ଜୁନାଗଡ ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତା ରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

Published: Aug 16, 2022, 6:53 pm IST

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ଆଜି ଜୁନାଗଡ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ, କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ ସୁଶାନ୍ତ କୁମାର ପଟେଲ, ଉପ ଜିଲ୍ଲାପାଳ ଧର୍ମଗଡ ସଚିନ ପାୱାର ପ୍ରକାଶ, ସି ଡ଼ି ଏମ୍ ଓ ଡ ରଞ୍ଜନ ମିତ୍ର, ଧର୍ମଗଡ ଏସ ଡି ପି ଓ ଫିରୋଜ ଚୋପ ଦାରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ, ପଞ୍ଚାୟତ ସମିତି ଅଧ୍ୟକ୍ଷା ସବିତା ମେହେର, ବି ଡି ଓ ଦୁଲାରାମ ମାରାଣ୍ଡି ଓ ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୧୬୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୪୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୨ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

Related posts