Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଷଷ୍ଠ ପର୍ଯ୍ୟାୟ ନିର୍ବାଚନ : ୭ଟି ରାଜ୍ୟର ୫୯ଟି ଆସନ ପାଇଁ ହେବ ମତଦାନ
ଆଜିର ଖବର

ଷଷ୍ଠ ପର୍ଯ୍ୟାୟ ନିର୍ବାଚନ : ୭ଟି ରାଜ୍ୟର ୫୯ଟି ଆସନ ପାଇଁ ହେବ ମତଦାନ

May 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
6th phase election
6th phase election

ଷଷ୍ଠ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଆସନ୍ତା ରବିବାର ଦିନ ହେବ। ସେଥିପାଇଁ ଶୁକ୍ରବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୭ଟି ରାଜ୍ୟର ୫୯ଟି ସଂସଦୀୟ କ୍ଷେତ୍ର ପାଇଁ ଭୋଟଗ୍ରହଣ ହେବ। ଉତ୍ତରପ୍ରଦେଶର ୧୪ଟି ଆସନ,  ହରିୟାଣାର ୧୦ଟି, ପଶ୍ଚିମବଙ୍ଗ, ବିହାର ଓ ମଧ୍ୟପଦେଶରେ ୮ଟି ଲେଖାଏଁ, ଦିଲ୍ଲୀର ୭ଟି ଏବଂ ଝାଡଖଣ୍ଡର ୪ଟି ଆସନରେ ଏହି ପର୍ଯ୍ୟାୟରେ ମତଦାନ ହେବ। ୧୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଏହି ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳର ପ୍ରମୁଖ ନେତାମାନେ ସଭା, ଶୋଭାଯାତ୍ରା, ରାଲି ଓ ରୋଡ ଶୋ’ମାନ ଆୟୋଜନ କରି ଭୋଟର ମାନଙ୍କୁ ଆକୃଷ୍ଟ କରିବା ଲାଗି ପ୍ରାଣମୂର୍ଚ୍ଚା ଉଦ୍ୟମ ଜାରି ରଖିଛନ୍ତି। ଏହି ପର୍ଯ୍ୟାୟରେ ୯୬୮ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବାକୁ କେନ୍ଦ୍ରୀୟ ମନ୍ତ୍ରୀ ମାନେକା ଗାନ୍ଧି, ଏସ୍‌ପି ଅଧ୍ୟକ୍ଷ ଅଖିଳେଶ ଯାଦବ, କଂଗ୍ରେସର ବରିଷ୍ଠ ନେତା ଦିଗ୍‌ବିଜୟ ସିଂ, ଜ୍ୟୋତିରାଦିଆ ସିନ୍ଧିଆ, ମନୋଜ ତିଓ୍ବାରୀ, ଶିଲା ଦୀକ୍ଷିତ୍‌, ପ୍ରଜ୍ଞା ସିଂ ଠାକୁର୍‌ ପ୍ରମୁଖ ରହିଛନ୍ତି । ୨୦୧୪ ନିର୍ବାଚନରେ ୫୯ଟି ଆସନରୁ ବିଜେପି ୪୪ଟି ଆସନରେ ବାଜିମାତ୍‌ କରିଥିଲା ।  ଚଳିତ ଥର ପଶ୍ଚିମବଙ୍ଗ ଦଖଲ କରିବା ଅଭିପ୍ରାୟରେ ଥିବା ବିଜେପି ଦଳ ପଶ୍ଚିମବଙ୍ଗରେ ଜୋର୍‌ସୋର୍‌ରେ ପ୍ରଚାର କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ବାଙ୍କୁରା ଜିଲ୍ଲା ଅନ୍ତର୍ଗତ ମଳଡାଙ୍ଗଠାରେ ଏକ ନିର୍ବାଚନୀ ସଭାରେ ଉଦବୋଧନ ଦେଇ ମମତାଙ୍କ ଉପରେ ବର୍ଷିବା ସହିତ ବୁଥ୍‌ ବୁଥ୍‌ ଟିଏମ୍‌ସି ସାଫ୍‌ର ନାରା ଲଗାଇଥିଲେ । ଆସନ୍ତା ମେ ୨୩ ତାରିଖରେ ଭୋଟ୍‌ଗଣତି ଓ ଫଳାଫଳ ଘୋଷଣା ହେବ ।

Share. Facebook Twitter LinkedIn Email WhatsApp Copy Link

Related Posts

‘ଦି କେରଳ ଷ୍ଟୋରୀ 2’ ର ମୁକ୍ତିଲାଭ ଉପରେ ହାଇକୋର୍ଟଙ୍କ ରୋକ: ସୁପ୍ରିମକୋର୍ଟ ଯିବେ ନିର୍ମାତା

February 26, 2026

CBSEର ବଡ଼ ନିଷ୍ପତ୍ତି: ଷଷ୍ଠ ଶ୍ରେଣୀରୁ ପଢ଼ାଯିବ ତିନୋଟି ଭାଷା

February 26, 2026

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ

February 26, 2026

ପ୍ରଖ୍ୟାତ ଘୋଡାନାଚ ଶିଳ୍ପୀ ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ

February 26, 2026
Latest News

‘ଦି କେରଳ ଷ୍ଟୋରୀ 2’ ର ମୁକ୍ତିଲାଭ ଉପରେ ହାଇକୋର୍ଟଙ୍କ ରୋକ: ସୁପ୍ରିମକୋର୍ଟ ଯିବେ ନିର୍ମାତା

February 26, 2026

CBSEର ବଡ଼ ନିଷ୍ପତ୍ତି: ଷଷ୍ଠ ଶ୍ରେଣୀରୁ ପଢ଼ାଯିବ ତିନୋଟି ଭାଷା

February 26, 2026

‘ଆଶ୍ରମର ପରିବେଶ ପବିତ୍ର ନୁହେଁ’: ଶଙ୍କରାଚାର୍ଯ୍ୟଙ୍କ ଉପରେ ଆଶ୍ଚର୍ଯ୍ୟଜନକ ଖୁଲାସା କଲେ ଭୂମିକା ଦ୍ୱିବେଦୀ

February 26, 2026

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ

February 26, 2026

ପ୍ରଖ୍ୟାତ ଘୋଡାନାଚ ଶିଳ୍ପୀ ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.