ରାଜ୍ୟରେ ଦୃତ ଗତିରେ ବଢୁଛି କରୋନା, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Jul 2, 2022, 12:37 pm IST

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୧୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୩୧ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୩୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୯୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧୩

ବରଗଡ ଜିଲ୍ଲାରୁ- ୩

ଭଦ୍ରକ ଜିଲ୍ଲାରୁ- ୫

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୩୫

ଦେବଗଡ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ- ୨

ଝାରସୁଗୁଡା ଜିଲ୍ଲାରୁ- ୧

କଳାହାଣ୍ଡି ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୯୯

ମାଲକାନଗିରି ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୧

ନୂଆପଡା ଜିଲ୍ଲାରୁ- ୮

ପୁରୀ ଜିଲ୍ଲାରୁ- ୫

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୧୦

ସୋନପୁର ଜିଲ୍ଲାରୁ- ୬

ସୁନ୍ଦରଗଡ ଜିଲ୍ଲାରୁ- ୧୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୦ ହଜାର ୧୯୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୯୭୮ ଏବଂ ବର୍ତ୍ତମାନ ୧୦୩୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts