Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାଇଦ୍ରାବାଦ ବିଶ୍ୱବିଦ୍ୟାଳୟରେ ନୂତନ ଏକାଡ଼େମିକ୍ ସୁବିଧାର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ହାଇଦ୍ରାବାଦ ବିଶ୍ୱବିଦ୍ୟାଳୟରେ ନୂତନ ଏକାଡ଼େମିକ୍ ସୁବିଧାର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ

July 5, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ହାଇଦ୍ରାବାଦ: ଜାତୀୟ ଶିକ୍ଷା ନୀତି-୨୦୨୦ ଅନୁସାରେ ଆମର ବିଶ୍ୱବିଦ୍ୟାଳୟ ଗୁଡ଼ିକ ନବସୃଜନ ଏବଂ ଗବେଷଣାକୁ ପ୍ରୋତ୍ସାହନ ଦେବା ଉଚିତ୍ ବୋଲି ସୋମବାର ହାଇଦ୍ରାବାଦ ବିଶ୍ୱବିଦ୍ୟାଳୟରେ ନୂତନ ଏକାଡ଼େମିକ୍ ସୁବିଧା ଗୁଡିକୁ ଉଦ୍‌ଘାଟନ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ହାଇଦ୍ରାବାଦ ବିଶ୍ୱବିଦ୍ୟାଳୟରେ ଡ଼ିଜିଟାଲ ଲର୍ଣ୍ଣିଂ ଏବଂ ଟ୍ରେନିଂ ରିସୋର୍ସେସ ଏବଂ ସ୍କୁଲ ଅଫ୍ ଫିଜିକ୍ସ ଏଣ୍ଡ୍ ସ୍କୁଲ ଅଫ୍ ଇଞ୍ଜିନିୟରିଂ ସାଇନ୍ସ ଏଣ୍ଡ୍ ଟେକ୍ନୋଲୋଜିର ଉଦଘାଟନ କରିଛନ୍ତି। ଏହାସହ ଇଂରାଜି ଏବଂ ବିଦେଶୀ ଭାଷା ବିଶ୍ୱବିଦ୍ୟାଳୟ(ଇଫ୍‌ଲୁ)ରେ ଅଡ଼ିଟୋରିୟମ ସହ ଏକ ବହୁମୁଖୀ ଇନଡ଼ୋର୍ ସ୍ପୋର୍ଟ୍ସ କମ୍ପଲେକ୍ସ ଏବଂ ଓପନ୍ ଆମ୍ପିଥିଏଟର ଲୋକାର୍ପଣ କରିଛନ୍ତି। ସେ କହିଛନ୍ତି ଯେ ବିଶ୍ୱବିଦ୍ୟାଳୟ ହେଇଛି ଅନେକ ନୂଜନ ଆଇଡ଼ିଆର ସମାହାର। ଜାତୀୟ ଶିକ୍ଷା ନୀତି-୨୦୨୦ ସୃଜନ ପ୍ରତିଭା ଏବଂ ଗଭୀର ଚିନ୍ତନକୁ ପ୍ରାଧାନ୍ୟ ଦେଇଥାଏ । ଏହି ଶିକ୍ଷା ନୀତି ଆଧାରରେ ଆମର ବିଶ୍ୱବିଦ୍ୟାଳୟ ଗୁଡ଼ିକ ନବସୃଜନ ଏବଂ ଗବେଷଣାକୁ ପ୍ରୋତ୍ସାହନ ଦେବା ଦରକାର। ଏହାସହ ବିଶ୍ୱବିଦ୍ୟାଳୟ ବୈଶ୍ୱିକ ନାଗରିକ ତିଆରି କରିବା, ସମସ୍ତ ଭାରତୀୟ ଭାଷାକୁ ଗୁରୁତ୍ୱ ଦେବା ସହ ମାନବତାର କଲ୍ୟାଣ ପାଇଁ ଆମର ସଭ୍ୟତା ସଂଯୋଗକୁ ଦୃଢ଼ୀଭୂତ କରିବା ଦିଗରେ ବ୍ରତୀ ହେବା ଦରକାର।

