Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦୁଝର ଜିଲ୍ଲାରେ ଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ, କଲେ ସମୀକ୍ଷା
ଆଜିର ଖବର

କେନ୍ଦୁଝର ଜିଲ୍ଲାରେ ଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ, କଲେ ସମୀକ୍ଷା

June 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
କେନ୍ଦୁଝର ଜିଲ୍ଲାରେ ଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ, କଲେ ସମୀକ୍ଷା

ଭୁବନେଶ୍ବର:  ଆଜି ପୂର୍ବାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ କେନ୍ଦୁଝର ଜିଲ୍ଲା ପରିଦର୍ଶନରେ ଯାଇ ଡି.ଏନ୍‌. ହାଇସ୍କୁଲର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେଉଥିବା ଜିଲ୍ଲା ପ୍ରଧାନ ଶିକ୍ଷକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି।

ଶିକ୍ଷାକ୍ଷେତ୍ରରେ କେନ୍ଦୁଝର ଜିଲ୍ଲାକୁ ଅଗ୍ରଣୀ ଜିଲ୍ଲାରେ ପରିଣତ କରାଯିବ ବୋଲି ଉଲ୍ଲେଖ କରି ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ଯେ ରାଜ୍ୟ ସରକାରଙ୍କ ୫-‘ଟି’ ହାଇସ୍କୁଲଗୁଡ଼ିକର ରୂପାନ୍ତରୀକରଣ, ମଧ୍ୟାହ୍ନ ଭୋଜନ, ବୃତ୍ତିଯୋଜନା, ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକର କାର୍ଯ୍ୟକ୍ଷମ, ମାଗଣା ପୁସ୍ତକ ଯୋଗାଣ ଦ୍ୱାରା ଛାତ୍ରଛାତ୍ରୀମାନେ ଉପକୃତ ହେଉଛନ୍ତି । ଏହା ଦ୍ୱାରା ରାଜ୍ୟରେ ଗୁଣାତ୍ମକ ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଆସିପାରିବ ବୋଲି ସେ ପ୍ରକାଶ କରିଛନ୍ତି। ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ଆଶିଷ ଥାକ୍ରେ ମନ୍ତ୍ରୀ ଶ୍ରୀ ଦାଶଙ୍କୁ ଜିଲ୍ଲାରେ ଶିକ୍ଷା କାର୍ଯ୍ୟକ୍ରମ ବାବଦରେ ଅବଗତ କରାଇଥିଲେ।

ମନ୍ତ୍ରୀ ଶ୍ରୀ ଦାଶ କେନ୍ଦୁଝର ଜିଲ୍ଲାର ଲକ୍ଷ୍ମୀନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ ରାମଚନ୍ଦ୍ରପୁରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଗସ୍ତ କରି ସ୍କୁଲରେ ପାଠପଢ଼ା ଓ ବିଦ୍ୟାଳୟର ଆନୁଷଙ୍ଗିକ ଭିତ୍ତିଭୂମି ସଂପର୍କରେ ପଚାରି ବୁଝିଥିଲେ। ମନ୍ତ୍ରୀ ଶ୍ରୀ ଦାଶ ଛାତ୍ରଛାତ୍ରୀ ପରିବହନ କରୁଥିବା ସ୍କୁଲ ବସ୍‌କୁ ଯାଞ୍ଚ ମଧ୍ୟ କରିଥିଲେ।

ଏହି ସମୀକ୍ଷା ବୈଠକରେ ସାଂସଦ ଚନ୍ଦ୍ରାଣୀ ମୁର୍ମୁ, ଚମ୍ପୁଆର ବିଧାୟିକା ମିନାକ୍ଷୀ ମହନ୍ତ, ପାଟଣା ବିଧାୟକ ଶ୍ରୀ ଭାଗୀରଥି ସେଠୀ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ବୃନ୍ଦାବନ ଶତପଥୀ ସମେତ ଜିଲ୍ଲାର ବରିଷ୍ଠ ପଦାଧିକାରୀବୃନ୍ଦ ଉପସ୍ଥିତ ଥିଲେ ।

ସମୀର ରଞ୍ଜନ ଦାଶ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ରଥଯାତ୍ରା ପାଇଁ ପ୍ରଶାସନର ପ୍ରସ୍ତୁତି ଜୋରଦାର; ୨୩ OAS ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

June 30, 2026

ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟର ବଡ଼ ଝଟକା; ଜନ୍ମଗତ ନାଗରିକତା ଉପରେ ଆଦେଶ ଖାରଜ

June 30, 2026

କାଲିଠୁ କଳା ବ୍ୟାଜ ପିନ୍ଧିବେ ଏସସିବି ଡାକ୍ତର

June 30, 2026

ରେଳ ସୁରକ୍ଷା ଓ ନିରାପତ୍ତାକୁ ଆହୁରି ସୁଦୃଢ଼ କଲା ପୂର୍ବତଟ ରେଳପଥ

June 30, 2026
Latest News

ପୁରୀ ରଥଯାତ୍ରା ପାଇଁ ପ୍ରଶାସନର ପ୍ରସ୍ତୁତି ଜୋରଦାର; ୨୩ OAS ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

June 30, 2026

ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟର ବଡ଼ ଝଟକା; ଜନ୍ମଗତ ନାଗରିକତା ଉପରେ ଆଦେଶ ଖାରଜ

June 30, 2026

କାଲିଠୁ କଳା ବ୍ୟାଜ ପିନ୍ଧିବେ ଏସସିବି ଡାକ୍ତର

June 30, 2026

ରେଳ ସୁରକ୍ଷା ଓ ନିରାପତ୍ତାକୁ ଆହୁରି ସୁଦୃଢ଼ କଲା ପୂର୍ବତଟ ରେଳପଥ

June 30, 2026

ଆଇଟିଇଆରରେ ୫ଦିନିଆ ମ୍ୟାଥ୍‌ମାଟିକ୍ସ ଇନ୍ ମେସିନ୍ ଲର୍ଣ୍ଣିଂ କର୍ମଶାଳା ଉଦ୍‌ଘାଟିତ

June 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.