ଭୁବନେଶ୍ବର: ଓଡିଶା ନେତ୍ରୀ ଦ୍ରୋପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିବାରୁ ସମସ୍ତେ ଖୁସି ପ୍ରକଟ କରିଛନ୍ତି। ସେହିପରି ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏହି ଘୋଷଣାକୁ ନେଇ ବେଶ୍ ଖୁସି ଅଛନ୍ତି। ସେ କହିଛନ୍ତି ଯେ,
‘ଦେଶର ସର୍ବୋଚ୍ଚ ପଦବୀ ପାଇଁ ଏନଡିଏ ପକ୍ଷରୁ ପ୍ରାର୍ଥିନୀ ହୋଇଥିବା ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ମାନ୍ୟବର ପ୍ରଧାନମନ୍ତ୍ରୀ ଜୀ ଏନେଇ ମୋ ସହ ଆଲୋଚନା କରିବା ବେଳେ ବହୁତ ଖୁସି ହୋଇଥିଲି। ପ୍ରତିଟି ଓଡ଼ିଆଙ୍କ ପାଇଁ ଏହା ଗର୍ବ ଓ ଗୌରବର ମୁହୂର୍ତ୍ତ। ମୋର ବିଶ୍ୱାସ ଶ୍ରୀମତୀ ମୁର୍ମୁ ମହିଳା ସଶକ୍ତିକରଣ କ୍ଷେତ୍ରରେ ସାରା ଦେଶରେ ନୂଆ ଉଦାହରଣ ସୃଷ୍ଟି କରିବେ।’