ଛାତ୍ରଛାତ୍ରୀ ଓ ଶିକ୍ଷାବିତଙ୍କୁ ସମ୍ବୋଧନ କରି କେନ୍ଦ୍ରମନ୍ତ୍ରୀ କହିଛନ୍ତି ଜାତୀୟ ଶିକ୍ଷା ନୀତି ଭାରତକୁ ଜ୍ଞାନ ଆଧାରିତ ଅର୍ଥନୀତି ଭାବରେ ପ୍ରତିଷ୍ଠିତ କରିବ। ତେଣୁ ନିଜକୁ ଭବିଷ୍ୟତ ପାଇଁ ପ୍ରସ୍ତୁତ କରିବା ପାଇଁ ନିଜର ସାମର୍ଥ୍ୟକୁ ବୃଦ୍ଧି କରିବା ସହ ଯୁବ ସମାଜକୁ ଦକ୍ଷତା ସହ ଯୋଡ଼ିବାକୁ ହେବ। ଯୁବବର୍ଗଙ୍କୁ ସଠିକ୍ ଦକ୍ଷତା ପ୍ରଦାନ କରାଗଲେ ଆର୍ôଥକ ଅଭିବୃଦ୍ଧି ହାସଲ ହୋଇପାରିବ। ଏହାବ୍ୟତିତ ଆମେ ସମସ୍ତେ ଆମର ଆଂଚଳିକ ଭାଷାକୁ ଗୁରୁତ୍ୱ ଦେବା ଉଚିତ୍। କାରଣ ସବୁ ଭାରତୀୟ ଭାଷା ଆମର ରାଷ୍ଟ୍ରଭାଷା। ଓଡିଆ, ହିନ୍ଦୀ, ଆସାମୀ, ତେଲୁଗୁ, ପଞ୍ଜାବୀ, ମରାଠୀ, ଗୁଜୁରାଟୀ ଭଳି ସବୁ ଆଂଚଳିକ ଭାଷା ଆମର ରାଷ୍ଟ୍ରୀୟ ଭାଷା ବୋଲି ସେ ମତବ୍ୟକ୍ତ କରିଛନ୍ତି।

ହାଇଦ୍ରାବାଦ ବିଶ୍ୱବିଦ୍ୟାଳୟ ଶିକ୍ଷାକୁ ଅଧିକ ସୁଦୃଢ଼, ବହୁମୁଖୀ ଶିକ୍ଷା ଏବଂ ବହୁ-ଶୃଙ୍ଖଳିତ କରିବା ପାଇଁ ଅନେକ ପରୀକ୍ଷଣରେ ସଂପୃକ୍ତ ହେବା ନେଇ ଶ୍ରୀ ପ୍ରଧାନ ଖୁସିବ୍ୟକ୍ତ କରିଥିଲେ।

କେନ୍ଦ୍ରମନ୍ତ୍ରୀ ଜାତୀୟ ଶିକ୍ଷା ନୀତି-୨୦୨୦ ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ଇସ୍ତଫା: ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

April 10, 2026

ସେପଟେ ପାକିସ୍ଥାନରେ ଯୁଦ୍ଧ ରୋକିବାକୁ ବୈଠକ, ଏପଟେ ଭାରତ ଏବଂ ଆମେରିକା ମଧ୍ୟରେ ହେଲା ବଡ଼ ଚୁକ୍ତି

April 10, 2026

ରାଜ୍ୟସଭା ସଦସ୍ୟ ଭାବରେ ଶପଥ ନେଲେ ନୀତିଶ କୁମାର: ଏବେ ମୁଖ୍ୟମନ୍ତ୍ରୀ ପଦରୁ ଦେବେ କି ଇସ୍ତଫା?

April 10, 2026

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026
Latest News

ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ଇସ୍ତଫା: ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

April 10, 2026

ସେପଟେ ପାକିସ୍ଥାନରେ ଯୁଦ୍ଧ ରୋକିବାକୁ ବୈଠକ, ଏପଟେ ଭାରତ ଏବଂ ଆମେରିକା ମଧ୍ୟରେ ହେଲା ବଡ଼ ଚୁକ୍ତି

April 10, 2026

ରାଜ୍ୟସଭା ସଦସ୍ୟ ଭାବରେ ଶପଥ ନେଲେ ନୀତିଶ କୁମାର: ଏବେ ମୁଖ୍ୟମନ୍ତ୍ରୀ ପଦରୁ ଦେବେ କି ଇସ୍ତଫା?

April 10, 2026

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.