Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତ୍ରିରଙ୍ଗା ଶୋଭାଯାତ୍ରାରେ ଯୋଗଦେଲେ ବିଜେପି ରାଜ୍ୟ ସଭାପତି
ଆଜିର ଖବର

ତ୍ରିରଙ୍ଗା ଶୋଭାଯାତ୍ରାରେ ଯୋଗଦେଲେ ବିଜେପି ରାଜ୍ୟ ସଭାପତି

August 15, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଧର୍ମାଶାଳାର ଅନୁଷ୍ଠିତ ତ୍ରିରଙ୍ଗା ଶୋଭାଯାତ୍ରାରେ ଯୋଗଦେଲେ ବିଜେପି ରାଜ୍ୟ ସଭାପତି

ଭୁବନେଶ୍ୱର : ସ୍ୱାଧୀନତାର ୭୫ ବର୍ଷ ପୂର୍ତି ଅବସରରେ ଦେଶ ଆଜି ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରୁଛି। ସ୍ୱାଧୀନତାର ଅମୃତ ମହୋତ୍ସବ ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ଏହି ଅବସରରେ ଆଜି ଯାଜପୁର ଜିଲ୍ଲା ଧର୍ମଶାଳା ଠାରେ ଆୟୋଜିତ ‘ହର୍ ଘର୍ ତ୍ରିରଙ୍ଗା’ କାର୍ଯ୍ୟକ୍ରମରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଯୋଗ ଦେଇଛନ୍ତି।

ରାଜ୍ୟ ସଭାପତି ଶ୍ରୀ ମହାନ୍ତିଙ୍କ ସମେତ ହଜାର ହଜାର ସଂଖ୍ୟାରେ କାର୍ଯ୍ୟକର୍ତା ଓ ଜନସାଧାରଣ ତ୍ରିରଙ୍ଗା ପତାକାକୁ ହାତରେ ଧରି ଏହି ଯାତ୍ରାରେ ସାମିଲ ହୋଇଥିଲେ।
ଆଗାମୀ ୨୫ ବର୍ଷର ଅମୃତ କାଳଖଣ୍ଡ ଆମ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଏବଂ ବିଶେଷ ଭାବେ ଯୁବପିଢୀଙ୍କ ପାଇଁ ସ୍ୱତନ୍ତ୍ର ଆହ୍ୱାନ ବୋଲି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି କହିଛନ୍ତି।

ଯୁବପିଢୀଙ୍କୁ ସ୍ୱାଧୀନତା ଏବଂ ସ୍ୱାଧୀନତା ସଂଗ୍ରାମୀଙ୍କ ସଂଗ୍ରାମ ଏବଂ ବଳିଦାନ ସଂପର୍କରେ ଭଲଭାବେ ଅବଗତ କରାଇବା ଏହି ଯାତ୍ରାର ମୂଳ ଲକ୍ଷ୍ୟ। ସ୍ୱାଧୀନତା ସଂଗ୍ରାମରୁ ଶକ୍ତି ଏବଂ ସ୍ୱାଧୀନତା ସେନାନୀଙ୍କ ବିଚାର ଓ ସଂକଳ୍ପକୁ ପାଥେୟ କରି ଆସନ୍ତା ଅମୃତ କାଳଖଣ୍ଡରେ ଭାରତବର୍ଷକୁ ଆତ୍ମନିର୍ଭର, ବିଶ୍ୱର ଶ୍ରେଷ୍ଠ ଦେଶ ଏବଂ ବିଶ୍ୱଗୁରୁ ଭାବେ ଗଢି ତୋଳିବା ପାଇଁ ଯୁବପୀଢିଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଏବଂ ଆଜିର ଏହି ଅମୃତ ବେଳାରେ ଯୁବପିଢୀ ସଂକଳ୍ପ ନେବା ଆବଶ୍ୟକ ବୋଲି ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ଶ୍ରୀ ମହାନ୍ତି କହିଛନ୍ତି।

