Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ ହସ୍ପିଟାଲ୍‌ରେ ଗୁରୁତର ରୋଗୀଙ୍କ ଚିକିତ୍ସା ନିମନ୍ତେ ନର୍ସମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ
ଆଜିର ଖବର

ସମ୍ ହସ୍ପିଟାଲ୍‌ରେ ଗୁରୁତର ରୋଗୀଙ୍କ ଚିକିତ୍ସା ନିମନ୍ତେ ନର୍ସମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ

June 25, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଗୁରୁତର ଥିବା ରୋଗୀମାନଙ୍କୁ ଉପଯୁକ୍ତ ଚିକିତ୍ସା, ସେବା ଏବଂ ଯତ୍ନ ପ୍ରଦାନ କ୍ଷେତ୍ରରେ ନର୍ସମାନଙ୍କୁ ଅଧିକ ପ୍ରଶିକ୍ଷିତ କରିବାର ଲକ୍ଷ୍ୟ ନେଇ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଶନିବାର ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।

ସମ୍ ହସ୍ପିଟାଲ୍‌ର କ୍ରିଟିକାଲ୍ କେୟାର ମେଡିସିନ୍ ବିଭାଗ ପକ୍ଷରୁ ଆୟୋଜିତ “କ୍ରିଟିକାଲ୍ କେୟାର ନର୍ସିଂ ଅପ୍‌ଡେଟ୍‌-୨୦୨୨” ଶୀର୍ଷକ ଏକ କଂଟିନ୍ୟୁଇଙ୍ଗ୍ ମେଡିକାଲ୍ ଏଜୁକେସନ୍ (ସିଏମ୍‌ଇ) ରେ ଭୁବନେଶ୍ୱରର ବିଭିନ୍ନ ହସ୍ପିଟାଲ୍‌ର ୬୦ ଜଣ ନର୍ସଙ୍କ ସମେତ ପ୍ରାୟ ୧୨୦ ଜଣ ସାମିଲ ହୋଇ ପ୍ରଶିକ୍ଷଣ ନେଇଥିଲେ।

ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡିନ୍ ପ୍ରଫେସର (ଡାକ୍ତର) ସଂଘମିତ୍ରା ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏଭଳି କାର୍ଯ୍ୟକ୍ରମ ପ୍ରତ୍ୟେକ ବର୍ଷ ଆୟୋଜନ କରିବା ଉପରେ ଜୋର ଦେଇଥିଲେ।

ସେହିପରି ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର ଏଭଳି ସିଏମ୍‌ଇକୁ ଗୋଟିଏ ଦିନ ମଧ୍ୟରେ ସିମୀତ ନ ରଖି ନିୟମିତ ଭାବେ ପରିଚାଳନା କରିବା ନେଇ ମତ ବ୍ୟକ୍ତ କରିଥିଲେ।

ସେହିପରି କ୍ରିଟିକାଲ୍ କେୟାର ମେଡିସିନ୍ ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ଶକ୍ତି ବେଦାନ୍ତ ମିଶ୍ର ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ନିଜ ବକ୍ତବ୍ୟରେ ନର୍ସମାନଙ୍କ କାର୍ଯ୍ୟର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ଆଇସିୟୁରେ ଭତି ର୍ ହୋଇଥିବା ରୋଗୀଙ୍କ ଚିକିତ୍ସା ଓ ସେବା ସୁଶୃଷା ଦିଗରେ ନର୍ସମାନଙ୍କ ଭୂମିକା ଅନେକ ଗୁରୁତ୍ୱପୂର୍ଣ୍ଣ।

