Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଭୃ ଅଲରାନାଥଙ୍କ ମୁହଁରେ ରହିଛି ଫଟକା ଚିହ୍ନ, ଏହାର କାରଣ ଜାଣିଲେ ଆପଣ ହେବେ ଆଶ୍ଚର୍ଯ୍ୟ
ଆଜିର ଖବର

ପ୍ରଭୃ ଅଲରାନାଥଙ୍କ ମୁହଁରେ ରହିଛି ଫଟକା ଚିହ୍ନ, ଏହାର କାରଣ ଜାଣିଲେ ଆପଣ ହେବେ ଆଶ୍ଚର୍ଯ୍ୟ

August 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ, ଶ୍ରୀ ଅଲାରନାଥଙ୍କ କ୍ଷୀରିଭୋଗ ସମ୍ପର୍କରେ ଏକ ସୁନ୍ଦର କିମ୍ବଦନ୍ତୀ ପ୍ରଚଳିତ। ଏକଦା ସେବା କାର୍ଯ୍ୟରେ ନିୟୋଜିତ ଅଲାରନାଥଙ୍କ ପୂଜକ ଶ୍ରୀକେତନ ପଣ୍ଡା କାର୍ଯ୍ୟବଶତଃ ଅନ୍ୟ ଗ୍ରାମକୁ କେତେଦିନ ପାଇଁ ଚାଲିଯାଇଥିଲେ। ଯିବା ପୂର୍ବରୁ ସେ ତାଙ୍କର ନାବାଳକ ପୁତ୍ର ମଧୁସୂଦନକୁ ଠାକୁରଙ୍କ ନିକଟରେ କ୍ଷୀରିଭୋଗ କରିବା ପାଇଁ କହି ଯାଇଥିଲେ।

ଅଜ୍ଞାନ ବାଳକ ପୂଜା ପଦ୍ଧତି ସମ୍ୱନ୍ଧରେ ସମ୍ପୂର୍ଣ୍ଣ ଅଜ୍ଞ ଥିଲେ ସୁଦ୍ଧା କ୍ଷୀରି ହାଣ୍ଡି ଧରି ଠାକୁରଙ୍କ ପାଖରେ ପହଞ୍ଚି ତାର ଚପଳ ବୁଦ୍ଧି ଓ ଭକ୍ତି ସହକାରେ ଆଖି ବନ୍ଦ କରି ଠାକୁରଙ୍କୁ ଆବାହନ କରିବା ପରେ ଦେଖିଲା ହାଣ୍ଡିରେ କିଛି କ୍ଷୀରି ନାହିଁ। ଘରକୁ ଖାଲି ହାଣ୍ଡି ଧରି ଫେରି ତା’ମା ଆଗରେ ସମସ୍ତ ଘଟଣା କହିଲେ ସୁଦ୍ଧା ମା’ର ବିଶ୍ୱାସ ହେଲା ନାହିଁ।

ବିଲେଇ କ୍ଷୀରି ବୋଧହୁଏ ଖାଇ ଦେଇଥିବ କିମ୍ବା ଅନ୍ୟ କୌଣସି ଅଘଟଣ ଘଟିଥିବ, ଏହି ଆଶଙ୍କାରେ ପୁତ୍ରର ମା’ ରାତ୍ରି ସାରା ଶୋଇ ପାରି ନ ଥିଲେ। ତା ପରଦିନ ପୁଅକୁ କ୍ଷୀରି ହାଣ୍ଡି ସହ ପଠାଇ ବାଳକଟିର ମାଆ ଅଲାରନାଥ ବିଗ୍ରହଙ୍କର ପଶ୍ଚାତ୍ ଭାଗରେ ଲୁଚି ରହିଥିଲେ।

