ଚିନ୍ତା ବଢାଉଛି କରୋନା, ଆଜି ରାଜ୍ୟରେ ୫୦୦ରୁ ଊର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

Published: Jul 9, 2022, 11:28 am IST

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୪୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୫୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୫୧୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୫୯ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୩୦୦ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୧୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୩

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୮୯

ଦେବଗଡ ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୮

ଯାଜପୁର ଜିଲ୍ଲାରୁ- ୧୦

ଝାରସୁଗୁଡା ଜିଲ୍ଲାରୁ- ୭

କଳାହାଣ୍ଡି ଜିଲ୍ଲାରୁ- ୧

କେନ୍ଦ୍ରପଡା ଜିଲ୍ଲାରୁ- ୩

କେନ୍ଦୁଝର ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୨୩୭

ମାଲକାନଗିରି ଜିଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୮

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୨୯

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୬

ସୋନପୁର ଜିଲ୍ଲାରୁ- ୧୫

ସୁନ୍ଦରଗଡ ଜିଲ୍ଲାରୁ- ୨୯

ଷ୍ଟେଟ ପୁଲରୁ- ୫୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୨ ହଜାର ୯୨୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୦ ହଜାର ୯୫୪ ଏବଂ ବର୍ତ୍ତମାନ ୨୭୯୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts