Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଗଷ୍ଟ ୨୫ରେ ସ୍ମାର୍ଟ ଇଣ୍ଡିଆ ହାକାଥନର ଭବ୍ୟ ଉଦଯାପନ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଅଗଷ୍ଟ ୨୫ରେ ସ୍ମାର୍ଟ ଇଣ୍ଡିଆ ହାକାଥନର ଭବ୍ୟ ଉଦଯାପନ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ

August 23, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨୫ ତାରିଖ ରାତି ଆଠଟା ବେଳେ ସ୍ମାର୍ଟ ଇଣ୍ଡିଆ ହାକାଥନ-୨୦୨୨ର ଭବ୍ୟ ଉଦ୍ଯାପନୀ ସମାରୋହକୁ ଦୃଶ୍ୟ ଶ୍ରାବ୍ୟ ମାଧ୍ୟମରେ ସମ୍ବୋଧନ କରିବେ।

ବିଶେଷକରି ଯୁବ ମାନସ ମଧ୍ୟରେ ନବୋନ୍ମୋଷର ଉତ୍ସାହ ଜାଗ୍ରତ କରିବା ପ୍ରଧାନମନ୍ତ୍ରୀଙ୍କ ନିରବଚ୍ଛିନ୍ନ ଉଦ୍ୟମ ହୋଇ ରହି ଆସିଛି। ଏହାକୁ ଆଖି ଆଗରେ ରଖି ସ୍ମାର୍ଟ ଇଣ୍ଡିଆ ହାକାଥନ (ଏସଆଇଏଚ) ୨୦୧୭ ମସିହାରେ ଆରମ୍ଭ କରାଯାଇଥିଲା। ଏସଆଇଏଚ୍ ଏକ ଦେଶବ୍ୟାପୀ ପଦକ୍ଷେପ ଯେଉଁଥିରେ କି ଛାତ୍ରଛାତ୍ରୀମାନେ ସମାଜ, ସଂଗଠନ ଓ ସରକାର ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସୁଯୋଗ ପାଇଥାନ୍ତି। ଏଗୁଡ଼ିକ ନବୋନ୍ମୋଷ ସଂସ୍କୃତିର ପରିଚାଳନା, ସମସ୍ୟା ସମାଧାନ ଓ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅନୁସନ୍ଧାନ କୌଶଳ ବୃଦ୍ଧି କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି।

ଏସଆଇଏଚର ଲୋକପ୍ରିୟତା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏସଆଇଏଚରେ ପଞ୍ଜୀକୃତ ହେଉଥିବା ଦଳଗୁଡିକର ଚାରିଗୁଣ ବୃଦ୍ଧି ଏହାର ପ୍ରମାଣ। ପ୍ରଥମ ସଂସ୍କରଣରେ ୭୫୦୦ ଦଳ ଭାଗ ନେଇଥିବାବେଳେ ଚଳିତ ପଞ୍ଚମ ସଂସ୍କରଣରେ ଏହା ୨୯, ୬୦୦କୁ ବୃଦ୍ଧି ପାଇଛି।

ଏହି ବର୍ଷ ୧୫ହଜାରରୁ ଅଧିକ ଛାତ୍ରଛାତ୍ରୀ ଓ ସେମାନଙ୍କ ପୃଷ୍ଠପୋଷକ ୨୦୨୨ ଏସଆଇଏଚର ଭବ୍ୟ ସମାରୋହରେ ଯୋଗଦେବା ପାଇଁ ୭୫ଟି ଏହାର ମୁଖ୍ୟ କେନ୍ଦ୍ରଗୁଡିକୁ ଯାତ୍ରା କରିଛନ୍ତି। ୨୯୦୦ ବିଦ୍ୟାଳୟ ଓ ୨୨୦୦ ଉଚ୍ଚଶିକ୍ଷା ଅନୁଷ୍ଠାନର ଛାତ୍ରଛାତ୍ରୀ ୫୩ଟି ମନ୍ତ୍ରଣାଳୟର ୪୭୬ଟି ବିଭିନ୍ନ ସମସ୍ୟାର ସମାଧାନ କରିବେ। ଏଥିରେ ମନ୍ଦିର ଗାତ୍ରରେ ଖୋଦେଇ ଶିଳାଲିପିର ଅପ୍ଟିକାଲ କ୍ୟାରେକ୍ଟର ରେକଗନିସନ(ଓସିଆର) ଓ ଦେବନାଗରୀ ଲିପିରେ ଅନୁବାଦ ଓ ନଷ୍ଟ ହୋଇଯାଉଥିବା ସାମଗ୍ରୀର ରକ୍ଷଣାବେକ୍ଷଣ ସୂତ୍ର, ପାହାଡ ଉପତ୍ୟକାର ଥ୍ରୀଡି ମଡେଲ ହାଇ ରିଜୋଲେସନ, ବିପର୍ଯ୍ୟୟ ପ୍ରବଣ ଅଞ୍ଚଳରେ ଭିତ୍ତିଭୂମି ଓ ରାସ୍ତା ଅବସ୍ଥା ଇତ୍ୟାଦି ଅନ୍ତର୍ଭୁକ୍ତ।

