Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»“ୟୁରିଆରେ ଆତ୍ମନିର୍ଭର ହେବ ଭାରତ”: କେନ୍ଦ୍ର ରସାୟନ ଏବଂ ସାର ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ
ଆଜିର ଖବର

“ୟୁରିଆରେ ଆତ୍ମନିର୍ଭର ହେବ ଭାରତ”: କେନ୍ଦ୍ର ରସାୟନ ଏବଂ ସାର ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ

August 16, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ ହିନ୍ଦୁସ୍ତାନ ଉର୍ବରକ ଏବଂ ରସାୟନ ଲିମିଟେଡ୍ (ଏଚୟୁଆରଏଲ୍) -ସିନ୍ଦ୍ରି ଏବଂ ବାରାଉନି ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି। ଏହି ବୈଠକରେ କେନ୍ଦ୍ର ମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ ଖୁବ ଶୀଘ୍ର ଏଚୟୁଆରଏଲ୍-ବାରାଉନି ଏବଂ ସିନ୍ଦ୍ରି କାରଖାନାରୁ ୟୁରିଆ ଉତ୍ପାଦନ ଆରମ୍ଭ କରିବାକୁ ଭାରତ ସରକାର ପ୍ରତିବଦ୍ଧ। ସେ କହିଛନ୍ତି ଯେ ଏହି ଦୁଇଟି କାରଖାନା ବାର୍ଷିକ ୨୫ଲକ୍ଷ ମେଟ୍ରିକ ଟନରୁ ଅଧିକ ୟୁରିଆ ଉତ୍ପାଦନ କରିବ ଯାହା ସମାନ ପରିମାଣ ୟୁରିଆର ଆମଦାନୀ ହ୍ରାସ କରିବାରେ ସହାୟକ ହେବ।

କେନ୍ଦ୍ର ମନ୍ତ୍ରୀ ଆମୋନିଆ/ୟୁରିଆ ଉତ୍ପାଦନ ପାଇଁ ଦେଶର ପ୍ରଥମ କୋଲ ଗ୍ୟାସିଫିକେସନ ଜ୍ଞାନକୌଶଳ ଭିତ୍ତିକ ତାଳଚେର ଫର୍ଟିଲାଇଜର୍ସ ଲିମିଟେଡ (ଟିଏଫ୍ଏଲ୍) ର ସମୀକ୍ଷା କରିଛନ୍ତି। ଟିଏଫ୍ଏଲର ଉତ୍ପାଦନ କ୍ଷମତା ବାର୍ଷିକ ୧୨.୭ ଲକ୍ଷ ମେଟ୍ରିକ ଟନ୍ ହେବ। ୨୦୨୪ ମସିହାରେ ଟିଏଫ୍ଏଲର କାର୍ଯ୍ୟକାରୀ ହେବା ଆଶା କରାଯାଉଛି।

ଡକ୍ଟର ମନସୁଖ ମାଣ୍ଡଭିୟ ଉଲ୍ଲେଖ କରିଛନ୍ତି ଯେ ଏହି କାରଖାନାଗୁଡିକରୁ ସ୍ୱଦେଶୀ ୟୁରିଆ ଉତ୍ପାଦନ ଆତ୍ମନିର୍ଭର ଭାରତ ଏବଂ ଆତ୍ମନିର୍ଭର କୃଷି ଲକ୍ଷ୍ୟ ହାସଲ କରିବା ଦିଗରେ ଏକ ପଦକ୍ଷେପ ହେବ। ସେ ଦର୍ଶାଇଛନ୍ତି ଯେ ସରକାରଙ୍କ ପ୍ରୟାସ ଦ୍ୱାରା ଭାରତ ୟୁରିଆ ଉତ୍ପାଦନରେ ଆତ୍ମର୍ନିଭରଶୀଳ ହେବ। ଏହାଛଡା ଏହି କାରଖାନାଗୁଡିକ ପ୍ରତ୍ୟକ୍ଷ ଭାବେ ୫୦୦ ଏବଂ ପରୋକ୍ଷ ଭାବେ ୧୫୦୦ ନିଯୁକ୍ତି ସୃଷ୍ଟି କରିବ।