କ୍ଷୀରି ଖାଇବା ପାଇଁ ବାଳକଟି ଠାକୁରଙ୍କୁ ଆବାହନ କଲା ମାତ୍ରେ, ପ୍ରଭୁ ଅଲାରନାଥ ନଇଁ ପଡ଼ି କ୍ଷୀରି ଖାଉଥିବା ବେଳେ ବାଳକଟିର ମା’ ଭୟରେ ଚିତ୍କାର କରିଥିଲେ। ଗରମ କ୍ଷୀରି ପ୍ରଭୁଙ୍କ ହାତ ଓ ମୁହଁରେ ପଡ଼ି ଫୋଟକା ହୋଇଯାଇଥିଲା। ଅଦ୍ୟାବଧି ଏହାର ସ୍ମୃତି ସ୍ୱରୂପ ସ୍ଥାନୀୟ ପୂଜକମାନେ ବିଗ୍ରହଙ୍କର ମୁହଁରେ ଥିବା ଫୋଟକା ଚିହ୍ନ ଦେଖାଇଥାନ୍ତି।

ସ୍ଥାନୀୟ ଅଧିବାସୀଙ୍କ ବିଶ୍ୱାସ ଯେ, ପ୍ରଭୁ ଅଲାରନାଥ ସ୍ୱୟଂ କ୍ଷୀରିକୁ ଏଠାରେ ଆଘ୍ରାଣ କରି ଥାଆନ୍ତି, ଯାହାଫଳରେ କି ଏଠାରେ କ୍ଷୀର ଭୋଗ ଅତ୍ୟନ୍ତ ସୁସ୍ୱାଦୁ ଓ ପ୍ରସାଦ ରୂପେ ଭାରତ ବର୍ଷର ସମସ୍ତ ଭକ୍ତମାନଙ୍କ ଗ୍ରହଣୀୟ ହୋଇଛି।

କିମ୍ବଦନ୍ତୀ ଫଟକା ଚିହ୍ନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇସିସି ଟି-୨୦ ରାଙ୍କିଙ୍ଗ୍: ବ୍ୟାଟିଂ ଶୀର୍ଷରେ ଈଶାନ୍, ଦ୍ୱିତୀୟ ସ୍ଥାନକୁ ଉଠିଲେ ଅଭିଷେକ

September 17, 2026

ଅନ୍ତର୍ଜାତୀୟ ଫୁଟ୍‌ବଲ୍‌ରୁ ଅବସର ନେଲେ ଜେମ୍ସ ରୋଡ୍ରିଗେଜ୍

September 17, 2026

UPI ଶୁଳ୍କ ପ୍ରସଙ୍ଗରେ କେନ୍ଦ୍ରକୁ ସମର୍ଥନ କଲେ ଓମାର ଅବଦୁଲ୍ଲା: ଜାଣନ୍ତୁ କ’ଣ କହିଲେ?

September 17, 2026

ଆତଙ୍କବାଦ ବିରୋଧରେ ‘ଶୂନ୍ୟ ସହନଶୀଳତା’ ନୀତି: ବ୍ୟାନ୍ ହେଲା ‘ଶାହଜାଦ୍ ଭଟ୍ଟି ନେଟୱର୍କ’

September 17, 2026
Latest News

ଆଇସିସି ଟି-୨୦ ରାଙ୍କିଙ୍ଗ୍: ବ୍ୟାଟିଂ ଶୀର୍ଷରେ ଈଶାନ୍, ଦ୍ୱିତୀୟ ସ୍ଥାନକୁ ଉଠିଲେ ଅଭିଷେକ

September 17, 2026

ଅନ୍ତର୍ଜାତୀୟ ଫୁଟ୍‌ବଲ୍‌ରୁ ଅବସର ନେଲେ ଜେମ୍ସ ରୋଡ୍ରିଗେଜ୍

September 17, 2026

UPI ଶୁଳ୍କ ପ୍ରସଙ୍ଗରେ କେନ୍ଦ୍ରକୁ ସମର୍ଥନ କଲେ ଓମାର ଅବଦୁଲ୍ଲା: ଜାଣନ୍ତୁ କ’ଣ କହିଲେ?

September 17, 2026

୧୮ ରୁ କଟକରେ ଆନ୍ତର୍ଜାତିକ ବାଣିଜ୍ୟମେଳା: ୧୦ ଦେଶ ଓ ୨୨ ରାଜ୍ୟର ବ୍ୟବସାୟୀ ହେବେ ସାମିଲ

September 17, 2026

ଗଣେଶଙ୍କ ମୂର୍ତ୍ତି ଭସାଣି ବେଳେ ପୋଲିସଙ୍କୁ ଆକ୍ରମଣ, ୬ ଗିରଫ

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.