Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୁବ ଶୀଘ୍ର ବୁଷ୍ଟର ଡ଼ୋଜ୍ ନେବାକୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

ଖୁବ ଶୀଘ୍ର ବୁଷ୍ଟର ଡ଼ୋଜ୍ ନେବାକୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

August 6, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: କୋଭିଡ୍ ମହାମାରୀ ବିରୋଧୀ ଲଢ଼େଇକୁ ମଜବୁତ୍ କରିବା ପାଇଁ ଭାରତ ସରକାରଙ୍କ ତରଫରୁ ଅମୃତ ମହୋତ୍ସବ ଅବସରରେ ଜୁଲାଇ ୧୫ରୁ ଆରମ୍ଭ ହୋଇଥିବା ୭୫ ଦିନିଆ ସ୍ୱତନ୍ତ୍ର ଅଭିଯାନରେ ସାମିଲ ହୋଇ ଖୁବ ଶୀଘ୍ର ବୁଷ୍ଟର ଡ଼ୋଜ୍ ନେଇ ସୁସ୍ଥ ରହିବା ପାଇଁ ଓଡ଼ିଶାର ଜନସାଧାରଣଙ୍କୁ ଏକ ଭିଡ଼ିଓ ବାର୍ତ୍ତା ଜରିଆରେ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ ଏହି ବାର୍ତ୍ତା ମାଧ୍ୟମରେ କହିଛନ୍ତି ଯେ ଆଜି ଦେଶରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଆଖି ଆଗରେ ରଖି ଦେଶ ଓ ପ୍ରତ୍ୟେକ ନାଗରିକଙ୍କ ସୁରକ୍ଷା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ଦ୍ରୁତ ଟିକାକରଣ ଉପରେ ଗୁରୁତ୍ୱ ଦେଉଛନ୍ତି । କୋଭିଡ଼୍ ଲଢ଼େଇର ମାତ୍ର ୧୮ ମାସ ମଧ୍ୟରେ ୨୦୦ କୋଟିରୁ ଅଧିକ ଟିକାକରଣ କରାଇ ଭାରତ ସାରା ବିଶ୍ୱରେ ଇତିହାସ ରଚିଛି, ଯାହା ଖୁସିର ବିଷୟ । ପ୍ରଧାନମନ୍ତ୍ରୀ ମୋଦିଙ୍କ ଦକ୍ଷ ଏବଂ ବଳିଷ୍ଠ ନେତୃତ୍ୱ ଯୋଗୁଁ ଭାରତ ଆଜି ସମଗ୍ର ବିଶ୍ୱରେ ଏହି ବିରାଟ ବଡ଼ ସଫଳତା ହାସଲ କରିପାରିଛି । ନିରାପଦ ଏବଂ ପ୍ରଭାବଶାଳୀ କୋଭିଡ଼ ଟିକା ଉପଲବ୍ଧ କରାଇ ଆମ ଦେଶ ନିଜର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସଶକ୍ତ କରିବା ସଙ୍ଗେସଙ୍ଗେ ତ୍ୱରିତ ଟୀକାକରଣ ପ୍ରକ୍ରିୟାକୁ ନିଶ୍ଚିତ କରିଛି । ଏହାର ସଫଳତା ପଛରେ ଦେଶର ଲକ୍ଷ ଲକ୍ଷ ଡ଼ାକ୍ତର, ସ୍ୱାସ୍ଥ୍ୟ କର୍ମୀ ଓ ବୈଜ୍ଞାନିକ ମାନଙ୍କ ଅକ୍ଲାନ୍ତ ପରିଶ୍ରମ ରହିଛି ଏବଂ ଏଥିପାଇଁ ଆମେ ସମସ୍ତେ ତାଙ୍କ ପାଖରେ ଋଣୀ ।

