Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏକ ଭାରତ ଶ୍ରେଷ୍ଠ ଭାରତ ଅଧୀନରେ ଛାତ୍ର ବିନିମୟ କାର୍ଯ୍ୟକ୍ରମ: ମହାରାଷ୍ଟ୍ର ଯିବେ ୨୫ ଓଡ଼ିଆ ଛାତ୍ରଛାତ୍ରୀ
ଆଜିର ଖବର

ଏକ ଭାରତ ଶ୍ରେଷ୍ଠ ଭାରତ ଅଧୀନରେ ଛାତ୍ର ବିନିମୟ କାର୍ଯ୍ୟକ୍ରମ: ମହାରାଷ୍ଟ୍ର ଯିବେ ୨୫ ଓଡ଼ିଆ ଛାତ୍ରଛାତ୍ରୀ

June 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ek bharat shrestha bharat
ek bharat shrestha bharat

ଭୁବନେଶ୍ବର: ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମ ଅଧୀନରେ ଛାତ୍ରଛାତ୍ରୀ ବିନିମୟ କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ମହାରାଷ୍ଟ୍ର ଏବଂ ଓଡ଼ିଶା ଏହି କାର୍ଯ୍ୟକ୍ରମ ଅଧୀନରେ ସହଯୋଗୀ ରାଜ୍ୟ ଭାବେ ପରସ୍ପର ସହ ସମ୍ପର୍କ ସ୍ଥାପନ କରୁଛନ୍ତି।  ଛାତ୍ର ବିନିମୟ କାର୍ଯ୍ୟକ୍ରମ ଅଧୀନରେ ଓଡ଼ିଶାର ଗୁଣୁପୁରସ୍ଥିତ ଜିଆଇଇଟି ବିଶ୍ବବିଦ୍ୟାଳୟର ୨୫ ଜଣ ଛାତ୍ରଛାତ୍ରୀ ୨ ଜଣ ଶିକ୍ଷକ ମହାରାଷ୍ଟ୍ର ଗସ୍ତ କରିବେ। ସେମାନଙ୍କୁ ମୁମ୍ବାଇର ଠାକୁର କଲେଜ ଅଫ ଇଞ୍ଜିନିୟରିଂ ଏଣ୍ଡ ଟେକ୍ନୋଲୋଜି ପକ୍ଷରୁ ଆତିଥେୟ ପ୍ରଦାନ କରାଯିବ। ଏହି ଛାତ୍ର ବିନିମୟ କାର୍ଯ୍ୟକ୍ରମ ମାଧ୍ୟମରେ ଉଭୟ ରାଜ୍ୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆପୋସ ସମ୍ପର୍କ ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ପରସ୍ପରର ଜୀବନଶୈଳୀ, ସଂସ୍କୃତି ପରମ୍ପରା, ଶିକ୍ଷା ପଦ୍ଧତି ଆଦି ବିଷୟରେ ମତବିନିମୟ କରିବା ଲାଗି ସେମାନଙ୍କୁ ସୁଯୋଗ ମିଳିବ। ଚଳିତ ବର୍ଷ ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମରେ ମୋଟ ୭୫୦ ଜଣ ଛାତ୍ରଛାତ୍ରୀ ବିଭିନ୍ନ ରାଜ୍ୟ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।

ସୂଚନା ଯୋଗ୍ୟ ଯେ ଦେଶର ଏକତା ଓ ଅଖଣ୍ଡତାକୁ ବଜାୟ ରଖିବାର ଲକ୍ଷ୍ୟ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୩୧ ଅକ୍ଟୋବର, ୨୦୧୫ରେ ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୪୦ତମ ଜୟନ୍ତୀ ଅବସରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ କାର୍ଯ୍ୟକ୍ରମର ଘୋଷଣା କରିଥିଲେ। ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶର ଅବଧାରଣା ମାଧ୍ୟମରେ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶର ଲୋକମାନଙ୍କ ମଧ୍ୟରେ ପାରସ୍ପରିକ ସମ୍ପର୍କକୁ ବଢ଼ାଇବା ଲାଗି ଦେଶବ୍ୟାପୀ ‘ଏକ ଭାରତ ଶ୍ରେଷ୍ଠ ଭାରତ’ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରାଯାଉଛି। ବିଭିନ୍ନ ରାଜ୍ୟ ମଧ୍ୟରେ ରହିଥିବା ଐତିହାସିକ, ସାଂସ୍କୃତିକ ସମ୍ପର୍କକୁ ଉଜାଗର କରିବା ଲାଗି ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରୟାସ କରାଯାଉଛି।

ଏହି କାର୍ଯ୍ୟକ୍ରମ ମାଧ୍ୟମରେ ରାଜ୍ୟର ଭାଷା ଶିଖିବା, ସଂସ୍କୃତି, ପରମ୍ପରା, ସଂଗୀତ, ପର୍ଯ୍ୟଟନ, ଖାଦ୍ୟପେୟ, କ୍ରୀଡ଼ା ଏବଂ ସର୍ବୋତ୍ତମ ପଦ୍ଧତିକୁ ବାଣ୍ଟିବା ଲାଗି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନକୁ ପ୍ରୋତ୍ସାହନ ଦିଆଯାଉଛି।

ଏକ ଭାରତ ଶ୍ରେଷ୍ଠ ଭାରତ ଓଡ଼ିଆ ଛାତ୍ରଛାତ୍ରୀ ଭାରତ ଶ୍ରେଷ୍ଠ ଭାରତ’
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ଯୁବ କଂଗ୍ରେସ ରାଷ୍ଟ୍ରୀୟ ସଭାପତିଙ୍କୁ ଗିରଫ ପ୍ରତିବାଦରେ ଓଡିଶା ଯୁବ କଂଗ୍ରେସର ବିକ୍ଷୋଭ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026
Latest News

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.