କରୋନା ଅପଡେଟ: ଭାରତରେ ୨୧ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

Published: Jul 21, 2022, 9:51 am IST

ନୂଆଦିଲ୍ଲୀ: ଗତକାଲି ଦେଶରେ ୨୦ ହଜାର ୫୫୭ ଟି ନୂଆ କରୋନା ମାମଲା ରିପୋର୍ଟ ହୋଇଥିବା ବେଳେ ଆଜି ୨୧ ହଜାର ୫୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ମୋଟ ମାମଲା ୪ କୋଟି ୩୮ ଲକ୍ଷ ୨୫ ହଜାର ୧୭୫ ରେ ପହଞ୍ଚିଛି। ବର୍ତ୍ତମାନ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୮ ହଜାର ୮୮୧ କୁ ବୃଦ୍ଧି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୮ ହଜାର ୨୯୪ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି।

ତେବେ ଏପର୍ଯ୍ୟନ୍ତ ସମୁଦାୟ ୪ କୋଟି ୩୧ ଲକ୍ଷ ୫୦ ହଜାର ୪୩୪ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁଁ ୪୫ ଜଣଙ୍କର ମୃତ୍ୟୁ ହୋଇଛି। କରୋନାରେ ମୃତ୍ୟୁବରଣ କରିଥିବା ମୋଟ ଲୋକଙ୍କ ସଂଖ୍ୟା ୫ ଲକ୍ଷ ୨୫ ହଜାର ୮୭୦ କୁ ବୃଦ୍ଧି ପାଇଛି।

Related posts