ନାଗରିକଙ୍କ ସୁରକ୍ଷା ପାଇଁ ଭାରତ ସରକାରଙ୍କ ତରଫରୁ ପ୍ରଥମେ କୋଭିଡର ଦୁଇଟି ଡୋଜ୍ ଏବଂ ଏବେ ବୁଷ୍ଟର ଡୋଜ୍ ମାଗଣାରେ ଦିଆଯାଉଛି । ବୁଷ୍ଟର ଡୋଜ୍ ଦେବା ପାଇଁ ଅମୃତ କାଳରେ ଜୁଲାଇ ୧୫ରୁ ୭୫ ଦିନ ପର୍ଯ୍ୟନ୍ତ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଛି । ଏହି ଅଭିଯାନରେ ୧୮ ବର୍ଷରୁ ଅଧିକ ନାଗରିକଙ୍କୁ ସରକାରୀ ଟିକା କେନ୍ଦ୍ରରେ ମାଗଣାରେ ଟିକାକରଣ କରାଯାଉଛି । କିନ୍ତୁ କୋଭିଡ଼ ବୁଷ୍ଟର ଡୋଜ୍ ନେବା କ୍ଷେତ୍ରରେ ଜାତୀୟ ହାର ଠାରୁ ଓଡ଼ିଶାର ହାର କମ ଅଛି । ଓଡ଼ିଶାର ୮୭ ପ୍ରତିଶତ ନାଗରିକ ଏ ପର୍ଯ୍ୟନ୍ତ ବୁଷ୍ଟର ଡ଼ୋଜ୍ ଟିକା ନେଇ ନାହାନ୍ତି ।

ଅଗଷ୍ଟ ୪ ତାରିଖ ସୁଦ୍ଧା ଓଡ଼ିଶାରେ ୩ କୋଟି ୨୩ ଲକ୍ଷ ନାଗରିକ ପ୍ରଥମ ଓ ଦ୍ୱିତୀୟ ଡ଼ୋଜ ଟିକା ନେଇସାରିଛନ୍ତି । କେବଳ ୪୨ ଲକ୍ଷ ୩୪ ହଜାର ଜଣ ବୁଷ୍ଟର ଡୋ଼ଜ୍ ନେଇଛନ୍ତି । ରାଜ୍ୟର ୬ଟି ଜିଲ୍ଲା ଯଥା କଟକ, ଖୋର୍ଦ୍ଧା, ଜଗତସିଂପୁର, ସୁନ୍ଦରଗଡ଼, ପୁରୀ ଏବଂ ଅନୁଗୁଳରେ ଏ ପର୍ଯ୍ୟନ୍ତ ୧୦ ପ୍ରତିଶତ ବରିଷ୍ଠ ନାଗରିକ ପ୍ରଥମ ଡୋଜ୍ ଟିକା ନେଇ ନାହାନ୍ତି । ରାଜ୍ୟର ୮ଟି ଜିଲ୍ଲାରେ ପାଖାପାଖି ୨୫ ଲକ୍ଷ ନାଗରିକ ଦ୍ୱିତୀୟ ଡୋଜ୍ ଟିକା ନେଇ ନାହାନ୍ତି ।

ଏବେ ବର୍ଷାଋତୁରେ କୋଭିଡ଼ ସଂକ୍ରମଣ ଆହୁରି ବଢ଼ିବାର ଆଶଙ୍କା ତିଆରି ହୋଇଛି । ଏହି କୋଭିଡ୍ ମହାମାରୀକୁ ପ୍ରତିହତ କରିବା ପାଇଁ ଏକମାତ୍ର ଅସ୍ତ୍ର ହେଉଛି ଟୀକା । ତେଣୁ ଯେଉଁମାନେ ପ୍ରିକସନ ଡୋଜ୍ ନେବା ପାଇଁ ଯୋଗ୍ୟ, ସେମାନେ କାଳ ବିଳମ୍ବ ନ କରି ତୁରନ୍ତ ନିକଟସ୍ଥ ସରକାରୀ ଚିକିତ୍ସାଳୟକୁ ଯାଇ ଡୋଜ୍ ନିଅନ୍ତୁ । ବୁଷ୍ଟର ଡୋଜ୍ ନେଇ ନ ଥିବା ଲୋକଙ୍କୁ ଟିକା ନେବା ପାଇଁ ପ୍ରୋତ୍ସାହିତ କରନ୍ତୁ । ନିଜ ପରିବାର, ସମାଜ, ରାଜ୍ୟ ତଥା ଦେଶକୁ ସୁରକ୍ଷିତ ରଖନ୍ତୁ । ବୁଷ୍ଟର ଡୋଜ ନେଇ ସ୍ୱାସ୍ଥ୍ୟକର୍ମୀ ଓ ବୈଜ୍ଞାନିକଙ୍କ ପରିଶ୍ରମକୁ ଉଚିତ୍ ସମ୍ମାନ ଦେବା । କୋଭିଡ଼ ବିରୁଦ୍ଧରେ ଆମ ଲଢ଼େଇକୁ ଆହୁରି ବ୍ୟାପକ କରିବା ଏବଂ ସ୍ୱାଧୀନତାର ଅମୃତ ମହୋତ୍ସବକୁ ସଗୌରବେ ପାଳନ କରିବା ପାଇଁ ଶ୍ରୀ ପ୍ରଧାନ ନାଗରିକଙ୍କୁ ଆହ୍ୱାନ କରିଛନ୍ତି ।

