ରାଜ୍ୟରେ ଉପର ମୁହାଁ କରୋନା, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Jun 30, 2022, 11:16 am IST

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଆଜି ରାଜ୍ୟରେ ୧୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୫୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୬ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୯୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬୪ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୮

ବରଗଡ ଜିଲ୍ଲାରୁ- ୩

ଭଦ୍ରକ ଜିଲ୍ଲାରୁ- ୪

କଟକ ଜିଲ୍ଲାରୁ- ୧୬

ଢେଙ୍କାନାଳ ଜିଲ୍ଲାରୁ- ୧

ଝାରସୁଗୁଡା ଜିଲ୍ଲାରୁ- ୧

କେନ୍ଦ୍ରାପଡା ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୬୯

ମାଲକାନଗିରି ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୯

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୩

ସୋନପୁର ଜିଲ୍ଲାରୁ- ୨

ସୁନ୍ଦରଗଡ ଜିଲ୍ଲାରୁ- ୧୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୯ ହଜାର ୭୫୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୮୪୯ ଏବଂ ବର୍ତ୍ତମାନ ୭୨୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts