ଆଜି କଳିଙ୍ଗ ଷ୍ଟାଡିୟମରେ ୬୮୯୧ ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Published: Aug 1, 2022, 6:44 am IST

ଭୁବନେଶ୍ୱର: ଆଜି ରାଜ୍ୟ ସରକାର ୬ ହଜାର ୮୯୧ ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦେବେ। ଏଥିରେ କଳା, ବିଜ୍ଞାନ, ପିଇଟି ଓ ଅନ୍ୟାନ୍ୟ ବିଭାଗର ଶିକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରାଯିବ। ଏ ନେଇ ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ଏହି ନୂଆ ଶିକ୍ଷକଙ୍କୁ କଳିଙ୍ଗ ଷ୍ଟାଡିୟମରେ ଏକ ଓରିଏଣ୍ଟେସନ କାର୍ଯ୍ୟକ୍ରମ କରାଯିବ। ସେଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବା ସହିତ ସମସ୍ତଙ୍କୁ ଉଦବୋଧନ ଦେବେ।

ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସୂଚନା ଅନୁସାରେ ରାଜ୍ୟରେ ଏବେ ୧୧ ହଜାର ୮୦୦ ଶିକ୍ଷକଙ୍କ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି। ଏହି କ୍ରମରେ ଆଜି ମୁଖ୍ୟମନ୍ତ୍ରୀ ନୂତନ ଶିକ୍ଷକଙ୍କୁ ନିଯୁକ୍ତି ଦେବେ। ଶିକ୍ଷା କ୍ଷେତ୍ରକୁ ଶସକ୍ତ କରିବା ନିମନ୍ତେ ରାଜ୍ୟ ସରକାର ଏହି ପଦକ୍ଷେପ ନେଇଛନ୍ତି। ପୂର୍ବରୁ ଆଉ ଦୁଇଟି ପର୍ଯ୍ୟାୟରେ ଏହି ଶିକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି।

Related posts