ଅମୃତ ମହୋତ୍ସବ କୋଭିଡ୍ ମହାମାରୀ ଧର୍ମେନ୍ଦ୍ର ପ୍ରଧାନ ବୁଷ୍ଟର ଡୋଜ୍ ଭାରତ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ବିଦ୍ୟୁତ ବିତରଣ କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଆରମ୍ଭ ହୋଇଛି: ଶକ୍ତି ମନ୍ତ୍ରୀ

January 19, 2026

‘ଭିବି-ଜୀ ରାମ୍ ଜୀ ଯୋଜନାର ମିଥ୍ୟା ସୂଚନା ଦେଇ ଲୋକଙ୍କୁ ବିଭ୍ରାନ୍ତ କରାଯାଉଛି’: କେନ୍ଦ୍ର ସରକାର

January 19, 2026

ଚିଲିକା ଓ ପୁରୀ ବନ୍ୟପ୍ରାଣୀ ଡିଭିଜନରେ ଶେଷ ହେଲା ପକ୍ଷୀ ଗଣନା କାର୍ଯ୍ୟକ୍ରମ

January 19, 2026

ଗାଜାରେ ‘ଶାନ୍ତି ଦୁତ’ ହେବ ଭାରତ!: ମୋଦିଙ୍କୁ ଶାନ୍ତି ବୋର୍ଡରେ ଯୋଗଦେବାକୁ ନିମନ୍ତ୍ରଣ କଲେ ଟ୍ରମ୍ପ

January 19, 2026
Latest News

ବିଦ୍ୟୁତ ବିତରଣ କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଆରମ୍ଭ ହୋଇଛି: ଶକ୍ତି ମନ୍ତ୍ରୀ

January 19, 2026

‘ଭିବି-ଜୀ ରାମ୍ ଜୀ ଯୋଜନାର ମିଥ୍ୟା ସୂଚନା ଦେଇ ଲୋକଙ୍କୁ ବିଭ୍ରାନ୍ତ କରାଯାଉଛି’: କେନ୍ଦ୍ର ସରକାର

January 19, 2026

ଚିଲିକା ଓ ପୁରୀ ବନ୍ୟପ୍ରାଣୀ ଡିଭିଜନରେ ଶେଷ ହେଲା ପକ୍ଷୀ ଗଣନା କାର୍ଯ୍ୟକ୍ରମ

January 19, 2026

ଗାଜାରେ ‘ଶାନ୍ତି ଦୁତ’ ହେବ ଭାରତ!: ମୋଦିଙ୍କୁ ଶାନ୍ତି ବୋର୍ଡରେ ଯୋଗଦେବାକୁ ନିମନ୍ତ୍ରଣ କଲେ ଟ୍ରମ୍ପ

January 19, 2026

ଶ୍ରୀ ସତ୍ୟ ସାଇ ସେବା ସଂଗଠନର ୫୦ତମ ରାଜ୍ୟ ସମ୍ମିଳନୀ ଓ ଦିବ୍ୟ ପାଦୁକା ଯାତ୍ରାର ସମାବର୍ତ୍ତନ ଉତ୍ସବ

January 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.