ଚଳିତବର୍ଷ ସ୍ମାର୍ଟ ଇଣ୍ଡିଆ ହାକାଥନ-ଜୁନିୟର ମଧ୍ୟ ପ୍ରଦର୍ଶିତ ହୋଇଛି। ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ନବୋନ୍ମେଷ ସଂସ୍କୃତି ଓ ବିଦ୍ୟାଳୟସ୍ତରରେ ସମସ୍ୟା ସମାଧାନ ନେଇ ଦକ୍ଷ ହେବା ବା ଶିଖିବା ଏହାର ଉଦ୍ଦେଶ୍ୟ।

ଉଦଯାପନ ସମାରୋହ ନରେନ୍ଦ୍ର ମୋଦୀ ସ୍ମାର୍ଟ ଇଣ୍ଡିଆ ହାକାଥନ
Share. Facebook Twitter LinkedIn Email WhatsApp Copy Link

Related Posts

ମାଲକାନଗିରିରେ ସୁରକ୍ଷା ବାହିନୀର ବଡ଼ ସଫଳତା, ବିପୁଳ ମାଓ ସାମଗ୍ରୀ ଜବତ

June 28, 2026

କମିଶନରେଟ୍ ପୁଲିସ୍‌ ହାତରେ ୫ କୋଟି ଠକେଇର ମୋଷ୍ଟ ୱାଣ୍ଟେଡ୍ ଅଭିଯୁକ୍ତ

June 28, 2026

ଜମି ପାଇଁ ବାପା ଭାଇକୁ ହାଣିଲା ବଡ଼ ଭାଇ

June 28, 2026

କେନ୍ଦ୍ରମନ୍ତ୍ରୀଙ୍କୁ ୯୯ ଲକ୍ଷ ସବସିଡି ମିଳିଥିବା ଅଭିଯୋଗ: ଜାଣନ୍ତୁ ଏହି ଯୋଜନାରେ କିପରି ଉପକୃତ ହେବେ ଚାଷୀ?

June 28, 2026
Latest News

ମାଲକାନଗିରିରେ ସୁରକ୍ଷା ବାହିନୀର ବଡ଼ ସଫଳତା, ବିପୁଳ ମାଓ ସାମଗ୍ରୀ ଜବତ

June 28, 2026

କମିଶନରେଟ୍ ପୁଲିସ୍‌ ହାତରେ ୫ କୋଟି ଠକେଇର ମୋଷ୍ଟ ୱାଣ୍ଟେଡ୍ ଅଭିଯୁକ୍ତ

June 28, 2026

ଜମି ପାଇଁ ବାପା ଭାଇକୁ ହାଣିଲା ବଡ଼ ଭାଇ

June 28, 2026

କେନ୍ଦ୍ରମନ୍ତ୍ରୀଙ୍କୁ ୯୯ ଲକ୍ଷ ସବସିଡି ମିଳିଥିବା ଅଭିଯୋଗ: ଜାଣନ୍ତୁ ଏହି ଯୋଜନାରେ କିପରି ଉପକୃତ ହେବେ ଚାଷୀ?

June 28, 2026

ପେପର ଲିକ୍ ବିରୋଧରେ ଯୁବ କଂଗ୍ରେସର ମଶାଲ ରାଲି: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.