Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଇଜର ଭୁବନେଶ୍ୱର ଠାରେ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ହେବ: କେନ୍ଦ୍ର ମନ୍ତ୍ରୀ
ଆଜିର ଖବର

ନାଇଜର ଭୁବନେଶ୍ୱର ଠାରେ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ହେବ: କେନ୍ଦ୍ର ମନ୍ତ୍ରୀ

July 26, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୁବନେଶ୍ୱର ନାଇଜର କ୍ୟାମ୍ପସ ଠାରେ ଭାରତ ସରକାରଙ୍କ ଆଟୋମିକ୍ ଏନର୍ଜି ଡିପାର୍ଟମେଣ୍ଟ ଓ ଟାଟା ଟ୍ରଷ୍ଟ ସହଯୋଗରେ ୬୫୦ କୋଟି ଟଙ୍କା ବ୍ୟୟରେ ଏକ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ନିର୍ମାଣ କରାଯିବା ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ମଙ୍ଗଳାର ନୂଆଦିଲ୍ଲୀ ଠାରେ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ର ମନ୍ତ୍ରୀ ଡା. ଜିତେନ୍ଦ୍ର ସିଂହଙ୍କ ସହ ଆୟୋଜିତ ଏ ସମ୍ପର୍କୀତ ଏକ ବୈଠକରେ ଆଲୋଚନା ହୋଇଥିବା ଶ୍ରୀ ପ୍ରଧାନ କହିଛନ୍ତି। ଏହି ଅତ୍ୟାଧୁନିକ କ୍ୟାନସର  ହସ୍ପିଟାଲ ନିର୍ମାଣରେ ଭାରତ ସରକାର ୪୦୦ କୋଟି ଏବଂ ଟାଟା ଟ୍ରଷ୍ଟ ୨୫୦ କୋଟି ଟଙ୍କା ଖର୍ଚ୍ଚ କରିବେ। ଏଥିପାଇଁ ନାଇଜର ୧୭ ଏକର ପରିମିତ ଜମି ପ୍ରଦାନ କରି ସାରିଥିବା ବେଳେ ଅତିରିକ୍ତ ୧୦ ଏକର ପରିମିତ ଜମି ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଯୋଗାଇ ଦେବ।

ଏହି କ୍ୟାନସର ହସ୍ପିଟାଲକୁ ଟାଟା ଟ୍ରଷ୍ଟ ନିର୍ମାଣ କରିବା ପରେ ଭାରତ ସରକାରଙ୍କୁ ହସ୍ତାନ୍ତର କରିବେ। ହସ୍ପିଟାଲ ନିର୍ମାଣ ସହ କ୍ୟାମ୍ପସ ପରିସରରେ କର୍ମଚାରୀଙ୍କ ପାଇଁ ବାସଗୃହ, ରୋଗୀଙ୍କ ପାଇଁ ଧର୍ମଶାଳା, ହଷ୍ଟେଲ ନିର୍ମାଣ କରାଯିବ। ଆଗାମୀ ୩ ବର୍ଷ ମଧ୍ୟରେ ଏହି ହସ୍ପିଟାଲ ନିର୍ମାଣ କାର୍ଯ୍ୟକୁ ଶେଷ କରିବାର ଲକ୍ଷ୍ୟ ରଖାଯାଇଛି। ସେହିପରି କ୍ୟାନସର ହସ୍ପିଟାଲରେ ନିଯୁକ୍ତ ହେବାକୁ ଥିବା ମେଡ଼ିକାଲ କର୍ମଚାରୀ ମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ବିଭାଗୀୟ ମନ୍ତ୍ରଣାଳୟ ତରଫରୁ ଏକ ‘ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର’ ଖୋଲାଯାଇ ପ୍ରଶିକ୍ଷଣ ପ୍ରଦାନ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

