ଆଜି ପୁଣି ବଢିଲା କରୋନା ସଂକ୍ରମଣ, ୧୬ ଟି ଜିଲ୍ଲାରେ ୩୩୪ ଆକ୍ରାନ୍ତ ଚିହ୍ନଟ

Published: Jul 5, 2022, 10:42 am IST

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୨୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୩୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୩୩୪ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୫୩ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୯୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୪୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ- ୭୦

ଜଗତସିଂହପୁର ଜିଲ୍ଲାରୁ- ୬

ଯାଜପୁର ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୧୮୭

କୋରାପୁଟ ଜିଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୨

ନୟାଗଡ ଜିଲ୍ଲାରୁ- ୨

ନୂଆପଡା ଜିଲ୍ଲାରୁ- ୪

ପୁରୀ ଜିଲ୍ଲାରୁ- ୨

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୭

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ ଜିଲ୍ଲାରୁ- ୩

ଷ୍ଟେଟ ପୁଲରୁ- ୩୭

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୧ ହଜାର ୧୧୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୦ ହଜାର ୨୪୩ ଏବଂ ବର୍ତ୍ତମାନ ୧୬୯୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts