Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତା ସୂର୍ଯ୍ୟ ଦେଓଙ୍କୁ ସୋଆ ପକ୍ଷରୁ ସମ୍ବର୍ଦ୍ଧନା
ଆଜିର ଖବର

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତା ସୂର୍ଯ୍ୟ ଦେଓଙ୍କୁ ସୋଆ ପକ୍ଷରୁ ସମ୍ବର୍ଦ୍ଧନା

August 3, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତା ସୂର୍ଯ୍ୟ ଦେଓଙ୍କୁ ସୋଆ ପକ୍ଷରୁ ସମ୍ବର୍ଦ୍ଧନା

ଭୁବନେଶ୍ୱର : ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତା ବିଶିଷ୍ଟ ସିନେ ସମୀକ୍ଷକ ତଥା ଲେଖକ ଶ୍ରୀ ସୂର୍ଯ୍ୟ ଦେଓଙ୍କୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ବୁଧବାର ସମ୍ବର୍ଦ୍ଧିତ କରାଯାଇଛି । ଚଳିତ ବର୍ଷ ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୦ ନିମନ୍ତେ ଶ୍ରୀ ଦେଓଙ୍କ ଦ୍ୱାରା ଲିଖିତ ‘କାଲି ପାଇଁ କାଲିର ସିନେମା’ ପୁସ୍ତକ ସ୍ୱତନ୍ତ୍ର ଉଲ୍ଲେଖ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଥିôବା ଘୋଷଣା କରାଯାଇଛି ।

ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଶ୍ରୀ ଦେଓଙ୍କୁ ତାଙ୍କର ଏହି ସଫଳତା ନିମନ୍ତେ ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ସମ୍ବର୍ଦ୍ଧିତ କରିଛନ୍ତି । ଏହି ଅବସରରେ ପ୍ରଫେସର ନାୟକ ଶ୍ରୀ ଦେଓଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଗାମୀ ଦିନରେ ତାଙ୍କ ସହଯୋଗରେ ସୋଆ ଓଡ଼ିଆ ସିନେମା ଓ ସଂସ୍କୃତି କ୍ଷେତ୍ରରେ ଗବେଷଣା କାର୍ଯ୍ୟ ଆରମ୍ଭ କରିବାର ଯୋଜନା ରଖିଛି ବୋଲି କହିଛନ୍ତି ।

ଶ୍ରୀ ଦେଓ ଓଡ଼ିଆ ସିନେମାର ଇତିହାସକୁ ପୁର୍ନଜୀବିତ କରିବା କ୍ଷେତ୍ରରେ ତାଙ୍କର ଅନୁଭୂତି ବଖାଣିବା ସହ ଏଥି ନିମନ୍ତେ କରିଥିବା ଗବେଷଣା ଓ ନଥୀକରଣ ସମୟରେ ସେ ସାମ୍ନା କରିଥିବା ସମସ୍ୟା ସମ୍ପର୍କରେ କହିଥିଲେ । ଏହି ଓଡ଼ିଆ ପୁସ୍ତକ ‘କାଲି ପାଇଁ କାଲିର ସିନେମା’ରେ ଏକୋଇଶଟି କ୍ଲାସିକ୍ ଓଡ଼ିଆ ଚଳଚ୍ଚିତ୍ରର ବିସ୍ତୃତ ନଥୀକରଣ, ପରିଚର୍ଯ୍ୟା ଓ ଚଳଚ୍ଚିତ୍ର ସହ ସଂପୃକ୍ତ ବ୍ୟକ୍ତିବିଶେଷଙ୍କ ଆତ୍ମକଥନ ସ୍ଥାନିତ ହୋଇଛି । ୨୮୮ ପୃଷ୍ଠା ସମ୍ବଳିତ ଏହି ପୁସ୍ତକରେ ପୌରାଣିକ, ସାହିତ୍ୟର ରୂପାନ୍ତର, ମନୋରଞ୍ଜନ ଓ ମସଲାଧର୍ମୀ ଏବଂ ସମାନ୍ତର ଚଳଚ୍ଚିତ୍ରର ବର୍ଗୀକରଣ ରହିଛି ।

ଶହେରୁ ଅଧିକ ଦୁର୍ଲଭ ଫଟୋଗ୍ରାଫ୍ ଏବଂ ପୋଷ୍ଟର ‘କାଲି ପାଇଁ କାଲିର ସିନେମା’ର ଅନ୍ୟତମ ଆକର୍ଷଣ । ଓଡ଼ିଆ ଚଳଚ୍ଚିତ୍ରର ତଥ୍ୟ ଓ ଇତିହାସ ସମ୍ବନ୍ଧରେ ଏହି ଗ୍ରନ୍ଥରେ ବିଶେଷ ଉଲ୍ଲେଖ ରହିଛି । ଚଳିତ ବର୍ଷ ଓଡ଼ିଶାରୁ ଏକ ମାତ୍ର ଶ୍ରୀ ଦେଓଙ୍କର ପୁସ୍ତକ ହିଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇବା ନିମନ୍ତେ ମନୋନୀତ ହୋଇଛି ।

ଏହି ଅବସରରେ ସୋଆର ଉପ-କୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ, ଉପଦେଷ୍ଟା ପ୍ରଫେସର ଜୟଦେବ ପତି, ନିର୍ଦ୍ଦେଶକ ଡକ୍ଟର ମହେନ୍ଦ୍ର ପ୍ରସାଦ, ସୁମା ରିୟଲ ମିଡିଆ ପ୍ରାଇଭେଟ ଲିମିଟେଡ୍ ସିଇଓ ଶ୍ରୀ ସୁନୀଲ ଦାସ, ପ୍ରମେୟ ଓ ନ୍ୟୁଜ ୭ର ଗ୍ରୁପ୍ ଏଡିଟର୍ ଶ୍ରୀ ଗୋପାଳକୃଷ୍ଣ ମହାପାତ୍ର, ନିର୍ଦ୍ଦେଶକ (ସେଲ୍‌ସ ଆଣ୍ଡ ମାର୍କେଟିଂ) ଶ୍ରୀ ହିମାଂଶୁ ହୋତା ଓ ନ୍ୟୁଜ ୭ର କାର୍ଯ୍ୟକାରୀ ସମ୍ପାଦକ ଶ୍ରୀ ଦେବନାରାୟଣ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ । ସୋଆ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସୂର୍ଯ୍ୟ ଦେଓ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.