ଓଡ଼ିଶା ସମେତ ସମଗ୍ର ଭାରତର ସ୍ୱାସ୍ଥ୍ୟ ସେବାକୁ ସୁଦୃଢ଼ କରିବା ଦିଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱ ଦେଉଛନ୍ତି। ଓଡ଼ିଶା ତଥା ପୂର୍ବ ଭାରତର ସ୍ୱାସ୍ଥ୍ୟସେବାକୁ ପ୍ରାଧାନ୍ୟ ଦେଇ ଏହି ପଦକ୍ଷେପ ନେଇଥିବାରୁ ଶ୍ରୀ ପ୍ରଧାନ ଖୁସିବ୍ୟକ୍ତ କରିଛନ୍ତି। ଏହି ହସ୍ପିଟାଲ ନିର୍ମାଣ ହେଲେ ଓଡ଼ିଶାବାସୀ ଉପକୃତ ହୋଇପାରିବେ ଓ ଏହି କ୍ଷେତ୍ରରେ ଅଧିକରୁ ଅଧିକ ଗବେଷଣା ହୋଇପାରିବ ବୋଲି ସେ କହିଛନ୍ତି।

ଏହି ବୈଠକରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ଟଟା ମେମୋରିଆଲ ସେଣ୍ଟରର ଅଧିକାରୀ, ଶିକ୍ଷା ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଓ ଆଟୋମିକ ଏନର୍ଜି ବିଭାଗର ବରିଷ୍ଠ ଅଧିକାରୀ ମାନେ ପ୍ରମୁଖ ଉପସ୍ଥିତ ଥିଲେ।

ଓଡିଶା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଚେନ୍ନାଇ ବିମାନବନ୍ଦରରେ ଚଳନ୍ତା ବିମାନରୁ ଡେଇଁ ପଡ଼ିଲେ ଯାତ୍ରୀ: ଜାଣନ୍ତୁ କାରଣ

May 3, 2026

ଓଲଟିଲା ଢଳେଇ ମିକ୍ସଚର ମେସିନ୍; ଚାପି ହୋଇ ଶ୍ରମିକ ଗୁରୁତର

May 3, 2026

ପୁଣି ଆମ ବସ ନେଲା ଜୀବନ

May 3, 2026

ନଅଟି ମ୍ୟାଚ୍‌ରେ ମାତ୍ର ଦୁଇଟି ବିଜୟ, ତଥାପି ପ୍ଲେଅଫ୍‌ରେ ପହଞ୍ଚିପାରିବ ମୁମ୍ବାଇ ଇଣ୍ଡିଆନ୍ସ?: ଜାଣନ୍ତୁ ସମୀକରଣ 

May 3, 2026
Latest News

ଚେନ୍ନାଇ ବିମାନବନ୍ଦରରେ ଚଳନ୍ତା ବିମାନରୁ ଡେଇଁ ପଡ଼ିଲେ ଯାତ୍ରୀ: ଜାଣନ୍ତୁ କାରଣ

May 3, 2026

ଓଲଟିଲା ଢଳେଇ ମିକ୍ସଚର ମେସିନ୍; ଚାପି ହୋଇ ଶ୍ରମିକ ଗୁରୁତର

May 3, 2026

ପୁଣି ଆମ ବସ ନେଲା ଜୀବନ

May 3, 2026

ନଅଟି ମ୍ୟାଚ୍‌ରେ ମାତ୍ର ଦୁଇଟି ବିଜୟ, ତଥାପି ପ୍ଲେଅଫ୍‌ରେ ପହଞ୍ଚିପାରିବ ମୁମ୍ବାଇ ଇଣ୍ଡିଆନ୍ସ?: ଜାଣନ୍ତୁ ସମୀକରଣ 

May 3, 2026

ତ୍ୟାଗ ଓ ତୀତିକ୍ଷା ପାଇଁ ପଣ୍ଡିତ ନାରାୟଣ ଓଡ଼ିଆ ଜାତିର ନମସ୍ୟ: ୫୮ତମ ଶ୍ରାଦ୍ଧୋତ୍ସବରେ ଶ୍ରଦ୍ଧାଞ୍ଜଳି

May 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.