Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଢାଖୋଲ ଭୀମ ଭୋଇ କଲେଜରେ ଓଡିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଲୟ ଅଧ୍ୟୟନ କେନ୍ଦ୍ର ଉଦ୍‌ଘାଟିତ
ଆଜିର ଖବର

ରେଢାଖୋଲ ଭୀମ ଭୋଇ କଲେଜରେ ଓଡିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଲୟ ଅଧ୍ୟୟନ କେନ୍ଦ୍ର ଉଦ୍‌ଘାଟିତ

August 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା

ରେଢାଖୋଲ: ରେଢାଖୋଲ ଭୀମ ଭୋଇ ମହାବିଦ୍ୟାଳୟରେ ଓଡିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟର ଏକ ଅଧ୍ୟୟନ କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି।

ରେଢାଖୋଲ ଭୀମଭୋଇ କଲେଜରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଉଚ୍ଚ ଶିକ୍ଷାମନ୍ତ୍ରୀ ଇଂ ରୋହିତ କୁମାର ପୂଜାରୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଅଧ୍ୟୟନ କେନ୍ଦ୍ର ପାଇଁ ଏକ ସ୍ୱତନ୍ତ୍ର ପ୍ରକୋଷ୍ଠ ର ଉଦ୍‌ଘାଟନ କରିଥିଲେ। ଏହା ସହିତ ଉଦ୍‌ଘାଟନୀ ସମାରୋହରେ ଭୀମଭୋଇ ମହାବିଦ୍ୟାଲୟ ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବରେ ପ୍ରତିଷ୍ଠିତ କରିବା ପାଇଁ ଉଦ୍ୟମ କରିବେ ବୋଲି ପ୍ରତିଶୃତି ଦେଇଥିଲେ।

ରାଜ୍ୟ ମୁକ୍ତ ବିଶ୍ୱ ବିଦ୍ୟାଳୟର କୁଳପତି ପ୍ରଫେସର ଡଃ ଅର୍କ କୁମାର ଦାସ ମହାପାତ୍ର ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ମୁକ୍ତ ବିଶ୍ୱବିଦ୍ୟାଳୟର ଆଭିମୁଖ୍ୟ ଏବଂ ଭବିଷ୍ୟତର ଯୋଜନା ସଂପର୍କରେ ଆଲୋକପାତ କରିଥିଲେ। ଏଠାରେ ମୁକ୍ତ ବିଶ୍ୱ ବିଦ୍ୟାଳୟ ହେବା ଦ୍ୱାରା ଗ୍ରାମାଂଚଳର ପିଲାମାନେ ପାଠ ପଢିବାର ସୁଯୋଗ ପାଇ ପାରିବେ ବୋଲି ପ୍ରକାଶ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ମୁକ୍ତ ବିଶ୍ୱବିଦ୍ୟାଳୟର କୁଳ ସଚିବ ପ୍ରଫେସର ଡ. ମାନସ ରଞନ ପୂଜାରୀ, ଆଂଚଳିକ ଶିକ୍ଷା ନିର୍ଦ୍ଦେଶକ ସମ୍ବଲପୁର ପ୍ରଫେସର ଡ.ପ୍ରଭାବତୀ ଗୁରୁ ସ୍ୱତନ୍ତ୍ର ଅତିଥି, ରେଢାଖୋଲ ଉପଜିଲ୍ଲାପାଳ ପବିତ୍ର ବେହେରା ସ୍ୱତନ୍ତ୍ର ଅତିଥି ଭାବରେ ଯୋଗଦେଇ ଏହି କେନ୍ଦ୍ର ହେବା ଦ୍ୱାରା ଅଂଚଳରେ ଶିକ୍ଷାର ବିକାଶ ଏବଂ ପ୍ରସାରରେ ସହାୟତା ହେବ ବୋଲି ବକ୍ତା ମାନେ ମତପ୍ରକାଶ କରିଥିଲେ।

ମହାବିଦ୍ୟାଳୟର ଅଧ୍ୟକ୍ଷ ଦିଲ୍ଲିପ କୁମାର ଦାଶ ଅଧ୍ୟକ୍ଷତା  କରିଥିବା ବେଳେ ଅଧ୍ୟାପକ ଅଞ୍ଜନ କୁମାର ମିଶ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟୟନ କେନ୍ଦ୍ରର ସଂଯୋଜକ ଅଧ୍ୟାପକ ରାମଚନ୍ଦ୍ର ଭୋଇ, ଡ. ଦିବ୍ୟଲୋଚନ ରାଉତ, ଡ.ରବି ଚନ୍ଦ୍ର ସିଂ, ଉମାକନ୍ତ ସ୍ୱାଇଁ, ମୋତିଲାଲ୍ ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ।

ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଏବଂ ଛାତ୍ରଛାତ୍ରୀଙ୍କ ସମେତ ପୁରାତନ ଛାତ୍ରଛାତ୍ରୀ ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇଥିଲେ।

ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

Odisha Governor Oath Ceremony: ଓଡିଶାର ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ ରାମ

October 18, 2026

ଅଷ୍ଟମୀ-ନବମିରେ କରନ୍ତୁ ଯଜ୍ଞ: ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

October 18, 2026

ଘରେ ଶଙ୍ଖ ରଖିବା ନିଶ୍ଚିତ ଶୁଭ, ହେଲେ ଯଦି ଏହି ଭୁଲ କରିଦେଲେ ତେବେ କଥା ସରିଲା

October 18, 2026

ନବରାତ୍ରୀ ଉତ୍ସବରେ “ଗରବା” ନୃତ୍ୟର ପରଂପରା ଏବଂ ନୃତ୍ୟ ଶୈଳୀର ଆକର୍ଷଣ

October 18, 2026
Latest News

Odisha Governor Oath Ceremony: ଓଡିଶାର ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ ରାମ

October 18, 2026

ଅଷ୍ଟମୀ-ନବମିରେ କରନ୍ତୁ ଯଜ୍ଞ: ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

October 18, 2026

ଘରେ ଶଙ୍ଖ ରଖିବା ନିଶ୍ଚିତ ଶୁଭ, ହେଲେ ଯଦି ଏହି ଭୁଲ କରିଦେଲେ ତେବେ କଥା ସରିଲା

October 18, 2026

ନବରାତ୍ରୀ ଉତ୍ସବରେ “ଗରବା” ନୃତ୍ୟର ପରଂପରା ଏବଂ ନୃତ୍ୟ ଶୈଳୀର ଆକର୍ଷଣ

October 18, 2026

ହିମାଚଳ ପ୍ରଦେଶରୁ ୫୦ ଜଣିଆ ଯୁବ ଛାତ୍ର ପ୍ରତିନିଧି ଦଳର ଓଡ଼ିଶା ଗସ୍ତ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.