Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଲା ପ୍ରଧାନ ଶିକ୍ଷକ ସମ୍ମିଳନୀ
ଆଜିର ଖବର

ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଲା ପ୍ରଧାନ ଶିକ୍ଷକ ସମ୍ମିଳନୀ

June 25, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଲା ପ୍ରଧାନ ଶିକ୍ଷକ ସମ୍ମିଳନୀ

ଭୁବନେଶ୍ୱର : ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଆଜି ବାଲେଶ୍ୱର ଗସ୍ତରେ ଯାଇ ଜିଲ୍ଲାସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀରେ ଅନୁଷ୍ଠିତ ହେଉଥିବା ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି କହିଲେ ଯେ ବିଶ୍ୱସ୍ତରରେ ଯେଉଁମାନେ ମହାନ କୀର୍ତ୍ତିମାନ ସ୍ଥାପନ କରିଛନ୍ତି ସେମାନଙ୍କ ମୂଳରେ ଶିକ୍ଷକ ଓ ଶିକ୍ଷାର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବର୍ତ୍ତମାନର ସରକାରୀ ଓ ବେସରକାରୀ ସ୍କୁଲ ମଧ୍ୟରେ ତାରତମ୍ୟ ଓ ଶିକ୍ଷାଦାନ ବିଷୟରେ ମଧ୍ୟ ସେ ଅବତାରଣା କରିଥିଲେ। ରାଜ୍ୟରେ ଶିକ୍ଷାକୁ ବିଶ୍ୱସ୍ତରୀୟ କରିବା ନିମନ୍ତେ ସମସ୍ତେ ପ୍ରୟାସ କରିବା ଆବଶ୍ୟକ ବୋଲି ମନ୍ତ୍ରୀ ଶ୍ରୀ ଦାଶ ମତବ୍ୟକ୍ତ କରିଥିଲେ।

ଶିକ୍ଷା ଭରଣା କାର୍ଯ୍ୟକ୍ରମକୁ କିପରି ଭାବରେ ପ୍ରଧାନଶିକ୍ଷକ ଓ ପ୍ରଧାନଶିକ୍ଷୟିତ୍ରୀମାନେ କାର୍ଯ୍ୟକାରୀ କରିପାରିବେ ସେ ସଂପର୍କରେ ମନ୍ତ୍ରୀ ଶ୍ରୀ ଦାଶ ବିଶଦ ଆଲୋଚନା କରିଥିଲେ। ବାଲେଶ୍ୱର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଅଧୀନରେ ଆର୍‌ଏ ସ୍କିମ୍‌ରେ ୪ ଜଣ ମହିଳାଙ୍କୁ ମନ୍ତ୍ରୀ ଶ୍ରୀ ଦାଶ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ। ଜିଲ୍ଲାର କାର୍ଯ୍ୟକାରୀ ହେଉଥିବା ‘ମୋ ସ୍କୁଲ’ ଯୋଜନା, ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ରେସନାଲାଇଜେସନ୍‌ ଅଫ୍‌ ଟିଚରସ୍‌ ଆପଏଣ୍ଟମେଣ୍ଟ ଅଫ୍‌ ନୁ୍ୟ ହାଇସ୍କୁଲ ଟିଚରସ୍‌, ମର୍ଜର ଓ ଡି-ମର୍ଜର ଅଫ୍‌ ସ୍କୁଲସ୍‌, ପାରଦର୍ଶୀ ପୋର୍ଟାଲର କାର୍ଯ୍ୟକାରିତା, ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ, ଅବସରପ୍ରାପ୍ତ ଶିକ୍ଷକଙ୍କ ପେନସନ୍‌ ପ୍ରାପ୍ତିଗୁଡ଼ିକୁ କିପରି ସଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରିବ ସେ ନେଇ ସେ ନିର୍ଦ୍ଦେଶ ଦେଇଥିଲେ। ବଲେଶ୍ୱର ଜିଲ୍ଲାକୁ ରାଜ୍ୟର ଶିକ୍ଷା କ୍ଷେତ୍ରରେ ଏକ ଅଗ୍ରଗଣ୍ୟ ଜିଲ୍ଲା ଭାବେ ଗଢ଼ିତୋଳିବାକୁ ସେ ସମସ୍ତଙ୍କ ସହଯୋଗ କାମନା କରିଥିଲେ।

ଏହି ବୈଠକରେ ରେମୁଣା ବିଧାୟକ ଶ୍ରୀ ସୁଧାଂଶୁ ଶେଖର ପରିଡ଼ା, ବାଲେଶ୍ୱର ସଦର ବିଧାୟକ ଶ୍ରୀ ସ୍ୱରୂପ ଦାଶ, ନୀଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ, ବାଲେଶ୍ୱର ଜିଲ୍ଲା ପରିଷଦ ସଭାପତି ଶ୍ରୀ ନାରାୟଣ ଚନ୍ଦ୍ର ପ୍ରଧାନ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ସମ୍ବିତ କୁମାର ନାୟକ, ବାଲେଶ୍ୱର ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନୀଲୁ ମହାପାତ୍ର ଓ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।

ବିଦ୍ୟାଳୟ ଓ ଗଣଶିକ୍ଷା ସମୀର ଦାସ ସ୍କୁଲ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣ କାରଖାନାରେ ବିସ୍ଫୋରଣ: ୧୬ ଜଣଙ୍କର ମୃତ୍ୟୁ

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026
Latest News

ବାଣ କାରଖାନାରେ ବିସ୍ଫୋରଣ: ୧୬ ଜଣଙ୍କର ମୃତ୍ୟୁ

April 21, 2026

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.