Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ବୈଷ୍ଣବ ମହାନ୍ତିଙ୍କ ଦୁଇଟି ପୁସ୍ତକ ଉନ୍ମୋଚିତ
ଆଜିର ଖବର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ବୈଷ୍ଣବ ମହାନ୍ତିଙ୍କ ଦୁଇଟି ପୁସ୍ତକ ଉନ୍ମୋଚିତ

August 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ବୈଷ୍ଣବ ମହାନ୍ତିଙ୍କ ଦୁଇଟି ପୁସ୍ତକ ଉନ୍ମୋଚିତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ଠାରେ ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ଲିଖିତ ଦୁଇଟି ପୁସ୍ତକ ‘ଶେଷ ଚିଠି’ ଓ ‘ଭାଗବତ କଥାମୃତ’ ଉନ୍ମୋଚନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମହାନ୍ତିଙ୍କୁ ତାଙ୍କର ସାରସ୍ବତ କୃତି ପାଇଁ ଅଭିନନ୍ଦନ ଜଣାଇଥିଲେ ଏବଂ ଆଗାମୀ ଦିନରେ ଏହା ଜାରି ରଖିବା ପାଇଁ ପରାମର୍ଶ ଦେଇଥିଲେ।

ଶେଷ ଚିଠି ଏକ କ୍ଷୁଦ୍ର ଗଳ୍ପ ସଂକଳନ । ଏଥିରେ ଉପକୂଳ ଓଡିଶାର ଅର୍ଦ୍ଧ ଶତାଦ୍ଦୀ ତଳର ସାମାଜିକ, ସାଂସ୍କୃତିକ ଓ ଆର୍ଥିକ ଅବସ୍ଥାର ନିଛକ ଚିତ୍ର ପ୍ରତିଫଳିତ ହୋଇଛି। ୨୩ଟି ଗଳ୍ପର ସମାହାରରେ ପ୍ରକାଶିତ ଏହି ପୁସ୍ତକଟି ପାଠକକୁ ହଜି ଯାଇଥିବା ଏକ ସମୟର ପରିଧିକୁ ଫେରାଇ ନେବାରେ ସକ୍ଷମ ହୋଇପାରିଛି । ବିଶିଷ୍ଟ ସାହିତ୍ୟିକ ଶ୍ରୀ ରାମଚନ୍ଦ୍ର ବେହେରା ଏହି ପୁସ୍ତକର ‘ଭୂମିକା’ ଲେଖିଛନ୍ତି ।

ଭାଗବତ କଥାମୃତ ଏକ ଆଧ୍ୟାତ୍ମିକଧର୍ମୀ ପୁସ୍ତକ । ଏଥିରେ ଭାଗବତର ବିଭିନ୍ନ ପ୍ରସଙ୍ଗକୁ ଆଧାର କରି ୪୪ଟି ଆଧ୍ୟାତ୍ମକ କଥାବସ୍ତୁ ସ୍ଥାନ ପାଇଛି। ରାଜ୍ୟପାଳ ପ୍ରଫେସର ଶ୍ରୀ ଗଣେଶୀ ଲାଲ ଏହି ପୁସ୍ତକରେ ନିଜର ଅଭିମତ ରଖିଛନ୍ତି । ଏହି ଦୁଇଟିଯାକ ପୁସ୍ତକ ଭୁବନେଶ୍ବରର ଅପୂର୍ବା ପ୍ରକାଶନ ସଂସ୍ଥା ଦ୍ବାରା ପ୍ରକାଶିତ ହୋଇଛି ।

ଲେଖକ ଶ୍ରୀ ବୈଷ୍ଣବ ପ୍ରସାଦ ମହାନ୍ତି ସୂଚନା ଓ ଲୋକସଂପର୍କ ବିଭାଗର ପ୍ରାକ୍ତନ ନିର୍ଦ୍ଦେଶକ ତଥା ମୁଖ୍ୟମନ୍ତ୍ରୀଙ୍କ ଲୋକସଂପର୍କ ଅଧିକାରୀ ଭାବରେ ଦୀର୍ଗ ଦିନ କାର୍ଯ୍ୟ କରିଥିଲେ । ସାହିତ୍ୟ, ସଂସ୍କୃତି, ସାମ୍ବାଦିକତା ଓ ସମାଜସେବା କ୍ଷେତ୍ରରେ ତାଙ୍କର ବିଶେଷ ରୁଚି ରହିଛି । ପୂର୍ବରୁ ସେ ଶ୍ରୀମଦ୍‌ ଭାଗବତ ଗୀତାର ଓଡିଆ ପଦ୍ୟାନୁବାଦ ପ୍ରସ୍ତୁତ କରିଛନ୍ତି ।

ବୈଷ୍ଣବ ମହାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ରୁତଗାମୀ ଟ୍ରକ୍ ଏବଂ ଟାଟା ମ୍ୟାଜିକ୍ ଭ୍ୟାନ ମୁହାଁମୁହିଁ ଧକ୍କା : ୯ ମୃତ

May 18, 2026

ତେଲ ନେଲା ଜୀବନ

May 18, 2026

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026

ଆଜି ଶପଥ ନେବେ ଭି.ଡି. ସତିସନ୍

May 18, 2026
Latest News

ଦ୍ରୁତଗାମୀ ଟ୍ରକ୍ ଏବଂ ଟାଟା ମ୍ୟାଜିକ୍ ଭ୍ୟାନ ମୁହାଁମୁହିଁ ଧକ୍କା : ୯ ମୃତ

May 18, 2026

ତେଲ ନେଲା ଜୀବନ

May 18, 2026

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026

ଆଜି ଶପଥ ନେବେ ଭି.ଡି. ସତିସନ୍

May 18, 2026

ଜଗମରା ଫୁଡ କୋର୍ଟରେ ଅଗ୍ନିକାଣ୍ଡ

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.