Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲଘୁଚାପ ଯୋଗୁଁ ସାରା ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା: ସିଇସି
ଆଜିର ଖବର

ଲଘୁଚାପ ଯୋଗୁଁ ସାରା ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା: ସିଇସି

July 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଉତ୍ତର ଓଡ଼ିଶା ଏବଂ ଏହାର ସଂଲଗ୍ନ ଅଂଚଳରେ ସୋମବାର ସୃଷ୍ଟି ହୋଇଥିବା
ଲଘୁଚାପ ମଙ୍ଗଳବାର ମଧ୍ୟପ୍ରଦେଶ ମୁହାଁ ହୋଇଥିବା ଯୋଗୁଁ ସାରା ଓଡ଼ିଶାରେ ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବିଷୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି।

ଆରବସାଗର ଏବଂ ବଙ୍ଗୋପ ସାଗର ଆଡୁ ଅନୁକୂଳ ମୌସୁମୀ ପ୍ରବାହ ଯୋଗୁଁ ଜୁଲାଇ ୧୧ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ସାମାନ୍ୟରୁ ପ୍ରବଳ ବର୍ଷା ଜାରି ରହିବାର ସମ୍ଭାବନା ଥିବା ବେଳେ ଜୁଲାଇ ୮ ତାରିଖ ବେଳକୁ ଅନ୍ୟ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ସିଇସି ପକ୍ଷରୁ କୁହାଯାଇଛି।

ଏହି ସମୟରେ ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ଅନ୍ୟ ଅଂଚଳଗୁଡ଼ିକରେ ଜୁଲାଇ ୨୦ ତାରିଖ ପର୍ଯ୍ୟନ୍ତ ସାମାନ୍ୟରୁ ପ୍ରବଳ ବର୍ଷା ଜାରି ରହିବ ବୋଲି ସିଇସି ସୂଚନା ଦେଇଛି।

ସେହିପରି ଜୁଲାଇ ୧୧ ତାରିଖ ବେଳକୁ ଉତର-ପଶ୍ଚିମ ବଙ୍ଗୋପ ସାଗରରେ ତୃତୀୟ ଥର ପାଇଁ ଲଘୁଚାପ ସୃଷ୍ଟି ହେବା ସହ ଜୁଲାଇ ୧୩ ତାରିଖ ସୁଦ୍ଧା ଏହା ଗଭୀର ଅବପାତର ରୂପ ନେଇପାରେ ବୋଲି ସିଇସି ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ଥିବା ବେଳେ କେତେକ ସ୍ଥାନରେ ମୂଶଳ ଧାରାରେ (୨୦ ସେମି ରୁ ଅଧିକ) ବର୍ଷା ହେବାର ଆଶଙ୍କା ରହିଛି।

ବିଶେଷ କରି ମହାନଦୀ, ବଂଶଧାରା ଏବଂ ଋଷିକୁଲ୍ୟା ନଦୀର କ୍ୟାଚ୍‌ମେଂଟ ଅଂଚଳରେ ଏହି ବର୍ଷା ହେବାର ସମ୍ଭାବନା ରହିଛି।

ଜୁନ୍ ମାସରେ ବର୍ଷାର ପରିମାଣ କମ୍ ରହିଥିବା ବେଳେ ଜୁଲାଇ ମାସର ବର୍ଷା ଏହି ଅଭାବକୁ ପୂରଣ କରିଥିଲେ।

ଜୁଲାଇ ୧୨ ରୁ ୧୫ ମଧ୍ୟରେ କୃଷକମାନେ ଧାନଫସଲ ରୋପଣ କରିପାରିବେ ବୋଲି ସିଇସି ପକ୍ଷରୁ କୁହାଯାଇଛି।

ଓଡିଶା ପ୍ରବଳ ବର୍ଷା ଲଘୁଚାପ ସିଇସି
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.