Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଗଷ୍ଟ ୧୮ରୁ ଓଡ଼ିଶାରେ ପୁଣି ଅଧିକ ବର୍ଷା ସମ୍ଭାବନା: ସିଇସି
ଆଜିର ଖବର

ଅଗଷ୍ଟ ୧୮ରୁ ଓଡ଼ିଶାରେ ପୁଣି ଅଧିକ ବର୍ଷା ସମ୍ଭାବନା: ସିଇସି

August 16, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
Rain
ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଅକ୍ଟୋବର ୧୮ ତାରିଖରେ ରାଜ୍ୟର ଉପକୂଳବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ଏହାର ଗୋଟିଏ ଦିନ ପରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ଥିବା ମଙ୍ଗଳବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏହି ଲଘୁଚାପ ଅଗଷ୍ଟ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ସ୍ଥିର ରହିବା ସହ ଏହା ପରେ ପଶ୍ଚିମ-ଉତର-ପଶ୍ଚିମ ଦିଗ ଆଡକୁ ମୁହାଁଇବ ବୋଲି ସିଇସି ବୁଲେଟିନ୍‌ରେ କୁହାଯାଇଛି। ଏହାର ପ୍ରଭାବରେ ଅଗଷ୍ଟ ୧୮ ତାରିଖ ସୁଦ୍ଧା ଓଡ଼ିଶା ଉପକୂଳ ଏବଂ ଏଂହାର ସଂଲଗ୍ନ ଜିଲ୍ଲାଗୁଡ଼ିକରେ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ଥିବା ବେଳେ ଏହାର ଠିକ୍ ଗୋଟିଏ ଦିନ ପରେ ଉତର ଓଡ଼ିଶା ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସୁନ୍ଦରଗଡ, ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, ନୟାଗଡ଼, କନ୍ଧମାଳ ଏବଂ ଅନୁଗୁଳ ଭଳି ଜିଲ୍ଲା ଗୁଡ଼ିକରେ ଲଘୁଚାପର ପ୍ରଭାବ ରହିବ। ସେହିପରି ଅଗଷ୍ଟ ୧୯ ତାରିଖ ରାତିରୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲା ଯଥା କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ବରଗଡ଼, ସମ୍ବଲପୁର, ସୋନ୍‌ପୁର, ବୌଦ୍ଦ ଏବଂ ଝାରସୁଗୁଡାରେ ପ୍ରବଳ ବର୍ଷା ହେବ ବୋଲି ବୁଲେଟିନ୍‌ରେ କୁହାଯାଇଛି।

ପଶ୍ଚିମ ଏବଂ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଏବଂ ମହାନଦୀର ଅପର ଏବଂ ଲୋୟର କ୍ୟାଚ୍‌ମେଂଟ, ବୈତରଣୀ ଓ ବ୍ରାହ୍ମଣୀ ନଦୀରେ ଅଗଷ୍ଟ ୧୯ ତାରିଖ ରାତିରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଛତିଶଗଡ଼ରେ ଅଗଷ୍ଟ ୧୯ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ସମୟରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବର୍ଷାର ପରିମାଣ ଅଗଷ୍ଟ ୨୧ ତାରିଖରୁ କମିବାର ସମ୍ଭାବନା ରହିଛି ବୋଲି ସିଇସି ପକ୍ଷରୁ ସୂଚନା ଦିଆଯାଇଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓଡିଶା ଘୂର୍ଣ୍ଣିବଳୟ ସୃଷ୍ଟି ବନ୍ୟା ପରିସ୍ଥିତି ସିଇସି
Share. Facebook Twitter LinkedIn Email WhatsApp Copy Link

Related Posts

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026
Latest News

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026

ଇଥାନଲ୍ ଉପରେ ନିୟମ ପରିବର୍ତ୍ତନ କଲେ ସରକାର, ମହଙ୍ଗା ବିମାନ ଯାତ୍ରା ହେବ ଶସ୍ତା !

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.