କ୍ରମାଗତ ତୃତୀୟ ଦିନରେ ଚିହ୍ନଟ ହେଲେ ୫୦୦ରୁ ଊର୍ଦ୍ଧ୍ଵ ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ

Published: Jul 11, 2022, 10:03 am IST

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୫୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୫୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୫୭୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୬୯ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୩୩୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୩୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧୪

ବାଲେଶ୍ଵର ଜିଲ୍ଲାରୁ- ୧୨

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୩

ବଲାଙ୍ଗୀରି ଜିଲ୍ଲାରୁ- ୨

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୬୮

ଦେବଗଡ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୫

ଜଗତସିଂହପୁର ଜିଲ୍ଲାରୁ- ୮

ଯାଜପୁର ଜିଲ୍ଲାରୁ- ୧୫

ଝାରସୁଗୁଡା ଜିଲ୍ଲାରୁ- ୬

କଳାହାଣ୍ଡି ଜିଲ୍ଲାରୁ- ୫

କେନ୍ଦ୍ରପଡା ଜିଲ୍ଲାରୁ- ୧

କେନ୍ଦୁଝର ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୨୧୯

କୋରାପୁଟ ଜିଲ୍ଲାରୁ- ୪

ମୟୂରଭଞ୍ଜ ଜିଲ୍ଲାରୁ- ୧୬

ନୟାଗଡ ଜିଲ୍ଲାରୁ- ୫

ନୂଆପଡା ଜିଲ୍ଲାରୁ- ୮

ପୁରୀ ଜିଲ୍ଲାରୁ- ୧୨

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୪୧

ସୋନପୁର ଜିଲ୍ଲାରୁ- ୩

ସୁନ୍ଦରଗଡ ଜିଲ୍ଲାରୁ- ୬୩

ଷ୍ଟେଟ ପୁଲରୁ- ୫୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୪ ହଜାର ୭୬ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୧ ହଜାର ୫୩୭ ଏବଂ ବର୍ତ୍ତମାନ ୩୩୬୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts