Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାରେ ଓଡିଶାକୁ ମିଳିଛି ୧୨୦୮.୮୬ କୋଟି: କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ
ଆଜିର ଖବର

ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାରେ ଓଡିଶାକୁ ମିଳିଛି ୧୨୦୮.୮୬ କୋଟି: କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ

July 20, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାରେ ଓଡିଶା ଆଠଟି ତ୍ୱରାନ୍ୱିତ ଜଳସେଚନ ସୁବିଧା କାର୍ଯ୍ୟକ୍ରମ (ଏଆଇବିପି) ପ୍ରକଳ୍ପ ମଧ୍ୟରୁ ପାଞ୍ଚଟି ଯଥା ଉପର ଇନ୍ଦ୍ରାବତୀ, ରୁକୁଡା, ରେତ, ତେଲଙ୍ଗିର ଓ ନିମ୍ନ ଇନ୍ଦ୍ରାବତୀର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ଏହାଛଡା ସୁବର୍ଣ୍ଣରେଖା, ସମନ୍ୱିତ ଆନନ୍ଦପୁର ବ୍ୟାରେଜ ଓ କାନୁପୁର ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ଏସବୁ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ଏପ୍ରିଲ ୨୦୧୬ରୁ ମାର୍ଚ୍ଚ ୨୦୨୨ ମଧ୍ୟରେ ୧୨୦୮.୮୬ କୋଟି ଟଙ୍କା କେନ୍ଦ୍ରୀୟ ସହାୟତା ଆକାରରେ ଯୋଗାଇ ଦେଇଛନ୍ତି ବୋଲି କେନ୍ଦ୍ର ଜଳଶକ୍ତି ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ରାଜ୍ୟ ସଭାରେ ଏକ ଅଣତାରକା ପ୍ରଶ୍ନର ଉତ୍ତରରେ କହିଛନ୍ତି।

ମନ୍ତ୍ରୀ ଶ୍ରୀ ଟୁଡୁ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାରେ ଓଡିଶାରେ ଚାଲୁଥିବା କାର୍ଯ୍ୟର ତଥ୍ୟ ପ୍ରଦାନ କରିଛନ୍ତି।

ଶ୍ରୀ ଟୁଡୁ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାରେ ଓଡିଶାରେ ଆଠଟି ପ୍ରକଳ୍ପ ମାଧ୍ୟମରେ ୨୪୯.୫୩ ହଜାର ହେକ୍ଟର ଜମିରେ ଜଳସେଚନର ସୁବିଧା କରାଯାଇଛି। ସେହିଭଳି କମାଣ୍ଡ ଏରିଆ ବିକାଶ ଓ ଜଳ ପରିଚାଳନା ପାଇଁ କେନ୍ଦ୍ର ସରକାର ୨୦୨୨ ମାର୍ଚ୍ଚ ସୁଦ୍ଧା ୧୩୧.୯୬ କୋଟି ଟଙ୍କା ଯୋଗାଇ ଦେଇଛନ୍ତି। ଏହାଫଳରେ ୭୧.୫୯ ହଜାର ହେକ୍ଟର ଜମିକୁ ଚାଷ ଉପଯୋଗୀ କରାଯାଇପାରିଛି।

ମନ୍ତ୍ରୀ ଶ୍ରୀ ଟୁଡୁ କହିଛନ୍ତି ଯେ ଜଳ ଉତ୍ସଗୁଡିକର ମରାମତି ଓ ପୁନରୁଦ୍ଧାର ପାଇଁ କେନ୍ଦ୍ର ସରକାର ୨୦୨୨ ମାର୍ଚ୍ଚ ସୁଦ୍ଧା ଓଡିଶାକୁ ୧୪୫.୧୯ କୋଟି ଟଙ୍କା ଯୋଗାଇ ଦେଇଛନ୍ତି। ଏଥିରେ ଦୁଇଟି କ୍ଲଷ୍ଟରର ବିକାଶ କାର୍ଯ୍ୟ ହାତକୁ ନିଆଯାଇଛି ଏବଂ ୪୭.୯୬ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବାକୁ କାମ ଚାଲିଛି।

ସେ ଆହୁରି କହିଛନ୍ତି ଯେ ବନ୍ୟା ନିୟନ୍ତ୍ରଣ କାର୍ଯ୍ୟକ୍ରମ ମାଧ୍ୟମରେ କେନ୍ଦ୍ର ସରକାର ରାଜ୍ୟମାନଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେଇଛନ୍ତି। ଏଥିରେ ନଦୀ ପରିଚାଳନା, କୂଳକ୍ଷୟ ରୋକିବା, ନଷ୍ଟ ହୋଇଯାଇଥିବା ବନ୍ୟା ନିରୋଧକ ବ୍ୟବସ୍ଥାର ପୁନରୁଦ୍ଧାର, ସମୁଦ୍ରକୂଳ କ୍ଷୟକୁ ରୋକିବା ଓ ବନ୍ୟା ନିୟନ୍ତ୍ରଣ ପାଇଁ ୮୦୦୦କୋଟି ଟଙ୍କାର କେନ୍ଦ୍ରୀୟ ବ୍ୟୟ ବରାଦ ରହିଛି। ଏକାଦଶ ଓ  ଦ୍ୱାଦଶ ଯୋଜନାରେ ଓଡିଶାର ଏଭଳି ୬୮ଟି ପ୍ରକଳ୍ପକୁ କେନ୍ଦ୍ରୀୟ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି। ତଦନୁସାରେ ବନ୍ୟା ନିୟନ୍ତ୍ରଣ କାର୍ଯ୍ୟକ୍ରମ ପାଇଁ ଓଡିଶାକୁ କେନ୍ଦ୍ର ସରକାର ୧୧୯.୪୧ କୋଟି ଟଙ୍କା ଯୋଗାଇ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ୬୬ଟି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ଏହାଫଳରେ ୧୯୩୭୪୯ ହେକ୍ଟର ଜମି ଓ ୧୧, ୫୪, ୩୦୦ ଲୋକଙ୍କୁ ବନ୍ୟା ଦାଉରୁ ସୁରକ୍ଷିତ କରାଯାଇଛି।

ମନ୍ତ୍ରୀ ଶ୍ରୀ ଟୁଡୁ ଆହୁରି କହିଛନ୍ତି ଯେ ବିଶ୍ୱ ବ୍ୟାଙ୍କ ସହାୟତାରେ ପରିଚାଳିତ ଡ୍ୟାମ ମରାମତି ଓ ବିକାଶ ପ୍ରକଳ୍ପ (ଡ୍ରିପ)ରେ ଓଡିଶା ଅନ୍ତର୍ଭୁକ୍ତ। ଏହି କାର୍ଯ୍ୟକ୍ରମ ୨୦୧୨ରୁ ୨୦୨୧ ମଧ୍ୟରେ କାର୍ଯ୍ୟକାରୀ ହୋଇଥିଲା। ଏହି ପ୍ରଥମ ପଯ୍ୟାୟ କାର୍ଯ୍ୟରେ ଓଡିଶାର ୨୬ଟି ଡ୍ୟାମର ମରାମତି ଓ ବିକାଶ କରାଯାଇଛି। ଏଥିପାଇଁ ୩୩୬କୋଟି ଟଙ୍କା ଖର୍ଚ୍ଚ ହୋଇଛି। ସେହିଭଳି ଡ୍ରିପ-୨ ପର୍ଯ୍ୟାୟ କାର୍ଯ୍ୟକ୍ରମରେ ଓଡିଶାର ୩୬ ଡ୍ୟାମ ଅନ୍ତର୍ଭୁକ୍ତ ହୋଇଛି ଏବଂ ଏ ବାବଦରେ ମୋଟ ୮୦୪ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଏହି କାର୍ଯ୍ୟକ୍ରମ ୨୦୨୧ ଅକ୍ଟୋବର ୧୨ରୁ ଆରମ୍ଭ ହୋଇଛି।

ଓଡିଶାର ଭୂତଳ ଜଳ ଓ ତାହାର ପରିଚାଳନା ସମ୍ପର୍କରେ ମନ୍ତ୍ରୀ ଶ୍ରୀ ଟୁଡୁ କହିଛନ୍ତି ଯେ ଓଡିଶାର ୨୫ ଜିଲ୍ଲାର ୨୪୫ବ୍ଲକରେ ୧,୨୦, ୫୯୯ ବର୍ଗ କିମି. ଅଞ୍ଚଳ ଜାତୀୟ ଆକ୍ୱାଫର ମ୍ୟାଫିଙ୍ଗ ଆଣ୍ଡ ମ୍ୟାନେଜମେଣ୍ଟ କାର୍ଯ୍ୟକ୍ରମରେ ଚିହ୍ନଟ ହୋଇଛି। ସେଥିମଧ୍ୟରୁ ୭୭ଶତାଂଶ ଅଞ୍ଚଳର ମାନଚିତ୍ରକରଣ କରାଯାଇସାରିଲାଣି। ଏସବୁ ଅଞ୍ଚଳରେ ଭୂତଳ ଜଳଉତ୍ସର ସ୍ତର ବୃଦ୍ଧି କରିବାକୁ ଉଦ୍ୟମ କରାଯାଉଛି। ସେହିଭଳି ଭଦ୍ରକ, ପୁରୀ ଓ କେନ୍ଦ୍ରାପଡା ଜିଲ୍ଲାରେ ପାନୀୟ ଜଳରେ ଲୁଣାପାଣି ମିଶୁଥିବାରୁ ତାହାକୁ ରୋକିବାକୁ ପଦକ୍ଷେପ ଆରମ୍ଭ କରାଯାଇଛି  ଏବଂ ଯୋଡ, ନାଳ ଓ ଉପନାଳଗୁଡିକର ବିକାଶ କାର୍ଯ୍ୟ ଚାଲିଛି।

ଏହାଛଡା ଜାତୀୟ ହାଇଡ୍ରୋଲୋଜି ପ୍ରକଳ୍ପ ପାଇଁ ବିଶ୍ୱ ବ୍ୟାଙ୍କ ୫୦ ଶତାଂଶ ଋଣ ଯୋଗାଇ ଦେଉଛି। ଜଳସେଚନ ଓ ଜଳ ପରିଚାଳନା ସଂକ୍ରାନ୍ତ ବିଶ୍ୱସନୀୟ ଡାଟା ସଂଗ୍ରହ, ତାହାର ସୁରକ୍ଷା, ପରିଚାଳନା ଓ ବ୍ୟବହାର ପାଇଁ ଏକ ସ୍ଥାୟୀ ବ୍ୟବସ୍ଥା ନିର୍ମାଣ ଏହି ପ୍ରକଳ୍ପର ଲକ୍ଷ୍ୟ। ଓଡିଶା ସରକାରଙ୍କ ଜଳସେଚନ ବିଭାଗ ଏହାକୁ କାର୍ଯ୍ୟକାରୀ କରୁଛି। ଏଥିପାଇଁ ୯୧.୧୫କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। କେନ୍ଦ୍ର ସରକାର ଏ ବାବଦରେ ଓଡିଶାକୁ ଏପର୍ଯ୍ୟନ୍ତ ୧୫.୨୫କୋଟି ଟଙ୍କା ଅନୁଦାନ ଆକାରରେ ଯୋଗାଇ ଦେଇଛନ୍ତି ବୋଲି ଟୁଡୁ କହିଛନ୍ତି।

ତାଙ୍କ ଉତ୍ତରରେ ଜଳସଚେନ ରାଷ୍ଟ୍ରମନ୍ତ୍ରୀ ଆହୁରି କହିଛନ୍ତି ଯେ ଜଳସମ୍ପଦ ପ୍ରକଳ୍ପଗୁଡିକୁ ରାଜ୍ୟ ସରକାର ନିଜର ସମ୍ବଳ ଅନୁସାରେ ଯୋଜନା କରି ପାଣ୍ଠି ଯୋଗାଇଥାଆନ୍ତି ଓ ତାହାର ରକ୍ଷଣାବେକ୍ଷଣ କରିଥାନ୍ତି। ଏଥିରେ କେନ୍ଦ୍ର ସରକାରଙ୍କର ଭୂମିକା ସୀମିତ। କେନ୍ଦ୍ର କେବଳ ଏଥିରେ ରାଜ୍ୟମାନଙ୍କୁ ବୈଷୟିକ ସହାୟତା, କେତେକ କ୍ଷେତ୍ରରେ ଆଂଶିକ ଆର୍ଥିକ ସାହାଯ୍ୟ ଯୋଗାଇ ସୁବିଧାଯୋଗାଣକାରୀ ଭୂମିକା  ନିର୍ବାହ କରିଥାଏ। ଜଳ ନିରାପତ୍ତା ପାଇଁ କେନ୍ଦ୍ରୀୟ ଯୋଜନା ବାହାରେ ରାଜ୍ୟମାନଙ୍କୁ ମଧ୍ୟ କେନ୍ଦ୍ର ସରକାର ସୀମିତ ସହାୟତା ସ୍ଥଳ ବିଶେଷରେ ଯୋଗାଉଛନ୍ତି ବୋଲି ଶ୍ରୀ ଟୁଡୁ କହିଛନ୍ତି। (ପି.ଆଇ.ବି.)

BJP Ads
ଓଡିଶା କେନ୍ଦ୍ର ମନ୍ତ୍ରୀ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା ବିଶ୍ୱେଶ୍ୱର ଟୁଡୁ
Share. Facebook Twitter LinkedIn Email WhatsApp Copy Link

Related Posts

ସିପିଗ୍ରାମ୍ସ ପୋର୍ଟାଲରେ ଅଭିଯୋଗର ମିଳିଲା ସୁଫଳ: ନଳକୂପ ସମସ୍ୟାର ହେଲା ସମାଧାନ

November 6, 2025

ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ଭାରତୀୟ ମହିଳା କ୍ରିକେଟ ଦଳର ସଦସ୍ୟ

November 6, 2025

ସେବାରେ ନିୟୋଜିତ ହେଲା ଭାରତୀୟ ନୌସେନାର ନୂତନ ସର୍ଭେକ୍ଷଣ ଜାହାଜ “ଇକ୍ଷକ”

November 6, 2025

JNU ଛାତ୍ର ସଂଘ ନିର୍ବାଚନ: ସମସ୍ତ ଚାରୋଟି ଆସନରେ ବିଜୟୀ ହେଲା ​​ବାମପନ୍ଥୀ ଦଳ

November 6, 2025
Jindal Ads
BJP Ads
Latest News

CM in Nuapada: ନୂଆପଡା ଉପନିର୍ବାଚନ ପ୍ରଚାରରେ ଗର୍ଜିଲେ ମୁଖ୍ୟମନ୍ତ୍ରୀ , ନବୀନଙ୍କୁ ସିଧା ଟାର୍ଗେଟ

November 6, 2025

ସିପିଗ୍ରାମ୍ସ ପୋର୍ଟାଲରେ ଅଭିଯୋଗର ମିଳିଲା ସୁଫଳ: ନଳକୂପ ସମସ୍ୟାର ହେଲା ସମାଧାନ

November 6, 2025

ନୂଆପଡାରେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ, ବିଜେଡି ଓ କଂଗ୍ରେସକୁ କଲେ ଟାର୍ଗେଟ

November 6, 2025

ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ଭାରତୀୟ ମହିଳା କ୍ରିକେଟ ଦଳର ସଦସ୍ୟ

November 6, 2025

ସେବାରେ ନିୟୋଜିତ ହେଲା ଭାରତୀୟ ନୌସେନାର ନୂତନ ସର୍ଭେକ୍ଷଣ ଜାହାଜ “ଇକ୍ଷକ”

November 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.