Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଏସଟି ବିରୋଧରେ ଆଜି ସାରା ଦେଶରେ ଧର୍ମଘଟ କରିବେ ବ୍ୟବସାୟୀ, ବନ୍ଦ ରହିବ କାରୋବାର
ଆଜିର ଖବର

ଜିଏସଟି ବିରୋଧରେ ଆଜି ସାରା ଦେଶରେ ଧର୍ମଘଟ କରିବେ ବ୍ୟବସାୟୀ, ବନ୍ଦ ରହିବ କାରୋବାର

July 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଜୁଲାଇ ୧୮ ତାରିଖରୁ ଦେଶରେ ବିଭିନ୍ନ ଖାଦ୍ୟ ପଦାର୍ଥ ଉପରେ ୫% ଜିଏସଟି ବୃଦ୍ଧି କରାଯିବ। ଏହାକୁ ନେଇ ଆଜି ବ୍ୟବସାୟୀମାନେ ସାରା ଦେଶରେ ଧର୍ମଘଟ କରିବେ। ଏହି ଧର୍ମଘଟରେ ୭୩ ହଜାର କୃଷି ଉତ୍ପାଦ ମଣ୍ଡି, ୧୩ ହଜାର ଡାଲି ମିଲ୍, ୯ ହଜାର ୬୦୦ ଚାଉଳ ମିଲ୍, ୮ ହଜାର ଅଟା ମିଲ୍ ଏବଂ ୮୦ ଲକ୍ଷ ଛୋଟ ମିଲ୍ ବନ୍ଦ ରଖିବାକୁ ଘୋଷଣା କରିଛନ୍ତି।

ଭାରତୀୟ ଶିଳ୍ପ ବୋର୍ଡର କାର୍ଯ୍ୟନିର୍ବାହୀ ବୈଠକରେ ନିଷ୍ପତ୍ତି ନିଆଯାଇଛି ଯେ, ପ୍ରାୟ ତିନି କୋଟି ଖୁଚୁରା ବ୍ୟବସାୟୀ ମଧ୍ୟ ବ୍ୟବସାୟ ବନ୍ଦରେ ଭାଗ ନେବେ। ଯଦି କେନ୍ଦ୍ର ସରକାର ଜିଏସଟି ପ୍ରତ୍ୟାହାର ନକରନ୍ତି ତେବେ ଆନ୍ଦୋଳନ ଆହୁରି ତୀବ୍ର ହେବ। ସଂଗଠନର ରାଷ୍ଟ୍ରୀୟ ଅଧ୍ୟକ୍ଷ ବାବୁଲାଲ ଗୁପ୍ତା କହିଛନ୍ତି ଯେ, ଜିଏସଟି ଆଭିମୁଖ୍ୟରେ ଅଣ ବ୍ରାଣ୍ଡେଡ୍ ଖାଦ୍ୟ ପଦାର୍ଥ ଆଣିବା ଜିଏସ୍ଟିର ମୂଳ ଭାବନାର ବିପରୀତ ଅଟେ।

ଅତ୍ୟାବଶ୍ୟକ ସାମଗ୍ରୀ ଉପରେ ଜିଏସ୍ଟି ଆଦାୟ କରାଯିବ ନାହିଁ ବୋଲି ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ କହିଥିଲେ। ଏହାକୁ ଦୃଷ୍ଟିରେ ରଖି ଏହି ବିରୋଧ କରାଯାଉଛି କାରଣ ସରକାରଙ୍କ ଏହି ପଦକ୍ଷେପ ମୁଦ୍ରାସ୍ଫୀତିକୁ ଆହୁରି ବୃଦ୍ଧି କରିବ। ମହାରାଷ୍ଟ୍ର, ଗୁଜୁରାଟ, ରାଜସ୍ଥାନ, ପଞ୍ଜାବ, ହରିୟାଣା, ଉତ୍ତରପ୍ରଦେଶ, ହିମାଚଳ ପ୍ରଦେଶ, ଉତ୍ତରପ୍ରଦେଶ, ଛତିଶଗଡ, ବିହାର, କର୍ଣ୍ଣାଟକ, ତାମିଲନାଡୁ, କେରଳ, ଝାଡଖଣ୍ଡ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ଦିଲ୍ଲୀର ଶିଲ୍ପପତି ଏବଂ ବ୍ୟବସାୟୀ ଏହି ଧର୍ମଘଟରେ ସାମିଲ ହେବେ।

ଜିଏସଟି ଧର୍ମଘଟ ବ୍ୟବସାୟୀ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପ୍ରିମକୋର୍ଟରେ SIR ଶୁଣାଣି: ଇସି ବିରୋଧରେ ଅନେକ ଅଭିଯୋଗ ଆଣିଲେ ମମତା ବାନାର୍ଜୀ

February 4, 2026

ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 4, 2026

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026
Latest News

ସୁପ୍ରିମକୋର୍ଟରେ SIR ଶୁଣାଣି: ଇସି ବିରୋଧରେ ଅନେକ ଅଭିଯୋଗ ଆଣିଲେ ମମତା ବାନାର୍ଜୀ

February 4, 2026

ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 4, 2026

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ଦାୟିତ୍ଵବାନ ଦେଶ ତାଲିକାର ଶ୍ରେଷ୍ଠ ୧୦ ରେ ନାହାନ୍ତି ଚୀନ୍, ରୁଷ କିମ୍ବା ଆମେରିକା: ଜାଣନ୍ତୁ ଭାରତର ସ୍ଥିତି

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.