Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଲ୍ଲାପାଳଙ୍କ ଜନ ଶୁଣାଣୀ: ବ୍ୟକ୍ତିଗତ ୧୨୮ ଟି ଅଭିଯୋଗ ଦାଖଲ
ଆଜିର ଖବର

ଜିଲ୍ଲାପାଳଙ୍କ ଜନ ଶୁଣାଣୀ: ବ୍ୟକ୍ତିଗତ ୧୨୮ ଟି ଅଭିଯୋଗ ଦାଖଲ

August 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: ଆଜି ନାକଟିଦେଉଳ ବ୍ଲକ୍ ସମ୍ମିଳନୀ କକ୍ଷରେ ସମ୍ବଲପୁର ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।

ଏହି ଅଭିଯୋଗ ଶୁଣାଣୀ ନାକଟିଦେଉଳ ବିଡ଼ିଓ ବିବେକାନନ୍ଦ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ଏହି ଅଭିଯୋଗ ଶୁଣାଣୀରେ ୧୪ ଟି ପଂଚାୟତରୁ ଆସିଥିବା ବ୍ୟକ୍ତିମାନଙ୍କର ୧୨୮ ଟି ଅଭିଯୋଗ ଦାଖଲ ହୋଇଥିବା ବେଳେ ୧୭ ଟି ଗ୍ରୁପ୍ ଭାବରେ ଅଭିଯୋଗ ଆସିଥିଲା। ତେବେ ଏସବୁର ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ଜିଲ୍ଲାପାଳ ଅନନ୍ୟା ଦାସ। ବିଶେଷ କରି ରାସ୍ତା, ପାନୀୟ ଜଳ ,ଆବାସ ଯୋଜନା ଓ ମୋବାଇଲ ଟାୱାର ଆଦି ସଂପର୍କରେ ଅଭିଯୋଗ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ଡିଏସ୍ଏସ୍ଓ ସନ୍ତୋଷ କୁମାର ନାଏକ, ରେଢ଼ାଖୋଲ ଉପଜିଲ୍ଲାପାଳ ପବିତ୍ର ବେହେରା, ଆର୍ ଟିଓ, ସିଡିଏମ୍ଓ, ତହସିଲଦାର ନାକଟିଦେଉଳ ସୁକାନ୍ତ ନାଏକ, ବିଡିଓ ବିବେକା ନନ୍ଦ ସାହୁ,ଏବିଡ଼ିଓ ବିଦ୍ୟାଧର ରାଉତରାୟ, ନାକଟିଦେଉଳ ପଂଚାୟତ ସମିତି ଅଧ୍ୟକ୍ଷା ସ୍ବରୂପାରାଣୀ ସାହୁ ପ୍ରମୁଖ ଯୋଗ ଦେଇଥିଲେ। ସରକାରଙ୍କ ସମସ୍ତ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ।

ଏହି ଅବସରରେ ଜିଲ୍ଲପାଳଙ୍କ ଦ୍ୱାରା ଜଣଙ୍କୁ ହୁଇଲ ଚେୟାର, ୨ଜଣଙ୍କୁ ଟ୍ରାଇ ସାଇକେଲ, ୧୬ ଜଣଙ୍କୁ ବାର୍ଦ୍ଧକ୍ୟ ଭତ୍ତା ଜାତୀୟ ପରିବାର ମଙ୍ଗଳ ଯୋଜନାରେ ୨ ଜଣ, ଦିବ୍ୟାଙ୍ଗ ପ୍ରମାଣପତ୍ର ୨ ଜଣଙ୍କୁ ପ୍ରଦାନ କରିଯାଇଥିଲା।

ଏହି ଅବସରରେ ଜିଲାପାଳ ଡଇଁଚା ହାଇସ୍କୁଲ ତଥା ବ୍ଲକ୍ ର କେତୋଟି ବିଦ୍ୟାଳୟକୁ ଅଚାନକ ପରିଦର୍ଶନ କରିବା ସହ ମେଗା ପ୍ରଜେକ୍ଟ ସଂପର୍କରେ ସଂପ୍ରୁକ୍ତ ବିଭାଗର ଅଧିକାରୀଙ୍କ ସହ ଆଲୋଚନା କରିଥିଲେ।

ନାକଟିଦେଉଳ ବ୍ଲକ୍ ସମ୍ବଲପୁର ଜିଲ୍ଲାପାଳ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.