Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»PIB_NEWS»ପତ୍ର ସୂଚନା କାର୍ଯ୍ୟାଳୟର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ବ ନେଲେ ସତ୍ୟେନ୍ଦ୍ର ପ୍ରକାଶ
PIB_NEWS

ପତ୍ର ସୂଚନା କାର୍ଯ୍ୟାଳୟର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ବ ନେଲେ ସତ୍ୟେନ୍ଦ୍ର ପ୍ରକାଶ

August 1, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପତ୍ର ସୂଚନା କାର୍ଯ୍ୟାଳୟର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ବ ନେଲେ ସତ୍ୟେନ୍ଦ୍ର ପ୍ରକାଶ

ନୂଆଦିଲ୍ଲୀ : ପତ୍ର ସୂଚନା କାର୍ଯ୍ୟାଳୟ ବା ପିଆଇବିର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଶ୍ରୀ ସତ୍ୟେନ୍ଦ୍ର ପ୍ରକାଶ ଆଜି କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଶ୍ରୀ ପ୍ରକାଶ ଭାରତୀୟ ସୂଚନା ସେବାର ୧୯୮୮ ବ୍ୟାଚର ଅଧିକାରୀ। ଏଥିପୂର୍ବରୁ ସେ କେନ୍ଦ୍ରୀୟ ଯୋଗାଯୋଗ ବ୍ୟୁରୋର (ସିବିସି) ପ୍ରମୁଖ ମହାନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ।

ଶ୍ରୀ ସତ୍ୟେନ୍ଦ୍ର ପ୍ରକାଶଙ୍କର କେନ୍ଦ୍ର ସରକାରଙ୍କ ଜନ ସମ୍ପର୍କ, ଗଣମାଧ୍ୟମ ପରିଚାଳନା, ପ୍ରଶାସନ, ନୀତି ନିର୍ଦ୍ଧାରଣ ଓ କାର‌୍ୟ୍ୟକ୍ରମ ତ୍ୱରାନ୍ୱିତ କରିବା କ୍ଷେତ୍ରରେ ଗଭୀର ଅଭିଜ୍ଞତା ରହିଛି। ସେ ବିଭିନ୍ନ ଜାତୀୟ ଓ ୟୁନେସ୍କୋ, ୟୁନିସେଫ୍, ୟୁଏନଡିପି ଇତ୍ୟାଦି ଆନ୍ତର୍ଜାତିକ ମଞ୍ଚରେ ଭାରତର ପ୍ରତିନିଧିତ୍ୱ କରିଛନ୍ତି। କେନ୍ଦ୍ରୀୟ ଯୋଗାଯୋଗ ବ୍ୟୁରୋ ନିମନ୍ତେ ସରକାରୀ ବିଜ୍ଞାପନର ବିଷୟବସ୍ତୁ ସମ୍ପର୍କୀତ ମାର୍ଗଦର୍ଶିକା ପ୍ରସ୍ତୁତି, ଇଣ୍ଟରନେଟ ଓ ଡିଜିଟାଲ ଗଣମାଧ୍ୟମ ନୀତି, ଏଫଏମ୍ ରେଡିଓ ନୀତି, ଡିଜିଟାଲ ଚଳଚ୍ଚିତ୍ର ନୀତି ଇତ୍ୟାଦି ପ୍ରସ୍ତୁତି କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ୨୦୨୧ ଗଣତନ୍ତ୍ର ଦିବସ ନିମନ୍ତେ ପ୍ରଥମ ‘ଭୋକାଲ ଫର ଲୋକାଲ’ ପ୍ରଜ୍ଞାପନ ମଣ୍ଡପ ନିର୍ମାଣ ପାଇଁ ତାଙ୍କର ଭୂମିକା ବେଶ୍ ଗୁରୁତ୍ୱପୂର୍ଣ୍ଣ ସ୍ୱୀକୃତି ଲାଭ କରିଥିଲା।

ଶ୍ରୀ ପ୍ରକାଶ ଭାରତ ସରକାରଙ୍କର ଅନେକ ପ୍ରମୁଖ ଜନସୂଚନା ଅଭିଯାନର ପରିପାଟୀ ପ୍ରସ୍ତୁତି ସହ କାର‌୍ୟ୍ୟାନ୍ୱୟନରେ ମୁଖ୍ୟ ଥିଲେ। ସେ ଅନେକ ଗୁରୁତ୍ୱପୂର୍ଣ୍ଣ ଆଇଇସି ଅଭିଯାନ ସଂଯୋଜନା କରିଥିଲେ। ୨୦୨୧-୨୨ରେ ମତଦାତା ସଚେତନତା ଓ ଭୋଟଦାନରେ ଅଂଶଗ୍ରହଣ ବୃଦ୍ଧି ପାଇଁ ତାଙ୍କୁ ନିକଟରେ ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଜାତୀୟ ସମ୍ମାନରେ ସମ୍ମାନୀତ କରାଯାଇଛି । ଶ୍ରୀ ସତ୍ୟେନ୍ଦ୍ର ପ୍ରକାଶ କାର୍ଯ୍ୟଭାର ଗ୍ରହଣ କରିବା ପରେ ପିଆଇବିର ବରିଷ୍ଠ ଅଧିକାରୀଗଣ ତାଙ୍କୁ ସ୍ୱାଗତ ଜଣାଇଥିଲେ ।

PIB ପିଆଇବି
Share. Facebook Twitter LinkedIn Email WhatsApp Copy Link

Related Posts

ଟାଉନ କ୍ଲବର ୪୦ତମ ଭଜନ ସମାରୋହ: ଭକ୍ତି ରସରେ ଝୁମିଲା ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର

July 26, 2026

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ‘ସମରସ ସଂକଳ୍ପ ଅଭିଯାନ’ର ପ୍ରଦେଶସ୍ତରୀୟ କର୍ମଶାଳା

July 26, 2026

ମହାପ୍ରଭୃଙ୍କ ସୁନାବେଶ: ଏହାର ମାହାତ୍ମ୍ୟ କଣ, କେତେଥର ହୁଏ ଏହି ବେଶ

July 26, 2026

ପାଟଣାଗଡ଼ ବ୍ଲକ୍ ଠାରେ ନୂତନ ମିନି ଷ୍ଟାଡିୟମର ଶୁଭ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 26, 2026
Latest News

ଟାଉନ କ୍ଲବର ୪୦ତମ ଭଜନ ସମାରୋହ: ଭକ୍ତି ରସରେ ଝୁମିଲା ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର

July 26, 2026

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ‘ସମରସ ସଂକଳ୍ପ ଅଭିଯାନ’ର ପ୍ରଦେଶସ୍ତରୀୟ କର୍ମଶାଳା

July 26, 2026

ମହାପ୍ରଭୃଙ୍କ ସୁନାବେଶ: ଏହାର ମାହାତ୍ମ୍ୟ କଣ, କେତେଥର ହୁଏ ଏହି ବେଶ

July 26, 2026

ପାଟଣାଗଡ଼ ବ୍ଲକ୍ ଠାରେ ନୂତନ ମିନି ଷ୍ଟାଡିୟମର ଶୁଭ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 26, 2026

ଆଜି ଜୁଲାଇ ୨୬ ତାରିଖ ରବିବାରରେ ଏହି ରାଶିର ବ୍ୟକ୍ତିମାନେ ମାନସିକ ସ୍ତରରେ ହେବେ ଚିନ୍ତିତ

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.