Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ: ଆଇଟି କ୍ଷେତ୍ରରେ ଅଧିକ ନିଯୁକ୍ତି ଲକ୍ଷ୍ୟ
ଆଜିର ଖବର

ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ: ଆଇଟି କ୍ଷେତ୍ରରେ ଅଧିକ ନିଯୁକ୍ତି ଲକ୍ଷ୍ୟ

July 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍ ବୈଠକ ଶେଷ ହୋଇଛି। ଏହି ବୈଠକରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ମିଳିଥିବା ତଥ୍ୟ ଅନୁସାରେ ୨୦୨୨ ଆଇଟି ପଲିସିକୁ କ୍ୟାବିନେଟର ମୋହର ଲାଗିଛି। ଆଇଟି କ୍ଷେତ୍ରରେ ଅଧିକ ନିଯୁକ୍ତି ଓ ପୁଞ୍ଜିନିବେଶର ଲକ୍ଷ୍ୟ ରଖାଯାଇଛି। ଏହାସହିତ ପାଇକ ବିଦ୍ରୋହ ସ୍ମାରକୀ ପାଇଁ ଖୋର୍ଦ୍ଧା ବରୁଣେଇ ଠାରେ ରାଜ୍ୟ ସରକାର ୯.୬୮ ଏକର ଜମି ଯୋଗାଇ ଦିଆଯାଇଛି।

କୋରାପୁଟ, ରାୟଗଡ଼ା, ଜଗତସିଂହପୁର ଓ ଅନୁଗୁଳ ଜିଲ୍ଲାରେ ଜଳ ଜୀବନ ମିଶନରେ ବୃହତ୍ତ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏହାଦ୍ୱାରା କୋରାପୁଟ ଜିଲ୍ଲାର ୨ଗୋଟି ବ୍ଲକର ୩୧ଟି ପଞ୍ଚାୟତର ୧ ଲକ୍ଷ ୬୧ ହଜାର ୯୦୨ ଜଣ ଲୋକଙ୍କୁ ପାନୀୟ ଜଳ ମିଳିବ।

ଜୟପୁର ବ୍ଲକର ୧୫ଟି ପଞ୍ଚାୟତ ଓ କୁନ୍ଦ୍ରା ବ୍ଲକର ୧୬ଟି ପଞ୍ଚାୟତର ଲୋକ ଉପକୃତ ହୋଇ ପାରିବେ। ଏହି ପ୍ରକଳ୍ପ ପାଇଁ ୨୬୧ କୋଟି ୯୭ ଲକ୍ଷ ୪୧ ହଜାର ଟଙ୍କା ଅନୁମୋଦନ କରାଯାଇଛି । ୨୪ ମାସ ମଧ୍ୟରେ ପ୍ରକଳ୍ପ ସାରିବାକୁ ଲକ୍ଷ୍ୟ ରଖାଯାଇଛି।

ସେହିଭଳି ପର୍ଯ୍ୟଟକଙ୍କ ସୁବିଧା ପାଇଁ ପୁରୀରେ ଧର୍ମଶାଳା ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ବାସେଳିସାହି ଧର୍ମଶାଳା ପ୍ରକଳ୍ପକୁ କାର୍ଯ୍ୟକାରୀ କରିବାକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ୧୩୫ କୋଟି ୬୦ ଲକ୍ଷ ଟଙ୍କା ବ୍ୟୟରେ ଧର୍ମଶାଳା ନିର୍ମାଣ ହେବ। ଏନେଇ ବିଧାନସଭାରେ ସୂଚନା ଦେଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ।

ନିରଞ୍ଜନ ପୂଜାରୀ ରାଜ୍ୟ କ୍ୟାବିନେଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.