Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୦୨୨ ବର୍ଷ ପାଇଁ ଦେଶର ଶ୍ରେଷ୍ଠ ମେଡିକାଲ କଲେଜ ମାନ୍ୟତା: ଏମ୍ସ ଭୁବନେଶ୍ୱରକୁ ମିଳିଲା ୨୬ତମ ସ୍ଥାନ
ଆଜିର ଖବର

୨୦୨୨ ବର୍ଷ ପାଇଁ ଦେଶର ଶ୍ରେଷ୍ଠ ମେଡିକାଲ କଲେଜ ମାନ୍ୟତା: ଏମ୍ସ ଭୁବନେଶ୍ୱରକୁ ମିଳିଲା ୨୬ତମ ସ୍ଥାନ

July 15, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
Treatment
ଅଙ୍ଗ ପ୍ରତିରୋପଣ ଏବଂ ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ

ଭୁବନେଶ୍ଵର: ନିଜର ଏକ ଦଶନ୍ଧିର ଗୌରବମୟ ଯାତ୍ରାରେ ଆଉ ଏକ ସଫଳ ଅଧ୍ୟାୟ ଯୋଡ଼ିଛି ଏମ୍ସ ଭୁବନେଶ୍ୱର। ଆଜି କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ଜାତୀୟ ଶିକ୍ଷାନୁଷ୍ଠାନ ମାନ୍ୟତା ତାଲିକା (ଏନଆଇଆରଏଫ)ରେ ଏମ୍ସ ଭୁବନେଶ୍ୱରକୁ ଦେଶର ଶ୍ରେଷ୍ଠ ମେଡିକାଲ କଲେଜ ବର୍ଗରେ ୨୬ତମ ସ୍ଥାନ ମିଳିଛି। ଗତ ବର୍ଷ ଏହି ଜାତୀୟ ଅନୁଷ୍ଠାନ ଏନଆଇଆରଏଫ ତାଲିକାରେ ୩୧ତମ ସ୍ଥାନରେ ଥିଲା। ଚଳିତ ବର୍ଷ ଏହା ପାଞ୍ଚଟି ସୋପାନ ଉପରକୁ ଉଠି ୨୬ତମ ମାନ୍ୟତା ହାସଲ କରିଛି।

ଶିକ୍ଷାଦାନ, ଶିକ୍ଷା ଏବଂ ସମ୍ବଳ (ଟିଏଲଆର), ଅନୁସନ୍ଧାନ ଏବଂ ବୃତ୍ତିଗତ ଅଭ୍ୟାସ (ଆରପି), ସ୍ନାତକୋତ୍ତର ଫଳାଫଳ (ଜିଓ), ଆଉଟରିଚ୍ ଏବଂ ଇନକ୍ଲୁସିଭିଟି (ଓଆଇ) ଏବଂ ସାଥୀ ଧାରଣା (ପିପି) ଭଳି ପାଞ୍ଚଟି ପାରାମିଟରକୁ ଭିତ୍ତି କରି ଏହି ମାନ୍ୟତା ତାଲିକା ପ୍ରସ୍ତୁତ କରାଯାଇଛି। ଏମ୍ସ ଭୁବନେଶ୍ୱର ଚଳିତ ବର୍ଷ ୧୦୦ରୁ ୫୪.୭୧ ସ୍କୋର କରିଛି।

ଏହି ଅବସରରେ ଏମ୍ସ ଭୁବନେଶ୍ୱର ନିର୍ଦ୍ଦେଶକ ପ୍ରଫେସର ମୁକେଶ ତ୍ରିପାଠୀ (ଭାରପ୍ରାପ୍ତ) ସମସ୍ତ ଅଧ୍ୟାପକ, କର୍ମଚାରୀ ଏବଂ ଛାତ୍ରଛାତ୍ରୀଙ୍କୁ ଏହି ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହ ଛାତ୍ରଛାତ୍ରୀଙ୍କ ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି।

ସେହିଭଳି, ଏମ୍ସ ଭୁବନେଶ୍ୱରର ନବନିଯୁକ୍ତ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର ଆଶୁତୋଷ ବିଶ୍ୱାସ ମଧ୍ୟ ଏହି ସଫଳତା ନିମନ୍ତେ ଏମ୍ସର ବିଶାଳ ପରିବାରକୁ  ଅଭିନନ୍ଦନ ଜଣାଇବା ସହିତ ରୋଗୀ ସେବା ତଥା ଡାକ୍ତରୀ ଛାତ୍ରମାନଙ୍କର ଗବେଷଣା ଏବଂ ସାମଗ୍ରିକ ବିକାଶ ଦିଗରେ ଏହାର ବ୍ୟାପକ ଆଭିମୁଖ୍ୟକୁ ଦୋହରାଇଛନ୍ତି।

