Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତଟ ରେଳପଥ ପକ୍ଷରୁ ବିଭାଜନ ବିଭୀଷିକା ସ୍ମରଣ ଦିବସ ପାଳନ
ଆଜିର ଖବର

ପୂର୍ବତଟ ରେଳପଥ ପକ୍ଷରୁ ବିଭାଜନ ବିଭୀଷିକା ସ୍ମରଣ ଦିବସ ପାଳନ

August 14, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତର ବିଭାଜନ ସମୟରେ ଲକ୍ଷ ଲକ୍ଷ ଲୋକଙ୍କ ଦୁଃଖକୁ ସାମ୍ନାକୁ ଆଣିବା ପାଇଁ ସମଗ୍ର ଦେଶ ଅଗଷ୍ଟ ୧୪ ତାରିଖ ୨୦୨୨ରେ ଦେଶ ବିଭାଜନ ସମୟର ବିଭୀଷିକାକୁ ସ୍ମରଣ ଦିବସ ଭାବେ ପାଳନ କରୁଛି। ପ୍ରଧାନମନ୍ତ୍ରୀ ତାଙ୍କର ଗତ ସ୍ୱାଧୀନତା ଦିବସ ଭାଷଣରେ “ବିଭାଜନ ବିଭୀଷିକା ସ୍ମରଣ ଦିବସ” ପାଳନ କରିବାକୁ ଘୋଷଣା କରିଥିଲେ।

ବିଭାଜନ ସମୟରେ ବିସ୍ଥାପିତ ହୋଇଥିବା ଲକ୍ଷ ଲକ୍ଷ ଲୋକଙ୍କ ଦୁଖଦଃ ଓ ଦାରୁଣ ମାନସିକ ଯନ୍ତ୍ରଣାକୁ ସାମ୍ନାକୁ ଆଣିବା ପାଇଁ ବିଭାଜନ ସମୟର ଭୟାବହକୁ ସ୍ମରଣ କରିବା ପାଇଁ ଏହି ସ୍ମରଣ ଦିବସ ଧାର୍ଯ୍ୟ କରାଯାଇଛି। ଗତ ଶତାବ୍ଦୀରେ ମାନବ ଜନସଂଖ୍ୟାର ସର୍ବ ବୃହତ ବିସ୍ଥାପନ ଦେଶ ସ୍ୱାଧୀନତା ସମୟରେ କରାଯାଇଥିଲା ଯାହାକି ବହୁ ସଂଖ୍ୟକ ଲୋକଙ୍କ ଜୀବନ ହାନି ଘଟିଥିଲା।

ଭୁବନେଶ୍ୱର ରେଳ ଷ୍ଟେସନରେ ଆୟୋଜିତ ସମାରୋହରେ ଯୋଗଦାନ କରି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଜନ ଦିବସରେ ଘଟିଥିବା ଦୁଃଖଦ ଘଟଣା ବିଷୟରେ କିବା ସହିତ ଯୁବପିଢ଼ି ମାନଙ୍କ ମଧ୍ୟରେ ଏହାର ପ୍ରସାର କରିବା ଓ ସେହିସମୟର ସ୍ମରଣୀୟ ବିଭିଷୀକାକୁ ଜାଣିବାକୁ କହିଥିଲେ।

ଅନ୍ୟତମ ଅତିଥି ଭାବେ ଯୋଗଦାନ କରି ଭୁବନେଶ୍ୱର ଲୋକସଭା ସଂସଦ ଅପରାଜିତା ଷଡ଼ଙ୍ଗୀ ତାଙ୍କର ବକ୍ତବ୍ୟରେ କହିଲେ ଯେ ଯୁବସମାଜ ବିଭାଜନ ସମୟର ଦୁଖଦଃ ବିଭୀଷିକା ସମ୍ବନ୍ଧରେ ଜ୍ଞାନ ଆହାରଣ କରିବା ଏହି ଦିବସ ପାଳନର ମୁଖ୍ୟ କାରଣ ଅଟେ।