ତେବେ ନର୍ସିଂ ପାଠ୍ୟକ୍ରମରେ ଏ ସମ୍ପର୍କିତ ଶିକ୍ଷା ପ୍ରଦାନ ବ୍ୟବସ୍ଥା ନାହିଁ। ତେଣୁ ଏଭଳି ସିଏମ୍‌ଇ ଦ୍ୱାରା ନର୍ସମାନଙ୍କୁ ଅଧିକ ପ୍ରଶିକ୍ଷିତ କରିହେବ ବୋଲି ଡାକ୍ତର ମିଶ୍ର କହିଛନ୍ତି। କାର୍ଯ୍ୟକ୍ରମରେ ସମ୍ ହସ୍ପିଟାଲ୍‌ର ଫିଜିଓଥେରାପି ବିଭାଗର ମୁଖ୍ୟ ଡାକ୍ତର ସ୍ଥିତି ପ୍ରଜ୍ଞା ଦଳବେହେରା ଯୋଗ ଦେଇ ନର୍ସମାନଙ୍କୁ ଫିଜିଓଥେରାପି ସମ୍ପର୍କରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ।

ସେହିପରି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ କ୍ରିଟିକାଲ୍ କେୟାର ବିଭାଗର ଡାକ୍ତର ସାଗରିକା ପଣ୍ଡା ଓ ଡାକ୍ତର ଅଭିଳାଷ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଆଡିସ୍‌ନାଲ୍ ନର୍ସିଂ ସୁପରିଟେଣ୍ଡେଂଟ୍ ଶ୍ରୀମତି ଶୋଭାମଞ୍ଜରୀ ସାମଲ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଉପଯୁକ୍ତ ଚିକିତ୍ସା ପ୍ରଶିକ୍ଷଣ ପ୍ରଦାନ ସମ୍ ହସ୍ପିଟାଲ୍ ସେବା
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଏଲ୍‍ଏସ୍‍ ବାୟୋ ଇନକ୍ୟୁବେଟର ପକ୍ଷରୁ ଷ୍ଟାର୍ଟଅପ୍ କ୍ୟାରିୟର ମେଳା:  ଏକାଠି ହେଲେ ୧୭ ଷ୍ଟାର୍ଟଅପ୍

September 27, 2026

୧୬ତମ ଟାଟା ଷ୍ଟିଲ୍ ଫ୍ରେଣ୍ଡସିପ୍ କପ୍‌: ‘ମିଡିଆ-୧୧’ ଚାମ୍ପିଅନ୍, ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

September 27, 2026

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବେଦାନ୍ତ ଅଧ୍ୟକ୍ଷ ଅନିଲ ଅଗ୍ରୱାଲ

September 27, 2026

ଆଜି ସେପ୍ଟମ୍ବର ୨୭ ତାରିଖରେ ପାଞ୍ଚଟି ରାଶିର ବୁଲିଲା ଭାଗ୍ୟ ଚକ୍ର

September 27, 2026
Latest News

କମର୍ସିଆଲ୍ ବିମାନରେ ଯାତ୍ରୀଙ୍କୁ କାହିଁକି ଦିଆଯାଏନି ପାରାଚ୍ୟୁଟ୍? ଜାଣନ୍ତୁ ଏହା ପଛର ୫ଟି ବଡ଼ କାରଣ

September 27, 2026

ଆଇଏଲ୍‍ଏସ୍‍ ବାୟୋ ଇନକ୍ୟୁବେଟର ପକ୍ଷରୁ ଷ୍ଟାର୍ଟଅପ୍ କ୍ୟାରିୟର ମେଳା:  ଏକାଠି ହେଲେ ୧୭ ଷ୍ଟାର୍ଟଅପ୍

September 27, 2026

ପାକିସ୍ତାନରେ ଆତ୍ମଘାତୀ ଆକ୍ରମଣରେ ୧୨ ମୃତ, ୩୦ ଗୁରୁତର

September 27, 2026

ଗୁଜରାଟରେ ଦେଶର ପ୍ରଥମ ବନ୍ଦର-ଭିତ୍ତିକ ‘ଇ-ମିଥାନଲ୍’ ପ୍ଲାଣ୍ଟ: ୩୫୦୦ରୁ ଅଧିକ ସୃଷ୍ଟି ହେବ ନିଯୁକ୍ତି

September 27, 2026

କୋହଲିଙ୍କ ଶେଷ ବିଶ୍ୱକପ୍‌ ହେବ ୨୦୨୭ ବିଶ୍ୱକପ୍

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.