Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବର ଠାରେ କେନ୍ଦ୍ର ମନ୍ତ୍ରୀ ଡକ୍ଟର ରାମଦାସ ଅଠାୱଲେଙ୍କ ସାମ୍ବାଦିକ ସମ୍ମିଳନୀ
ଆଜିର ଖବର

ଭୁବନେଶ୍ବର ଠାରେ କେନ୍ଦ୍ର ମନ୍ତ୍ରୀ ଡକ୍ଟର ରାମଦାସ ଅଠାୱଲେଙ୍କ ସାମ୍ବାଦିକ ସମ୍ମିଳନୀ

August 22, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ସମାଜରେ ସମତା ଆଣିବା ଲାଗି ଅଧିକ ସଂଖ୍ୟାରେ ଆନ୍ତଃଜାତି ବିବାହକୁ ପ୍ରୋତ୍ସାହନ ଦିଆଯିବା ଆବଶ୍ୟକ ବୋଲି କେନ୍ଦ୍ର ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ରାମଦାସ ଅଠାୱଲେ କହିଛନ୍ତି। ସୋମବାର ଭୁବନେଶ୍ବର ଠାରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ସେ ଏହା କହିଛନ୍ତି।

ଡକ୍ଟର ଅଠାୱଲେ କହିଥିଲେ ଯେ ଭାରତ ସରକାର ଡକ୍ଟର ଆମ୍ବେଦକର ଫାଉଣ୍ଡେସନ ସହ ମିଶି ଆନ୍ତଃଜାତି ବିବାହ ପାଇଁ ଅଢ଼େଇ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଯୋଗାଇ ଦେଉଛନ୍ତି। ଅନ୍ୟପକ୍ଷରେ ଓଡ଼ିଶା ସରକାରଙ୍କ ମଧ୍ୟ ଏପରି ଯୋଜନା ରହିଛି, କିନ୍ତୁ ଏଭଳି ବିବାହକୁ ବ୍ୟାପକ ଆକାରରେ ପ୍ରୋତ୍ସାହନ ଦିଆଯିବା ଆବଶ୍ୟକ।

ସେ କହିଥିଲେ ଯେ, ଓଡ଼ିଶାରେ ୨୦୨୦-୨୧ରେ ୧୮୪୭ଟି ଆନ୍ତଃଜାତି ବିବାହ ପଞ୍ଜୀକରଣ ହୋଇଥିଲା। ୨୦୨୧-୨୨ ଏହି ସଂଖ୍ୟା ୨୪୨୮କୁ ବୃଦ୍ଧି ପାଇଛି।

ରାଜ୍ୟରେ ଜାତିଗତ ନିର୍ଯାତନା ମାମଲା ଉପରେ ତଥ୍ୟ ପ୍ରଦାନ କରି ମନ୍ତ୍ରୀ କହିଥିଲେ ଯେ, ୨୦୨୦-୨୧ରେ ୨୮୨୮ ନିର୍ଯାତନା ମାମଲା ରୁଜୁ ହୋଇଥିଲା। ୨୦୨୧-୨୨ରେ ୨୭୬୮ ନିର୍ଯାତନା ମାମଲା ଦାୟର ହୋଇଛି। ଜାତିଗତ ନିର୍ଯାତନା ମାମଲା ରୋକିବା ଲାଗି କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମଧ୍ୟରେ ସମନ୍ବୟର ଆବଶ୍ୟକତା ରହିଛି ବୋଲି ଡକ୍ଟର ଅଠାୱଲେ ଜୋର ଦେଇ କହିଥିଲେ।

