Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଥଯାତ୍ରା ଉପଲକ୍ଷେ ‘୮ବର୍ଷର ସେବା, ସୁଶାସନ ଓ ଗରିବ କଲ୍ୟାଣ’ ପ୍ରଦର୍ଶନୀ ଉଦଘାଟିତ
ଆଜିର ଖବର

ରଥଯାତ୍ରା ଉପଲକ୍ଷେ ‘୮ବର୍ଷର ସେବା, ସୁଶାସନ ଓ ଗରିବ କଲ୍ୟାଣ’ ପ୍ରଦର୍ଶନୀ ଉଦଘାଟିତ

July 1, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର/ପୁରୀ: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ପୁରୀ ଠାରେ ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅନ୍ତର୍ଗତ କେନ୍ଦ୍ରୀୟ ସଂଚାର ବ୍ୟୁରୋ ପକ୍ଷରୁ ଆୟୋଜିତ ଏକ ପ୍ରଦର୍ଶନୀ ଉଦଘାଟିତ ହୋଇଛି। ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ‘ଆଜାଦୀ କା ଅମୃତ ମହୋତ୍ସବ’ ଏବଂ ନରେନ୍ଦ୍ର ମୋଦୀ ସରକାରଙ୍କ ‘୮ବର୍ଷର ସେବା, ସୁଶାସନ ଓ ଗରିବ କଲ୍ୟାଣ’ ବିଷୟବସ୍ତୁକୁ ନେଇ ଏହି ପ୍ରଦର୍ଶନୀ ଆୟୋଜିତ ହୋଇଛି।

କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଦର୍ଶନୀକୁ ଉଦଘାଟନ କରିଥିଲେ। ପ୍ରଦର୍ଶନୀରେ ବିଗତ ୮ ବର୍ଷ ମଧ୍ୟରେ ଦେଶର ବିକାଶ ଏବଂ ଦେଶବାସୀଙ୍କ କଲ୍ୟାଣ ପାଇଁ ମୋଦୀ ସରକାରଙ୍କ ଦ୍ବାରା ଗ୍ରହଣ କରାଯାଇଥିବା ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଏବଂ କାର୍ଯ୍ୟକ୍ରମ ସମ୍ପର୍କରେ ଜନସାଧାରଣଙ୍କ ପାଇଁ ସୂଚନା ପ୍ରଦର୍ଶିତ ହୋଇଛି। ଏହାକୁ ଉଦଘାଟନ କରି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ ଯେ, ଏହି ପ୍ରଦର୍ଶନୀରେ ସୁଶାସନ ଓ ସରକାରୀ ଯୋଜନା ସମ୍ପର୍କରେ ସୁନ୍ଦର ଉପସ୍ଥାପନା କରାଯାଇଛି। ଲୋକମାନେ ଏଥିରୁ ଅନେକ ଗୁରୁତ୍ୱପୂର୍ଣ୍ଣ ସୂଚନା ପାଇପାରିବେ। ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ ୮ବର୍ଷର ସେବା, ସୁଶାସନ ଓ ଗରିବ କଲ୍ୟାଣ ଉପରେ ସଚେତନତା ସୃଷ୍ଟି ପାଇଁ ଏକ ପ୍ରଚାର ଗାଡ଼ିକୁ ମଧ୍ୟ ସବୁଜ ପତାକା ଦେଇ ଶୁଭାରମ୍ଭ କରିଥିଲେ।

ଅନ୍ୟପକ୍ଷରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ସମେତ ତିନି ଜଣ କେନ୍ଦ୍ର ମନ୍ତ୍ରୀ ଶ୍ରୀକ୍ଷେତ୍ରରେ ଶ୍ରୀଗୁଣିଚା ଯାତ୍ରାରେ ସାମିଲ ହୋଇଥିଲେ। କେନ୍ଦ୍ର ରେଳ, ସଞ୍ଚାର, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏବଂ କେନ୍ଦ୍ର ଜନଜାତି ବ୍ୟାପାର, ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ମଧ୍ୟ ଶ୍ରୀକ୍ଷେତ୍ରରେ ରଥଯାତ୍ରାରେ ସାମିଲ ହୋଇ ରଥ ଟାଣିଥିଲେ।
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ପ୍ରଧାନ ବଡ଼ଦାଣ୍ଡରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟାଣିଥିଲେ। ଏହି ଅବସରରେ ସେ କହିଥିଲେ ଯେ ମହାପ୍ରଭୁ ଜଗନ୍ନାଥ ହେଉଛନ୍ତି ଓଡ଼ିଆ ଜାତିର ଅସ୍ମିତାର ପରିଚୟ। ତାଙ୍କର ଡୋରି ଲାଗିଥିବାରୁ ସେ ରଥଯାତ୍ରା ଦେଖିବାର ସୁଯୋଗ ପାଇଛନ୍ତି।

ଅନ୍ୟପକ୍ଷରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ରଥପାଖକୁ ଯାଇ ଠାକୁରଙ୍କ ପହଣ୍ଡି ଦେଖିଥିଲେ। ରଥଚକକୁ ଛୁଇଁ ମୁଣ୍ଡିଆ ମାରିଥିଲେ। ସେ କହିଥିଲେ, ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ସୁନ୍ଦର ବ୍ୟବସ୍ଥା ମଧ୍ୟରେ ରଥଯାତ୍ରା ଆୟୋଜନ କରାଯାଉଛି। ଏହି ଅବସରରେ ସେ ସମସ୍ତଙ୍କୁ ରଥଯାତ୍ରାର ଶୁଭେଚ୍ଛା ଓ ଶୁଭକାମନା ଜଣାଇଥିଲେ।

ଅନ୍ୟପକ୍ଷରେ କେନ୍ଦ୍ର ମନ୍ତ୍ରୀ ବିଶ୍ବେଶ୍ବର ଟୁଡ଼ୁ ବଡ଼ ଦାଣ୍ଡରେ ଉପସ୍ଥିତ ରହି ରଥଯାତ୍ରା ଦେଖିଥିଲେ। ସେ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ଜଗତର ନାଥ ମହାପ୍ରଭୁ ଜଗନ୍ନାଥଙ୍କ ପ୍ରଧାନ ସେବକ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଛେରା ପହଁରା ଏବଂ ମହାପ୍ରଭୁ ଜଗନ୍ନାଥଙ୍କ ପହଣ୍ଡି ବିଜେର ଦୃଶ୍ୟ ଅତି ଅପୂର୍ବ। ରଥଯାତ୍ରା ଉପଲକ୍ଷେ ସେ ମହାପ୍ରଭୁଙ୍କ ପାଖରେ ଜଗତ କଲ୍ୟାଣ ପାଇଁ ପ୍ରାର୍ଥନା କରିଥିଲେ।

ଆଜାଦୀ କା ଅମୃତ ମହୋତ୍ସବ ଧର୍ମେନ୍ଦ୍ର ପ୍ରଧାନ ନରେନ୍ଦ୍ର ମୋଦୀ ପୁରୀ ଭାରତ ସରକାର ରଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ଦେଶର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡର ଲୋକାର୍ପଣ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.