Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଜ୍ଞାଙ୍କ ବିବାଦୀୟ ବୟାନ : ଗୋଡ୍‌ସେ ହେଉଛନ୍ତି ଦେଶଭକ୍ତ
ଆଜିର ଖବର

ପ୍ରଜ୍ଞାଙ୍କ ବିବାଦୀୟ ବୟାନ : ଗୋଡ୍‌ସେ ହେଉଛନ୍ତି ଦେଶଭକ୍ତ

May 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
pragyan thakur got a week relaxation from nia
pragyan thakur got a week relaxation from nia

ନାଥୁରାମ ଗୋଡେସଙ୍କ ନେଇ ରାଜନୀତି ଏବେ ପୂରା ସରଗରମ । ନିକଟରେ ଅଭିନେତାରୁ ରାଜନେତା ସାଜିଥିବା କମଲ ହାସନ ନାଥୁରାମ ଗୋଡ୍‌ସେଙ୍କୁ ଦେଶର ପ୍ରଥମ ହିନ୍ଦୁ ଆତଙ୍କବାଦୀ କହି ବିବାଦକୁ ଆସିଥିବାବେଳେ ଏହା ଉପରେ ପ୍ରତିକ୍ରିୟା ରଖିଛନ୍ତି ସାଧ୍ବୀ ପ୍ରଜ୍ଞା । ମାଲେଗାଓଁ ବିସ୍ଫୋରଣ ମାମଲା ଅଭିଯୁକ୍ତ ତଥା ଭୋପାଳ ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ସାଧ୍ୱୀ ପ୍ରଜ୍ଞା ଠାକୁର ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗୋଡ଼ସେଙ୍କୁ ଦେଶଭକ୍ତ କହି ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି। ସାଧ୍ୱୀ ପ୍ରଜ୍ଞା ଗୁରୁବାର କହିଛନ୍ତି ଯେ ନାଥୁରାମ ଗୋଡ଼ସେ ଦେଶଭକ୍ତ ଥିଲେ, ଦେଶଭକ୍ତ ଅଛନ୍ତି ଓ ଦେଶଭକ୍ତ ରହିବେ। ତାଙ୍କୁ ଆତଙ୍କବାଦୀ କହୁଥିବା ଲୋକ ନିଜକୁ ଦେଖନ୍ତୁ। ଏହି ନିର୍ବାଚନରେ ଏଭଳି ଲୋକଙ୍କୁ ଜବାବ ଦିଆଯିବ। ସାଧ୍ବୀଙ୍କ ଏପରି ବୟାନକୁ ନେଇ ବିଜେପିକୁ ଟାର୍ଗେଟ କରିଛି କଂଗ୍ରେସ । କଂଗ୍ରେସର ମୁଖପାତ୍ର ରଣଦୀପ ସୁର୍ଜେଓ୍ବାଲା କହିଛନ୍ତି ଯେ, ଏବେ ପୂରା ସଫା ଜଣାପଡୁଛି ଯେ, ନାଥୁରାମ ଗୋଡସେ ହେଉଛନ୍ତି ବିଜେପିର ବଂଶଜ । ନାଥୁରାମଙ୍କୁ ଦେଶଭକ୍ତ କହୁଥିବାବେଳେ ହେମନ୍ତ କରକରେଙ୍କୁ ଦେଶଦ୍ରୋହୀ କହୁଛନ୍ତି ବିଜେପି । ହିଂସାର ସଂସ୍କୃତି ଓ ଶହୀଦଙ୍କ ଅପମାନ ହେଉଛି ବିଜେପିର ଡିଏନ୍‌ଏ ।  ଅପରପକ୍ଷରେ ବିଜେପି ସାଧ୍ୱୀଙ୍କ ମନ୍ତବ୍ୟଠାରୁ ନିଜକୁ ଅଲଗା କରିଦେଇଛି। ବିଜେପି ମୁଖପାତ୍ର ଜେଭି ଏଲ ନରସିହ୍ମା କହିଛନ୍ତି ଯେ ବିଜେପି ସାଧ୍ୱୀ ପ୍ରଜ୍ଞାଙ୍କ ମନ୍ତବ୍ୟ ସହ ସହମତ ନୁହେଁ। ସେ ନିଜ ମନ୍ତବ୍ୟ ପାଇଁ କ୍ଷମା ମାଗିବା ଉଚିତ ବୋଲି ବିଜେପି କହିଛି ।  ଭୋପାଳ ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ସାଧ୍ୱୀ ପ୍ରଜ୍ଞାଙ୍କ ସହ କଂଗ୍ରେସ ପ୍ରାର୍ଥୀ ଦିଗବିଜୟ ସିଂହ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ମଇ ୧୨ରେ ଏହି ଆସନ ପାଇଁ ମତଦାନ ହୋଇସାରିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବକେୟା ଦରମା ଦାବିରେ ଏମ୍ସ ଭୁବନେଶ୍ୱରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ଧାରଣା

June 12, 2026

ରାଜ୍ୟସଭା ନିର୍ବାଚନ: କର୍ଣ୍ଣାଟକରେ କଂଗ୍ରେସ, ମଧ୍ୟପ୍ରଦେଶରେ ବିଜେପିର ନିର୍ବିରୋଧ ବିଜୟ

June 12, 2026

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026

ଅତ୍ୟାଧୁନିକ କ୍ୱାଣ୍ଟମ୍ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରୟୋଗଶାଳା ପ୍ରତିଷ୍ଠା ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ

June 12, 2026
Latest News

ବକେୟା ଦରମା ଦାବିରେ ଏମ୍ସ ଭୁବନେଶ୍ୱରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ଧାରଣା

June 12, 2026

ରାଜ୍ୟସଭା ନିର୍ବାଚନ: କର୍ଣ୍ଣାଟକରେ କଂଗ୍ରେସ, ମଧ୍ୟପ୍ରଦେଶରେ ବିଜେପିର ନିର୍ବିରୋଧ ବିଜୟ

June 12, 2026

ନିର୍ଦ୍ବନ୍ଦରେ ରାଜ୍ୟସଭାକୁ ନିର୍ବାଚିତ ହେବାପରେ ବିଜେପି ତରଫରୁ ଦେବାଶିଷଙ୍କୁ ସ୍ବାଗତ

June 12, 2026

ଡିଜେଲ୍, ପେଟ୍ରୋଲ୍ ନା ଇଭି ? 2026ରେ କେଉଁ କାର୍ ଆପଣଙ୍କ ପାଇଁ ସବୁଠାରୁ ଲାଭଦାୟକ?

June 12, 2026

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.