାର୍କ ମନ୍ଦିର ଠାରେ ଆନ୍ତର୍ଜାତୀୟ ଯୋଗ ଦିବସ

June 21, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ୨୧ ଜୁନ୍, ୨୦୨୨ ରେ ଓଡିଶାର କୋଣାର୍କ ସ୍ଥିତ ମନୋରମ ସୂର୍ଯ୍ୟ ମନ୍ଦିର ଠାରେ ଅଷ୍ଟମ ଅନ୍ତର୍ଜାତୀୟ ଯୋଗ ଦିବସର ନେତୃତ୍ୱ ନେଇଥିଲେ।

ଆଜି ସକାଳେ ପବିତ୍ର କୋଣାର୍କ ସୂର୍ଯ୍ୟ ମନ୍ଦିର ଠାରେ ଆୟୋଜିତ ଏହି ବିଶାଳ କାର୍ଯ୍ୟକ୍ରମରେ ବିଭିନ୍ନ କେନ୍ଦ୍ର ସରକାରୀ ସଂଗଠନ, ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ ଏବଂ ଯୋଗ ବିଶେଷଜ୍ଞଙ୍କ ସମେତ ଦୁଇ ହଜାର ପାଞ୍ଚଶହରୁ ଅଧିକ ବ୍ୟକ୍ତି ଅଂଶଗ୍ରହଣ କରିଥିଲେ।

ଏହି ବିଶାଳ ଯୋଗ ପ୍ରଦର୍ଶନରେ ସମ୍ବୋଧନ କରି ଶ୍ରୀ ବୈଷ୍ଣବ କହିଛନ୍ତି ଯେ ନିୟମିତ ଯୋଗ ଅଭ୍ୟାସ ଶରୀରକୁ ଶକ୍ତିଶାଳୀ କରିବା ସଂଗେସଂଗେ ଶରୀରର ଅନ୍ତର୍ନିହିତ ପ୍ରତିରକ୍ଷା ପ୍ରଣାଳୀକୁ ସୁଦୃଢ କରିଥାଏ। ଯୋଗ ହେଉଛି ଏକ ପ୍ରାଚୀନ ଉଚ୍ଚ ଆତ୍ମସଂଯମ ଅଭ୍ୟାସ ଯାହା ଭାରତରେ ଉତ୍ପନ୍ନ ହୋଇଥିଲା। ଏହା ଦ୍ୱାରା ଶରୀର ଏବଂ ମନର ସମନ୍ୱୟ ରକ୍ଷାକରିବା ପାଇଁ ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ କାର୍ଯ୍ୟକୁ ଏକତ୍ର କରିଥାଏ। ଯୋଗ ଅଭ୍ୟାସ କରିବାର ଅନେକ ଲାଭ ଅଛି ଯାହା ମାନବିକତା କୁ ସୁଦୃଢ କରିଥାଏ।

ସମଗ୍ର ବିଶ୍ୱରେ ଦେଶର ସଂସ୍କୃତି, ପରମ୍ପରା ଏବଂ ଐତିହ୍ୟର ପରିଚୟ ଦେଇଥିବା ସ୍ୱାମୀ ବିବେକାନନ୍ଦଙ୍କୁ ସ୍ମରଣ କରି ଶ୍ରୀ ବୈଷ୍ଣବ କହିଲେ ଯେ ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗକୁ ସମଗ୍ର ବିଶ୍ୱରେ ପରିଚିତ କରାଇପାରିଛନ୍ତି। ମିଳିତ ଜାତିସଂଘର ସାଧାରଣ ଅଧିବେଶନ ଡିସେମ୍ବର ୨୦୧୪ ରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରିବାକୁ ନିଷ୍ପତ୍ତି ହୋଇଥିଲା ଯାହା ୨୧ ଜୁନ୍, ୨୦୧୫ ଠାରୁ ବିଶ୍ୱବ୍ୟାପୀ କାର୍ଯ୍ୟକାରୀ ହୋଇଆସୁଅଛି।

ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହୀଶୂର ଠାରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ଉତ୍ସବକୁ ଉଦ୍ଘାଟନ କରିବା ସହ ଦେଶବାସୀଙ୍କୁ ସମ୍ବୋଧନ କରିଥିଲେ।

ପୂର୍ବ ତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବ; ଚିଫ୍ ପୋଷ୍ଟ ମାଷ୍ଟର ଜେନେରାଲ୍ ଶୁଭେନ୍ଦୁ କୁମାର ସ୍ୱାଇଁ; ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ବି.ଆର.ଶର୍ମା, ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ରିଙ୍କେଶ ରାୟ ଏହି ବିଶାଳ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଭାରତର ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ, ଆୟୁଷ ମନ୍ତ୍ରଣାଳୟ, ସେଣ୍ଟ୍ରାଲ ରିଜର୍ଭ ପୋଲିସ୍ ଫୋର୍ସ, ପାରା ମିଲିଟାରୀ ଫୋର୍ସ ଏବଂ ଅନ୍ୟାନ୍ୟ କେନ୍ଦ୍ର ସରକାରୀ ଅନୁଷ୍ଠାନର ଅଧିକାରୀମାନେ ମଧ୍ୟ ଏହି ଅବସରରେ ଅଂଶଗ୍ରହଣ କରିଥିଲେ। ଏହି ବିଶାଳ ପ୍ରଦର୍ଶନରେ ପୂର୍ବ ତଟ ରେଳପଥର ମୁଖ୍ୟ କାର୍ମିକ ଅଧିକାରୀ (ପ୍ରଶାସନ) ଏଲ.ଭି.ଏସ.ପାତୃଡୁ ପରିଚାଳନା କରିଥିଲେ।

