Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘୋଷଣା ହେବ ଓଡିଶାର ଶ୍ରେଷ୍ଠ ବିଧାୟକ, ବସିଲା ଚୟନ କମିଟର ପ୍ରଥମ ବୈଠକ
ଆଜିର ଖବର

ଘୋଷଣା ହେବ ଓଡିଶାର ଶ୍ରେଷ୍ଠ ବିଧାୟକ, ବସିଲା ଚୟନ କମିଟର ପ୍ରଥମ ବୈଠକ

August 20, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଘୋଷଣା ହେବ ଓଡିଶାର ଶ୍ରେଷ୍ଠ ବିଧାୟକ, ବସିଲା ଚୟନ କମିଟର ପ୍ରଥମ ବୈଠକ

ଭୁବନେଶ୍ବର: ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ବିଧାନସଭାସ୍ଥିତ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଶ୍ରେଷ୍ଠ ବିଧାୟକ ଚୟନ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି।

ବୈଠକରେ ଚୟନ କମିଟିର ସଦସ୍ୟ ଭାବେ ଓଡ଼ିଶା ବିଧାନସଭାର ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ, କଂଗ୍ରେସ ଦଳର ବରିଷ୍ଠ ବିଧାୟକ ଶ୍ରୀ ନରସିଂହ ମିଶ୍ର, ପୂର୍ବତନ ବିଧାୟକ ଶ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡେଇ, ପୂର୍ବତନ ବିଧାୟକ ଶ୍ରୀ ନଗେନ୍ଦ୍ର କୁମାର ପ୍ରଧାନ ଏବଂ ବରିଷ୍ଠ ସାମ୍ବାଦିକ ଶ୍ରୀ ଶ୍ରୀରାମ ଦାଶ ଉପସ୍ଥିତ ଥିଲେ।

ପ୍ରକାଶଯୋଗ୍ୟ ଯେ କୋଭିଡ୍‌ ସଂକ୍ରମଣ ପାଇଁ ଗତ ତିନିବର୍ଷ ଧରି ଏ ବାବଦରେ କୌଣସି ବୈଠକ ଅନୁଷ୍ଠିତ ହୋଇନଥିଲା। ଚଳିତ ବର୍ଷ ୨୦୧୭ରୁ ୨୦୨୧ ପର୍ଯ୍ୟନ୍ତ ୫ ବର୍ଷର ଶ୍ରେଷ୍ଠ ବିଧାୟକଙ୍କୁ ଚୟନ କରାଯିବ। ପ୍ରତିବର୍ଷ ଓଡ଼ିଶା ବିଧାନସଭା ପକ୍ଷରୁ ୩ଟି ବର୍ଗରେ ଏହି ସମ୍ମାନ ପ୍ରଦାନ କରାଯାଇଥାଏ।

ପଣ୍ଡିତ ନୀଳକଣ୍ଠ ସମ୍ମାନରେ ବର୍ତ୍ତମାନର ବିଧାୟକ, ଉତ୍କଳଗୌରବ ମଧୁସୂଦନ ସମ୍ମାନରେ ପୂର୍ବତନ ବିଧାୟକ ଏବଂ ଉତ୍କଳମଣି ଗୋପବନ୍ଧୁ ପ୍ରତିଭା ସମ୍ମାନରେ ନବନିର୍ବାଚିତ ବିଧାୟକଙ୍କୁ ସମ୍ମାନିତ କରାଯାଇଥାଏ। ରାଜ୍ୟ ପ୍ରତି ଥିବା ଦାୟିତ୍ୱବୋଧ ଓ ନିଷ୍ଠା ସହ ବିଧାନସଭା ଗୃହକାର୍ଯ୍ୟରେ ବିଧାୟକଙ୍କର ଉଲ୍ଲେଖନୀୟ ପ୍ରଦର୍ଶନଆଧାରରେ ଚୟନ କମିଟି ଶ୍ରେଷ୍ଠ ବିଧାୟକଙ୍କୁ ମନୋନୀତ କରିଥାନ୍ତି।

ବିକ୍ରମ କେଶରୀ ଆରୁଖ ବିଧାନସଭା ରଜନୀକାନ୍ତ ସିଂହ
Share. Facebook Twitter LinkedIn Email WhatsApp Copy Link

Related Posts

ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌ ବନ୍ଦ ପାଇଁ ପୁରୀ ବେଳାଭୂମିରେ ସଚେତନତା ଅଭିଯାନ

September 15, 2026

ଭୁବନେଶ୍ୱରରେ କେରଳମ୍, ରାଜସ୍ଥାନ ଓ ପଞ୍ଜାବର ସାମ୍ବାଦିକ ପ୍ରତିନିଧି ଦଳ ସହ ପିଆଇବିର ଆଲୋଚନା

September 15, 2026

ରାସନ କାର୍ଡଧାରୀମାନଙ୍କୁ ମାଗଣା ଏସି: କ’ଣ ନୂତନ ଯୋଜନା ଆଣିଲେ ମୋଦି ସରକାର?

September 15, 2026

ସଜନା ଶାଗ ତୋଳିବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

September 15, 2026
Latest News

ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌ ବନ୍ଦ ପାଇଁ ପୁରୀ ବେଳାଭୂମିରେ ସଚେତନତା ଅଭିଯାନ

September 15, 2026

ଭୁବନେଶ୍ୱରରେ କେରଳମ୍, ରାଜସ୍ଥାନ ଓ ପଞ୍ଜାବର ସାମ୍ବାଦିକ ପ୍ରତିନିଧି ଦଳ ସହ ପିଆଇବିର ଆଲୋଚନା

September 15, 2026

ଏସୀୟ କ୍ରୀଡ଼ା-୨୦୨୬: ସେପ୍ଟେମ୍ବର ୧୭ରୁ ଭାରତର ଅଭିଯାନ, ଜାଣନ୍ତୁ କାର୍ଯ୍ୟସୂଚୀ

September 15, 2026

ରାସନ କାର୍ଡଧାରୀମାନଙ୍କୁ ମାଗଣା ଏସି: କ’ଣ ନୂତନ ଯୋଜନା ଆଣିଲେ ମୋଦି ସରକାର?

September 15, 2026

ସଜନା ଶାଗ ତୋଳିବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.