ଆଗାମୀ ୨୪ ଘଣ୍ଟାରେ ହେବ ପ୍ରବଳ ବର୍ଷା: ୧୫ ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

Published: Jul 24, 2022, 3:52 pm IST

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନୁଗୁଳ, ବାଲେଶ୍ୱର, ବରଗଡ଼, ଭଦ୍ରକ, ବୌଦ୍ଧ, ଦେବଗଡ, ଢ଼େଙ୍କାନାଳ, ଯାଜପୁର, ଝାରସୁଗୁଡା, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଳପୁର, ସୋନପୁର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ଏହି ସମୟ ମଧ୍ୟରେ ଉତ୍ତର ଓଡିଶା ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ଏବଂ ଦକ୍ଷିଣ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Related posts