ପରେ, ଶ୍ରୀ ବୈଷ୍ଣବ ପୁରୀ ରେଳ ଷ୍ଟେସନକୁ ନୀରିକ୍ଷଣ କରି ପ୍ରସ୍ତାବିତ ବିଶ୍ୱ ସ୍ତରୀୟ ଷ୍ଟେସନ କାର୍ଯ୍ୟର ସମୀକ୍ଷା କରିଥିଲେ ଯାହା ଖୁବ ଶୀଘ୍ର ନିର୍ମାଣ କରାଯିବ। ଶ୍ରୀ ବୈଷ୍ଣବ ଏହା ମଧ୍ୟ କହିଛନ୍ତି ଯେ ପୁରୀ ରେଳ ଷ୍ଟେସନର ପୁନଃ ବିକାଶ କାର୍ଯ୍ୟ ଏକ ବିଶ୍ୱ ସ୍ତରୀୟ ଢାଞ୍ଚାରେ ନିର୍ମିତ ହେବ।

ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀ ବୈଷ୍ଣବ କହିଛନ୍ତି ଯେ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ସମୟରେ ତୀର୍ଥଯାତ୍ରୀଙ୍କ ଆଶ୍ରୟ ପାଇଁ ରେଳବାଇ ବିଶାଳ ଆୟୋଜନ କରୁଅଛି। କୋଭିଡ ୧୯ ପ୍ରୋଟୋକଲ ଯୋଗୁଁ ଗତ ଦୁଇ ବର୍ଷ ହେବ ତୀର୍ଥଯାତ୍ରୀଙ୍କ ବିନା ରଥ ଯାତ୍ରା ଆୟୋଜିତ ହୋଇଥିବାରୁ ରେଲୱେ ଆଶା କରୁଛି ଯେ ଚଳିତ ବର୍ଷ ବହୁ ତୀର୍ଥଯାତ୍ରୀ ପୁରୀକୁ ଆସିବେ।  ତୀର୍ଥଯାତ୍ରୀମାନଙ୍କ ସୁବିଧା ଏବଂ ସୁରକ୍ଷିତ ଯାତ୍ରା ପାଇଁ ରଥ ଯାତ୍ରା ସମୟରେ ପୁରୀକୁ ବହୁ ସଂଖ୍ୟାରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ରେଳପଥ ଯୋଜନା କରୁଛି।

ଅଶ୍ୱିନୀ ବୈଷ୍ଣବ ଆନ୍ତର୍ଜାତୀୟ ଯୋଗ ଦିବସ କୋଣାର୍କ ମନ୍ଦିର ସୂର୍ଯ୍ୟ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ଥର ପାଇଁ ଫିଫା ବିଶ୍ୱକପ୍ ଖେଳିବେ ଭାରତୀୟ ବଂଶୋଦ୍ଭବ ଖେଳାଳି: ଜାଣନ୍ତୁ କେଉଁ ଦେଶ

June 3, 2026

କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଡିକେ ଶିବକୁମାର

June 3, 2026

ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ: ସିଙ୍ଗାପୁର ବିରୋଧରେ ୨୫ ଟି ଗୋଲ୍‌ କରି ରଚିଲା ଇତିହାସ

June 3, 2026

ଓମର ଅବଦୁଲ୍ଲାଙ୍କ ବିରୋଧରେ ମଧ୍ୟ ବିଦ୍ରୋହ!: ନୋ-ନେଟୱାର୍କ ଜୋନକୁ ଗଲେ ଦଳର ସାଂସଦ ଏବଂ ବିଧାୟକ

June 3, 2026
Latest News

ନ୍ୟୁଜିଲାଣ୍ଡ ଗସ୍ତରେ ତିନୋଟି ଫର୍ମାଟ୍ ଖେଳିବ ଟିମ୍ ଇଣ୍ଡିଆ: କାର୍ଯ୍ୟସୂଚୀ ଚୂଡ଼ାନ୍ତ କଲା BCCI 

June 3, 2026

ପ୍ରଥମ ଥର ପାଇଁ ଫିଫା ବିଶ୍ୱକପ୍ ଖେଳିବେ ଭାରତୀୟ ବଂଶୋଦ୍ଭବ ଖେଳାଳି: ଜାଣନ୍ତୁ କେଉଁ ଦେଶ

June 3, 2026

କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଡିକେ ଶିବକୁମାର

June 3, 2026

ଦୂର ହେବ ହରମୁଜ୍ ଚିନ୍ତା!: ଏହି ଦେଶ ସହିତ ଭାରତର ବଡ଼ ଚୁକ୍ତି ସମ୍ଭାବନା

June 3, 2026

ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ: ସିଙ୍ଗାପୁର ବିରୋଧରେ ୨୫ ଟି ଗୋଲ୍‌ କରି ରଚିଲା ଇତିହାସ

June 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.