Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୁବ ଶୀଘ୍ର ପିଏମ ଆବାସ ଯୋଜନାରେ ଓଡ଼ିଶାର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଘର: ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

ଖୁବ ଶୀଘ୍ର ପିଏମ ଆବାସ ଯୋଜନାରେ ଓଡ଼ିଶାର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଘର: ଧର୍ମେନ୍ଦ୍ର ପ୍ରଧାନ

August 11, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: ଖୁବ ଶୀଘ୍ର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଓଡ଼ିଶାର ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ବାଟ ଫିଟିଛି ବୋଲି ଗୁରୁବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ଓ ରାଜ୍ୟର ବିଭାଗୀୟ ମନ୍ତ୍ରୀଙ୍କ ସହ ଏ ସମ୍ପର୍କୀତ ଏକ ବୈଠକରେ ଯୋଗ ଦେବା ପରେ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଏହି ବୈଠକରେ କେନ୍ଦ୍ର ଗ୍ରାମୀଣ ବିକାଶ ଓ ପଞ୍ଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂହ, ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଏବଂ ବିଭାଗୀୟ ମନ୍ତ୍ରଣାଳୟର କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକ ପରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଓଡ଼ିଶାରେ କ୍ରିୟାନ୍ୱୟନ ହେଉଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନା କିପରି ଭାବରେ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ପହଞ୍ଚିପାରିବ ସେ ଦିଗରେ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ସବୁ ଗରିବଙ୍କ ମୁଣ୍ଡ ଉପରେ ସମ୍ମାନର ସହ ପକ୍କା ଘର ପ୍ରଦାନ କରିବାର ଲକ୍ଷ୍ୟ ରଖିଛନ୍ତି। ୨୦୨୨-୨୩ ଆର୍ଥିକ ବର୍ଷରେ ଭାରତ ସରକାର ପିଏମ୍ ଗ୍ରାମୀଣ ଓ ସହରୀ ଆବାସ ଯୋଜନା ପାଇଁ ୪୮ ହଜାର କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ସେଥିମଧ୍ୟରୁ ଓଡ଼ିଶାର ଭାଗ ରହିଛି ପ୍ରାୟ ୭ ହଜାର କୋଟି ଟଙ୍କା। ଏଥିପାଇଁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ସେ କହିଛନ୍ତି ପିଏମ ଆବାସ ଯୋଜନା ପୋର୍ଟାଲରେ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ପ୍ରାୟ ୮ ଲକ୍ଷ ଘର ଯୋଡ଼ାଯିବ। ଏହା ବ୍ୟତିତ ଫନୀରେ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ଲକ୍ଷାଧିକ ଘର ପ୍ରଦାନ କରାଯିବ। ଏସବୁକୁ ମିଶାଇଲେ ଆଗାମୀ ଦିନରେ ଓଡ଼ିଶାରେ ପ୍ରାୟ ୧୦ ଲକ୍ଷ ଘର ନିର୍ମାଣ କରାଯିବାର ଯୋଜନା ରହିଛି । ସେହିପରି ଭୂମିହୀନଙ୍କୁ ପକ୍କା ଘର ଦେବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ବିଶେଷ ପ୍ରାଥମିକତା ଦେଉଛନ୍ତି। ପିଏମ୍ ଆବାସ୍ ଯୋଜନାରେ ଉଭୟ ଗାଁ ଓ ସହର ପାଇଁ ଅଧିକରୁ ଅଧିକ ଘର ନିର୍ମାଣ ପାଇଁ ଅର୍ଥ ମିଳିଲେ ରାଜ୍ୟର ଗରିବ, ପଛୁଆ ଓ ଆଦିବାସୀ ଅଞ୍ଚଳର ଅଧିବାସୀମାନେ ଉପକୃତ ହେବେ।