ଉଲ୍ଲେଖଯୋଗ୍ୟ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ୨୦୨୨ ବର୍ଷ ପାଇଁ ଏନଆଇଆରଏଫ ତାଲିକା ଘୋଷଣା କରିଛନ୍ତି।

ଉଲ୍ଲେଖଯୋଗ୍ୟଯେ ରୋଗୀ ସେବା କ୍ଷେତ୍ରରେ ଏମ୍ସ ଭୁବନେଶ୍ୱର ଏକ ସର୍ବୋତ୍ତମ ଚିକିତ୍ସା ପ୍ରତିଷ୍ଠାନ ଭାବରେ ଉଭା ହୋଇଛି। ଭିତ୍ତିଭୂମି ବିକାଶ ଠାରୁ ଆରମ୍ଭ କରି ତାଲିମ, ଚିକିତ୍ସା ଏବଂ ଅନୁସନ୍ଧାନ ପର୍ଯ୍ୟନ୍ତ, ପ୍ରତ୍ୟେକ କ୍ଷେତ୍ରରେ ଏହା ଉତ୍କୃଷ୍ଟ ପ୍ରଦର୍ଶନ କରିଆସୁଛି। ଏହା ପ୍ରଥମ ଦଶନ୍ଧିର ଚମତ୍କାର ଯାତ୍ରା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ସ୍ୱାସ୍ଥ୍ୟ ସେବାରେ ଆଞ୍ଚଳିକ ଅସନ୍ତୁଳନ ଦୂର କରିବା ପାଇଁ ଥିବା ଲକ୍ଷ୍ୟ ପୂରଣ କରିବା ଦିଗରେ ଶତତ କାର୍ଯ୍ୟରତ।

ନିକଟରେ ଏମ୍ସ ଭୁବନେଶ୍ୱରକୁ ସମ୍ମାନଜନକ ଇଣ୍ଡିଆ ଟୁଡେ ସର୍ଭେ ୨୦୨୨ରେ ଦେଶର ଶ୍ରେଷ୍ଠ ୨୦ ମେଡିକାଲ କଲେଜ ମଧ୍ୟରେ ସ୍ଥାନିତ କରାଯାଇଥିଲା।

ଏନଆଇଆରଏଫ ଏମ୍‌ସ ଭୁବନେଶ୍ୱର କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଧର୍ମେନ୍ଦ୍ର ପ୍ରଧାନ ଶ୍ରେଷ୍ଠ ମେଡିକାଲ କଲେଜ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

June 5, 2026

କୁଏତ ବିମାନବନ୍ଦର ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ; ଆହତ ୧୩ ଜଣଙ୍କୁ ସହାୟତା ପ୍ରଦାନ

June 5, 2026

ଉତ୍ତର ପୂର୍ବ ପରିଷଦର ୭୩ତମ ପୂର୍ଣ୍ଣାଙ୍ଗ ବୈଠକର ଅଧ୍ୟକ୍ଷତା କଲେ ଅମିତ ଶାହ

June 5, 2026

ମୋଦିଙ୍କ ପ୍ରଶଂସାରେ ପୁଟିନ, ଭାରତକୁ ନେଇ କହିଲେ ବଡ଼ କଥା

June 4, 2026
Latest News

ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

June 5, 2026

କୁଏତ ବିମାନବନ୍ଦର ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ; ଆହତ ୧୩ ଜଣଙ୍କୁ ସହାୟତା ପ୍ରଦାନ

June 5, 2026

ଉତ୍ତର ପୂର୍ବ ପରିଷଦର ୭୩ତମ ପୂର୍ଣ୍ଣାଙ୍ଗ ବୈଠକର ଅଧ୍ୟକ୍ଷତା କଲେ ଅମିତ ଶାହ

June 5, 2026

ଆଜି ଜୁନ ୫ ତାରିଖ ଶୁକ୍ରବାରରେ ଏହି ସାତୋଟି ରାଶିର ଭାଗ୍ୟ ଚମକିବ, କରନ୍ତୁ ଏହି କାମ

June 5, 2026

ମୋଦିଙ୍କ ପ୍ରଶଂସାରେ ପୁଟିନ, ଭାରତକୁ ନେଇ କହିଲେ ବଡ଼ କଥା

June 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.