ଏହି ଦିବସକୁ ସ୍ମରଣୀୟ କରିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଭୁବନେଶ୍ୱର ରେଳ ଷ୍ଟେସନରେ ଆୟୋଜିତ ପ୍ରଦର୍ଶନୀକୁ ମାନ୍ୟବର ମନ୍ତ୍ରୀ ଶ୍ରୀ ପ୍ରଧାନ ଉଦ୍ଘାଟନ କରିବା ସହ ପ୍ରଦର୍ଶନୀ ବୁଲି ତେଖିଥିଲେ ଯେଉଁଥିରେ ଦେଶ ବିଭାଜନ ସମୟର ବିଭିଷୀକାକୁ ଫଟଚିତ୍ର ମାଧ୍ୟମରେ ପ୍ରଦର୍ଶିତ କରାଯାଇଥିଲା। ଏହା ବ୍ୟତୀତ ପୁରୀ, ଭୁବନେଶ୍ୱର, ସମ୍ବଲପୁର ଏବଂ ବିଶାଖାପାଟନମ୍ ରେଳ ଷ୍ଟେସନ ସମେତ ପୂର୍ବ ତଟ ରେଳପଥ ପରିସୀମା ମଧ୍ୟରେ ୩୭ଟି ରେଳ ଷ୍ଟେସନ ଠାରେ ବିଭାଜନ ଭୟାବହତା ଉପରେ ପ୍ରଦର୍ଶନୀ ମଧ୍ୟ ଆୟୋଜିତ କରାଯାଇଥିଲା।

ଏହି ଅବସରରେ ଶ୍ରୀ ପ୍ରଧାନଙ୍କ ଦ୍ୱାରା ଦୁଇଜଣ ସ୍ୱାଧୀନତା ସଂଗ୍ରାମୀଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା। ଉଭୟ ସ୍ୱାଧୀନତା ସଂଗ୍ରାମୀ ଶ୍ୟାମ ସୁନ୍ଦର ବେହେରା ଏବଂ ରାମହରୀ ଗୋସ୍ୱାମୀ ମଧ୍ୟ ବିଭାଜନ ସମୟର ବିଭୀଷିକା ସମ୍ବନ୍ଧରେ ସେମାନଙ୍କର ଅଭିଜ୍ଞତାକୁ ବଖାଣିଥିଲେ।

ପୂର୍ବତଟ ରେଳପଥର କାର୍ଯ୍ୟକାରୀ ପ୍ରବନ୍ଧକ ଏହି ଅବସରରେ ଯୋଗଦାନ କରିଥିବାବେଳେ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ରିଙ୍କେଶ ରୟ ଏହି କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।

ଅପରାଜିତା ଷଡଙ୍ଗୀ ଧର୍ମେନ୍ଦ୍ର ପ୍ରଧାନ ପୂର୍ବତଟ ରେଳପଥ
Share. Facebook Twitter LinkedIn Email WhatsApp Copy Link

Related Posts

ନୋଟିସ ପରେ ତୁରନ୍ତ କରନ୍ତୁ PNG ସଂଯୋଗ ପାଇଁ ଆବେଦନ: ନଚେତ ବନ୍ଦ ହେବ LPG ଯୋଗାଣ

August 24, 2026

ଧୋନିଙ୍କ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ହେଲେ ସବୁଠାରୁ ସଫଳ ୱିକେଟକିପର

August 24, 2026

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026
Latest News

ନୋଟିସ ପରେ ତୁରନ୍ତ କରନ୍ତୁ PNG ସଂଯୋଗ ପାଇଁ ଆବେଦନ: ନଚେତ ବନ୍ଦ ହେବ LPG ଯୋଗାଣ

August 24, 2026

ଧୋନିଙ୍କ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ହେଲେ ସବୁଠାରୁ ସଫଳ ୱିକେଟକିପର

August 24, 2026

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.