ସରକାର ଗୋରଖପୁର, ସିନ୍ଦ୍ରି ଏବଂ ବାରାଉନି ୟୁନିଟଗୁଡିକର ପୁନରୁଦ୍ଧାର ପାଇଁ ମନୋନୀତ ରାଷ୍ଟ୍ରାୟତ ସଂସ୍ଥା ଗୁଡ଼ିକର ମିଳିତ କମ୍ପାନୀ ଯଥା ନ୍ୟାସନାଲ ଥର୍ମାଲ୍ ପାୱାର୍ କର୍ପୋରେସନ୍ (ଏନଟିପିସି), ଇଣ୍ଡିଆନ୍ ଅଏଲ୍ କର୍ପୋରେସନ୍ ଲିମିଟେଡ୍ (ଆଇଓସିଏଲ୍) ଏବଂ କୋଲ ଇଣ୍ଡିଆ ଲିମିଟେଡ୍ (ସିଆଇଏଲ୍) ଏବଂ ଫର୍ଟିଲାଇଜର କର୍ପୋରେସନ ଅଫ୍ ଇଣ୍ଡିଆ ଲିମିଟେଡ (ଏଫ୍ସିଆଇଏଲ) / ହିନ୍ଦୁସ୍ତାନ ଫର୍ଟିଲାଇଜର୍ କର୍ପୋରେସନ୍ ଲିମିଟେଡ (ଏଚଏଫ୍ସିଏଲ୍) ମାଧ୍ୟମରେ ପୁନରୁଦ୍ଧାର କରିବେ। ତଦନୁଯାୟୀ ଗୋରଖପୁର, ସିନ୍ଦ୍ରି ଏବଂ ବାରାଉନି ପ୍ରତ୍ୟେକ ଠାରେ ୧୨.୭ ଏଲଏମଟିପିଏ କ୍ଷମତା ବିଶିଷ୍ଟ ଗ୍ୟାସ ଭିତ୍ତିକ ଆମୋନିଆ ୟୁରିଆ କାରଖାନା ପ୍ରତିଷ୍ଠା ପାଇଁ ଏନଟିପିସି, ଆଇଓସିଏଲ ଏବଂ ସିଆଇଏଲ ଦ୍ୱାରା ୨୯.୬୭% ଏବଂ ସିଆଏଲ୍ ଏବଂ ଏଫ୍ସିଆଇଏଲ୍ ଦ୍ୱାରା ୧୧% ଇକ୍ୟୁଟି ସହଯୋଗରେ ହିନ୍ଦୁସ୍ତାନ ଉର୍ବରକ ରସାୟନ ଲିମିଟେଡ ନାମକ ଏକ ମିଳିତ ଉଦ୍ୟୋଗ କମ୍ପାନୀ କାର୍ଯ୍ୟକାରୀ ହେଉଛି।

ମନୋନୀତ ରଷ୍ଟ୍ରାୟତ ସଂସ୍ଥା ଗୁଡ଼ିକର ଏକ ମିଳିତ କମ୍ପାନୀ ଗଠନ କରି ତାଳଚେର ୟୁନିଟର ପୁନରୁଦ୍ଧାର ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସେହିସବୁ ରାଷ୍ଟ୍ରାୟତ ସଂସ୍ଥା ମଧ୍ୟରେ ଗ୍ୟାସ ଅଥରିଟୀ ଅଫ୍ ଇଣ୍ଡିଆ ଲିମିଟେଡ (ଗେଲ୍), କୋଲ ଇଣ୍ଡିଆ ଲିମିଟେଡ୍ (ସିଆଇଏଲ୍), ରାଷ୍ଟୀୟ କେମିକାଲ୍ସ ଏବଂ ଫର୍ଟିଲାଇଜର୍ସ ଲିମିଟେଡ୍ (ଆରସିଏଫ୍) ଏବଂ ଏଫ୍ସିଆଇଏଲ୍ ରହିଛି। ତଦନୁଯାୟୀ, ତାଳଚେର ଫର୍ଟିଲାଇଜର୍ ଲିମିଟେଡ୍ (ଟିଏଫ୍ଲ) ନାମକ ଏକ ମିଳିତ କମ୍ପାନୀ ଗଠନ ହୋଇଛି ଯେଉଁଥିରେ ଗେଲ, ଆରସିଏଫ୍ ଓ ସିଆଏଲ୍ର ୩୧.୮୫% ଇକ୍ୱିଟି ଅଂଶଗ୍ରହଣ ଥିବାବେଳେ ଏଫ୍ସିଆଏଲ୍ ୪.୪୫% ଇକ୍ୱିଟି ବଜାୟ ରଖିଛି।

ଡକ୍ଟର ମନସୁଖ ମାଣ୍ଡଭିୟ ୟୁରିଆ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.