ଏହି ଅମୃତ ମହୋତ୍ସବ କାଳଖଣ୍ଡରେ ମୋଦୀ ସରକାରଙ୍କ ୮ବର୍ଷ ଶାସନ ମଧ୍ୟରେ ଓଡ଼ିଆ ଅସ୍ମିତା ପାଇଁ ତାଙ୍କ ଭୂମିକା ଅତୁଳନୀୟ। ସମସ୍ତ କ୍ଷେତ୍ରରେ ମୋଦି ସରକାର ଆଜି ଓଡ଼ିଆଙ୍କୁ ସମ୍ମାନୀତ କରିଛନ୍ତି। ନିଜ ମନ୍ତ୍ରୀମଣ୍ଡଳରେ ୩ ଓଡ଼ିଆଙ୍କୁ ମନ୍ତ୍ରୀ କରିବା ସହ ସମସ୍ତ ପ୍ରଶାସନିକ କ୍ଷେତ୍ରରେ ଓଡ଼ିଆଙ୍କୁ ପ୍ରାଥମିକତା ଦେଇଛନ୍ତି। ସେହିଭଳି ସର୍ବୋପରି ଦେଶର ପ୍ରଥମ ସାମ୍ବିଧାନିକ ପଦବୀ ରାଷ୍ଟ୍ରପତି ପଦରେ ଅଳଂକୃତ ହୋଇଥିବା ଶ୍ରୀମତୀ ଦ୍ରୌପଦୀ ମୁୁର୍ମୁ ଆମ ରାଜ୍ୟ ତଥା ଦେଶକୁ ଗୌରବାନ୍ୱିତ କରିଛନ୍ତି।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଓ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ନେତୃତ୍ୱରେ ସମଗ୍ର ଭାରତ ବର୍ଷରେ ଘରେ ଘରେ ତ୍ରିରଙ୍ଗା ଉଡାଇବା ପାଇଁ ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି। ଭାରତୀୟ ଜନତା ପାଟି ଅଗଷ୍ଟ ୯ କ୍ରାନ୍ତିଦିବସଠାରୁ ତ୍ରିରଙ୍ଗା ଯାତ୍ରା ଆରମ୍ଭ ହୋଇ ସ୍ୱାଧୀନତା ଦିବସରେ ଶେଷ ହୋଇଛି। ତ୍ରିରଙ୍ଗା ମାଧ୍ୟମରେ ଜାତୀୟତାବାଦ, ରାଷ୍ଟ୍ରବାଦ ପ୍ରଚାର କରିବା ସହ ଦେଶପ୍ରେମ ଜାଗ୍ରତ କରିବା ଭାରତୀୟ ଜନତା ପାର୍ଟିର ଉଦ୍ଦେଶ୍ୟ ବୋଲି ଶ୍ରୀ ମହାନ୍ତି କହିଛନ୍ତି ।

ଏହି ପଦଯାତ୍ରାରେରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଜିଲ୍ଲା ପ୍ରଭାରୀ ଶ୍ରୀ ଶାରଦା ଶତପଥୀ, ଜିଲ୍ଲା ସଭାପତି ଶ୍ରୀ ଗୌତମ ରାୟ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀମତୀ ସ୍ମୃତିରେଖା ପହି, ଅନୁସୂଚିତ ଜାତି ମୋର୍ଚ୍ଚାରାଜ୍ୟ ସଂଯୋଜକ ରବି ନାରାୟଣ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

ଧର୍ମଶାଳା ଯାଜପୁର ସମୀର ମହାନ୍ତି ହର୍ ଘର୍ ତ୍ରିରଙ୍ଗା
Share. Facebook Twitter LinkedIn Email WhatsApp Copy Link

Related Posts

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026
Latest News

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026

ଖୋରଧା ବ୍ଲକ୍ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.