ସମ୍ କୋଭିଡ ହସ୍ପିଟାଲ୍‌ରୁ ସୁସ୍ଥ ହେଲେ ଜାପାନ ନାଗରିକ

Published: Jun 29, 2022, 6:26 pm IST

ଭୁବନେଶ୍ୱର: କୋଭିଡ୍ ସଂକ୍ରମିତ ହେବା ପରେ ଚିକିତ୍ସିତ ହୋଇ ସମ୍ କୋଭିଡ ହସ୍ପିଟାଲ୍‌ରୁ ସୁସ୍ଥ ହୋଇଛନ୍ତି ଜାପାନର ନାଗରିକ ପି.ଟାକାହାରା କେଞ୍ଜି। କୋଭିଡ ସଂକ୍ରମିତ ହୋଇ ଶ୍ରୀ କେଞ୍ଜି ଗତ ଜୁନ୍‌ ୧୯ ତାରିଖ ଦିନ ସମ୍ କୋଭିଡ୍ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ।

ତେବେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଗତ ମଙ୍ଗଳବାର ଦିନ ସେ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି। ତାଙ୍କର ଜ୍ୱର ସହିତ ଥଣ୍ଡା ଓ କାଶ ଜନିତ ସମସ୍ୟା ରହିଥିଲା। ତେବେ ସମସ୍ତ ପ୍ରକାର ଚିକିତ୍ସା ଗ୍ରହଣ କରି ସେ ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ କରାଯାଇଥିବା କହିଛନ୍ତି ତାଙ୍କୁ ଚିକିତ୍ସା କରିଥିବା ଡାକ୍ତର।

ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଓଡ଼ିଶା ଆସିଥିବା ବେଳେ ଜାପାନ୍‌ର ଏହି ନାଗରିକ ଜଣକ କୋଭିଡ ସଂକ୍ରମିତ ହୋଇଥିଲେ। ତେବେ ସମ୍ କୋଭିଡ ହସ୍ପିଟାଲ୍‌ର ଉତମ ଚିକିତ୍ସା ଓ ସେବା ସୁଶୃଷା ଫଳରେ ସେ ସୁସ୍ଥ ହୋଇପାରିଛନ୍ତି ଓ ଡାକ୍ତର ଏବଂ ନର୍ସମାନଙ୍କର ସେବା ନିମନ୍ତେ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Related posts