Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁନ୍ଦରଗଡ଼ର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ ଡାକ୍ତର ପରାଗ ହର୍ଷଦ ଗାଭାଲି
ଆଜିର ଖବର

ସୁନ୍ଦରଗଡ଼ର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ ଡାକ୍ତର ପରାଗ ହର୍ଷଦ ଗାଭାଲି

June 23, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଡାକ୍ତର ପରାଗ ହର୍ଷଦ ଗାଭାଲି। ଗୁରୁବାର ଦିନ ବିଦାୟୀ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଥିଲେ।

ଏହି ଅବସରରେ ଜିଲ୍ଲାର ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ନୂଆ ଜିଲ୍ଲାପାଳଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟି ସ୍ୱାଗତ ଅଭିନନ୍ଦନ ଜଣାଇଥିଲେ।

ଦାୟିତ୍ୱ ଗ୍ରହଣ କରିବା ପରେ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି କହିଛନ୍ତି, ‘‘ସୁନ୍ଦରଗଡ଼ ହେଉଛି ଏକ ଆଦିବାସୀ ବହୁଳ ଜିଲ୍ଲା। ଜନସାଧାରଣଙ୍କ ସହଯୋଗ ଭିତ୍ତିରେ ଜିଲ୍ଲାର ସାମଗ୍ରିକ ବିକାଶ ଲାଗି ସବୁ ପ୍ରକାର ପଦକ୍ଷେପ ନିଆଯିବ। ଜିଲ୍ଲାରେ ସ୍ୱାସ୍ଥ୍ୟ, ପୋଷଣ ଓ ଶିକ୍ଷା ଆଦି କ୍ଷେତ୍ରକୁ ପ୍ରାଥମିକତା ଦିଆଯିବ। ଜିଲ୍ଲାର ସାଧାରଣ ଲୋକେ ଯେପରି ବିଭିନ୍ନ ଯୋଜନାରୁ ସୁଫଳ ପାଇବେ ତା’ ଉପରେ ଜିଲ୍ଲା ପ୍ରଶାସନ ବିଶେଷ ଧ୍ୟାନ ଦେବ।’’

୨୦୨୩ରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ ସହିତ ରାଉରକେଲାଠାରେ ପୁରୁଷ ହକି ବିଶ୍ୱକପ ଖେଳାଯିବ। ତେଣୁ ଏଥିପାଇଁ ଆବଶ୍ୟକ ପ୍ରସ୍ତୁତି ସହ ଏହାର ସଫଳ ପରିଚାଳନା ଉପରେ ପ୍ରାଥମିକତା ଦିଆଯିବ ବୋଲି ଜିଲ୍ଲାପାଳ କହିଥିଲେ।

ଜିଲ୍ଲାର ବିଭିନ୍ନ ଅଞ୍ଚଳ ଗସ୍ତ କରି ଆଦିବାସୀ ଓ ସାଧାରଣ ଲୋକଙ୍କ ପାଖରେ କିପରି ବିଭିନ୍ନ ସରକାରୀ ଯୋଜନା ଓ କାର୍ଯ୍ୟକ୍ରମ ପହଞ୍ଚି ପାରିବ ତା’ ଉପରେ ସେ ବିଶେଷ ଗୁରୁତ୍ୱ ଦେବେ ବୋଲି ଜିଲ୍ଲାପାଳ ଏହି ଅବସରରେ କହିଥିଲେ।

ଡାକ୍ତର ପରାଗ ହର୍ଷଦ ଗାଭାଲି ହେଉଛନ୍ତି ୨୦୧୩ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସ ଅଧିକାରୀ। ଏହା ପୂର୍ବରୁ ସେ କଳାହାଣ୍ଡି ଜିଲ୍ଲାର ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିଲେ।

‘‘ଆଦିବାସୀ ବହୁଳ ସୁନ୍ଦରଗଡ଼ ଜିଲ୍ଲାରେ ସ୍ୱାସ୍ଥ୍ୟ, ପୋଷଣ ଓ ଶିକ୍ଷା ଆଦି କ୍ଷେତ୍ରକୁ ପ୍ରଶାସନ ପ୍ରାଥମିକତା ଦେବ। ଜନସାଧାରଣଙ୍କ ସହଯୋଗ ଭିତ୍ତିରେ ଜିଲ୍ଲାର ସାମଗ୍ରିକ ବିକାଶ ଲାଗି ପଦକ୍ଷେପ ନିଆଯିବ। ବିଶ୍ୱକପ ହକିର ସଫଳ ଆୟୋଜନ ଦିଗରେ ଗୁରୁତ୍ୱ ଦିଆଯିବ।’’ – ଡାକ୍ତର ପରାଗ ହର୍ଷଦ ଗାଭାଲି, ଜିଲ୍ଲାପାଳ, ସୁନ୍ଦରଗଡ଼

ସୁନ୍ଦରଗଡ଼ ଜିଲ୍ଲାର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଡାକ୍ତର ପରାଗ ହର୍ଷଦ ଗାଭାଲି। ବିଦାୟୀ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ତାଙ୍କୁ ଆଜି ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ଏହି ଅବସରରେ ଜିଲ୍ଲାର ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ନୂଆ ଜିଲ୍ଲାପାଳଙ୍କୁ ଭେଟି ସ୍ୱାଗତ ଅଭିନନ୍ଦନ ଜଣାଇଛନ୍ତି।

ନୂଆ ଜିଲ୍ଲାପାଳ ପରାଗ ହର୍ଷଦ ଗାଭାଲି ସୁନ୍ଦରଗଡ
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026
Latest News

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026

ଟିଏମସି ବିଦ୍ରୋହୀ ଗୋଷ୍ଠୀର ବଡ଼ ନିଷ୍ପତ୍ତି: ଅଧ୍ୟକ୍ଷ ପଦରୁ ହଟିଲେ ମମତା, ଅଭିଷେକ ବାନାର୍ଜୀ ନିଲମ୍ବିତ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.