୨୦୧୮ରେ ଆବାସ ପ୍ଲସ ପୋର୍ଟାଲ ଖୋଳାଯାଇଥିବା ବେଳେ ରାଜ୍ୟ ସରକାର ଯୋଗ୍ୟ ହିତାଧିକାରୀଙ୍କ ସଠିକ୍ ତାଲିକା ପ୍ରଦାନ କରିପାରିନଥିଲେ। ପରବର୍ତ୍ତୀ ସମୟରେ ଓଡ଼ିଶାରେ ଫୋନୀ ବାତ୍ୟା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ତା’ ପରେ ମଧ୍ୟ ରାଜ୍ୟ ସରକାରଙ୍କୁ ଦିଆଯାଇଥିବା ତାଲିକାରେ ତ୍ରୁଟି ଦେଖାଯିବା ସହ ଘର ନିର୍ମାଣରେ ଅନିୟମିତତା ଅଭିଯୋଗ ଆସିଥିଲା। ଭାରତ ସରକାର ମଧ୍ୟ ଏ ଦିଗରେ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଥିଲେ। ଆଜି ଏ ସବୁ ବିଷୟକୁ ନେଇ ବୈଠକରେ ବିସ୍ତୁତ ଆଲୋଚନା କରାଯାଇଛି। ଭାରତ ସରକାର ଟଙ୍କା ପଠାଉଥିଲେ ମଧ୍ୟ ପିଏମ ଘର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରୁନାହିଁ। ଆବାସ ପ୍ଲସ ପୋର୍ଟାଲରେ ଓଡ଼ିଶା ସରକାରଙ୍କ ବିଭାଗୀୟ ମନ୍ତ୍ରୀ ପ୍ରଦୀପ ଅମାତଙ୍କ ନିଜସ୍ୱ ଜିଲ୍ଲାରେ କୌଣସି ଗୃହ ଆବଣ୍ଟନ କରାଯାଇନାହିଁ। ପିଏମ ଆବାସ ଯୋଜନା ଅନ୍ତର୍ଗତ ନାମାଙ୍କନ ପ୍ରକ୍ରିୟା ଠାରୁ ଆରମ୍ଭ କରି ଯୋଗ୍ୟ ହିତାଧିକାରୀ ଚୟନ, ଅନ୍ୟାନ୍ୟ ଅନୁଷଙ୍ଗିକ ପ୍ରକ୍ରିୟା ତଥା ସ୍ୱଚ୍ଛ ଓ ପାରଦର୍ଶୀ ଉପାୟରେ ଏହି ଯୋଜନାର କ୍ରିୟାନ୍ୱୟନ ସହ ଅଧା ନିର୍ମାଣ ହୋଇ ପଡ଼ି ରହିଥିବା ଘରକୁ ଶୀଘ୍ର ସମ୍ପୂର୍ଣ୍ଣ କରିବା ଦିଗରେ ଅନୁଷ୍ଠିତ ବୈଠକ ଫଳପ୍ରଦ ହୋଇଛି।

ଅପରପକ୍ଷରେ ବିଭାଗୀୟ କେନ୍ଦ୍ରମନ୍ତ୍ରୀ ଶ୍ରୀ ସିଂହ ରାଜ୍ୟ ସରକାରଙ୍କୁ ସ୍ୱଚ୍ଛତାର ସହ ହିତାଧିକାରୀ ଚୟନ କରିବା, ଆବାସ ପ୍ଲସ ପୋର୍ଟାଲରେ ସଠିକ୍ ତଥ୍ୟ ପ୍ରଦାନ କରିବା, ଯୋଜନାର ତଦାରଖ ଏବଂ ଅନିୟମିତତାରେ ସମ୍ପୃକ୍ତ ଥିବା ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କେବଳ ଭାରତ ସରକାରଙ୍କ ଲୋଗୋ ଲଗାଇବା ପାଇଁ ପରାମର୍ଶ ଦେଇଛନ୍ତି।

ଉଲ୍ଲେଖନୀୟ ଯେ, ଗତ ୫ ତାରିଖରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆବାସ ପ୍ଲସ ଓ୍ୱିଣ୍ଡୋ ଖୋଲାଯାଇ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ଓଡ଼ିଶାକୁ ସୁଯୋଗ ଦେବାକୁ ମନ୍ତ୍ରୀ ଗିରିରାଜ ସିଂହଙ୍କୁ ଭେଟି ଏ ସମ୍ପର୍କୀତ ଏକ ଚିଠି ପ୍ରଦାନ କରିବା ସହ ଅନୁରୋଧ କରିଥିଲେ।

ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଯୋଗ୍ୟ ହିତାଧିକାରୀ
Share. Facebook Twitter LinkedIn Email WhatsApp Copy Link

Related Posts

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026
Latest News

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.