ଦିବ୍ୟାଙ୍ଗ, ବୟସ୍କ, ବିଧବାମାନଙ୍କର ସ୍ଥିତି ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ମନ୍ତ୍ରୀ କହିଥିଲେ ଯେ, ଓଡ଼ିଶାରେ ପ୍ରାୟ ୨୦ ଲକ୍ଷ ଦିବ୍ୟାଙ୍ଗ, ବୃଦ୍ଧବୃଦ୍ଧା ଏବଂ ବିଧବାମାନଙ୍କୁ ମାସିକ ୫୦୦ ଟଙ୍କାର ପେନସନ ମିଳୁଛି। ପେନସନ ହିତାଧିକାରୀଙ୍କ ସଂଖ୍ୟା ବଢ଼ାଇବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ।

ଡକ୍ଟର ଅଠାୱଲେ ବିଭିନ୍ନ କେନ୍ଦ୍ରୀୟ କ୍ଷେତ୍ର ଯୋଜନା ଏବଂ ଓଡ଼ିଶାରେ ଏସବୁ ଯୋଜନାର କାର୍ଯ୍ୟକାରିତା ସ୍ଥିତି ସମ୍ପର୍କରେ ସୂଚନା ଦେଇଥିଲେ। ତଥ୍ୟ ଅନୁଯାୟୀ, ସାରା ଦେଶରେ ୪୬.୨୫ କୋଟି ପିଏମ ଜନ ଧନ ଯୋଜନା ଆକାଉଣ୍ଟ ଖୋଲାଯାଇଥିବା ବେଳେ ଓଡ଼ିଶାରେ ଏବେ ସୁଦ୍ଧା ୧ କୋଟି ୯୧ ଲକ୍ଷ ୨୦ ହଜାର ଆକାଉଣ୍ଟ ଖୋଲାଯାଇଛି।

ସେହିପରି, ପିଏମ ମୁଦ୍ରା ଯୋଜନା ଅଧୀନରେ ଏବେ ସୁଦ୍ଧା ଦେଶରେ ୩୬.୩୩ କୋଟି ଲୋକ ଲାଭାନ୍ବିତ ହୋଇଛନ୍ତି। ଅନ୍ୟପଟେ ଓଡ଼ିଶାରେ ଏହି ଯୋଜନାର ୨ କୋଟି ୪୫ ଲକ୍ଷ ୫୦ ହଜାର ହିତାଧିକାରୀ ରହିଛନ୍ତି। ପିଏମ ଉଜ୍ଜ୍ବଳା ଯୋଜନାରେ ଓଡ଼ିଶାର ୫୨ ଲକ୍ଷ ୯୪ ହଜାର ହିତାଧିକାରୀଙ୍କୁ ମାଗଣା ଗ୍ୟାସ ସଂଯୋଗ ମିଳିଛି।

ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ)ରେ ଏବେ ସୁଦ୍ଧା ଦେଶରେ ୬୨.୨୨ ଲକ୍ଷ ଲୋକଙ୍କୁ ବାସଗୃହ ମିଳିଛି। ଓଡ଼ିଶାରେ ଏହି ଯୋଜନାରେ ୧ ଲକ୍ଷ ୮ ହଜାର ହିତାଧିକାରୀ ଲାଭବାନ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ)ରେ ସାରା ଦେଶରେ ୨ କୋଟି ୪୦ ଲକ୍ଷ ୩୬ ହଜାର ଲୋକ ଲାଭାନ୍ବିତ ହୋଇଥିବା ବେଳେ ଓଡ଼ିଶାରେ ୧୮ ଲକ୍ଷ ଗ୍ରାମୀଣ ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ମିଳିଛି।

ସାମ୍ବାଦିକ ସମ୍ମିଳନୀ ପୂର୍ବରୁ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅଠାୱଲେ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରଣାଳୟ ଦ୍ବାରା କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ କେନ୍ଦ୍ରୀୟ ଯୋଜନାର ସମୀକ୍ଷା କରିଥିଲେ। ଏସବୁ ଯୋଜନାର ଅଗ୍ରଗତି ନେଇ ସେ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ।

ଭୁବନେଶ୍ବର ସାମ୍ବାଦିକ ସମ୍ମିଳନୀ
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026
Latest News

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.