Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆରେ ଗାଜର ଘାସ ନିରାକରଣ ସଚେତନତା ସପ୍ତାହ ଉପଲକ୍ଷେ ପ୍ରଶ୍ନୋତର ଏବଂ ପ୍ରବନ୍ଧ ପ୍ରତିଯୋଗିତା
ଆଜିର ଖବର

ସୋଆରେ ଗାଜର ଘାସ ନିରାକରଣ ସଚେତନତା ସପ୍ତାହ ଉପଲକ୍ଷେ ପ୍ରଶ୍ନୋତର ଏବଂ ପ୍ରବନ୍ଧ ପ୍ରତିଯୋଗିତା

August 24, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସୋମବାର ଦିନ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ ଏଗ୍ରିକଲଚରାଲ ସାଇନ୍ସସେସ୍‌ରେ ଗାଜର ଘାସ ନିରାକରଣ ସଚେତନତା ସପ୍ତାହ ଉପଲକ୍ଷେ ପ୍ରଶ୍ନୋତର ଏବଂ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।

ଏହି ସମାପନ ଉତ୍ସବରେ ସୋଆର ଉପ-କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଆଡିସନାଲ ଡିନ (ରିସର୍ଚ୍ଚ) ପ୍ରଫେସର ପ୍ରିୟବ୍ରତ ପଟ୍ଟନାୟକ, ଆଇଏଏସର ଡିନ ପ୍ରଫେସର ବିଜୟ କୁମାର ସାହୁ, ଆଡିସନାଲ ଡିନ ପ୍ରଫେସର ସନ୍ତୋଷ କୁମାର ରାଉତ ଏବଂ ପ୍ରଫେସର ସରୋଜ କୁମାର ମହାନ୍ତି ପ୍ରମୁଖ ଅତିଥି ରୂପେ ଯୋଗ ଦାନ କରି କୃତି ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର ସହିତ ପୁରସ୍କାର ପ୍ରଦାନ କରିଥିଲେ।

ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କ ବୈଷୟିକ ଜ୍ଞାନ କୌଶଳ କିପରି ଭାବରେ ବୃଦ୍ଧି ପାଇପାରିବ ସେହି ବିଷୟରେ ବକ୍ତବ୍ୟ ରଖିଥିଲେ। ଅନ୍ୟ ଅତିଥିମାନେ ଗାଜର ଘାସର ହାନିକାରକ, ପ୍ରଭାବ ଏବଂ ଏହାର ସମନ୍ୱିତ ନିରାକରଣ ବିଷୟରେ ଆଲୋଚନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ଡଃ ଶୁଭପ୍ରଦ ଦାଶ, ପ୍ରଫେସର ସରୋଜ କୁମାର ମହାନ୍ତି, ପ୍ରଫେସର ବାସୁଦେବ ବେହେରା ଏବଂ ସତ୍ୟ ନାରାୟଣ ଶତପଥିଙ୍କ ଲିଖିତ ପ୍ରଚାର ପତ୍ରିକା ଉନ୍ମୋଚନ କରାଯାଇଥିଲା। ପ୍ରଶ୍ନୋତର ପ୍ରତିଯୋଗିତାରେ ତେଜସ୍ୱିନୀ ମଲ୍ଲିକ, ଅନ୍ୱେଷା ପଣ୍ଡା ଏବଂ ସମୀକ୍ଷା ପରିଡା ଯଥାକ୍ରମେ ପ୍ରଥମ, ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିଲେ। ସେହିପରି ପ୍ରବନ୍ଧ ପ୍ରତିଯୋଗିତାରେ ଅତୁଲ୍ୟ ଅରୁଣ ସେଠୀ , ତ୍ରୟମ୍ବକ ପଟ୍ଟନାୟକ ଏବଂ ଜୟଦୀପ ପଣ୍ଡା ଯଥାକ୍ରମରେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରି ଅତିଥିଙ୍କ ଠାରୁ ମାନପତ୍ର ସହିତ ପୁରସ୍କାର ଗ୍ରହଣ କରିଥିଲେ।

ଶେଷରେ ପ୍ରଫେସର ସନ୍ତୋଷ କୁମାର ରାଉତ ଔପଚାରିକ ଧନ୍ୟବାଦ ଜ୍ଞାପନ କରି ସଭା ସାଙ୍ଗ କରିଥିଲେ। ଏହି କାର୍ଯ୍ୟକ୍ରମରେ ଶତାଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ଭାରତୀୟ ତୃଣକ ବିଜ୍ଞାନ ସମାଜ (ଇଣ୍ଡିଆନ ସୋସାଇଟି ଅଫ ଉଇଡ ସାଇନ୍‌ସେସ) ଏବଂ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ ଏଗ୍ରିକଲଚରାଲ ସାଇନ୍‌ସେସ୍‌ର ମିଳିତ ସହଯୋଗରେ ଏହି କାର୍ଯ୍ୟକ୍ର୍ରମ କରାଯାଇଥିଲା।

ଏହି କାର୍ଯ୍ୟକ୍ରମକୁ ପ୍ରଫେସର ସରୋଜ କୁମାର ମହାନ୍ତି ସଂଯୋଜକ ଏବଂ ଡଃ ଶୁଭପ୍ରଦ ଦାଶ ସହ-ସଂଯୋଜକ ହିସାବରେ ପରିଚାଳନା କରିଥିଲେ। ପ୍ରଶ୍ନୋତର ଏବଂ ପ୍ରବନ୍ଧ ପ୍ରତିଯୋଗିତାକୁ ଡଃ ସ୍ତୁତି ଦେବପ୍ରିୟା ବେହେରା, ଡଃ ଜଗଦୀଶ ଜେନା, ଡଃ ବିଷ୍ଣୁପ୍ରିୟା ପାତ୍ର, ଡଃ ମନତୋଷ ଦାସ ବୈରାଗ୍ୟ, ଜିତେନ୍ଦ୍ର କୁମାର ନାୟକ, କୁମାର ସମ୍ଭବ ଗିରି, ଶ୍ୱେତା ରଥ ଏବଂ ଶୁଭମ ଆଚାର୍ଯ୍ୟ ପରିଚାଳନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ପ୍ରଫେସର ବାସୁଦେବ ବେହେରା, ପ୍ରଫେସର ବିଜୟ କୁମାର ମିଶ୍ର ଏବଂ ଅନ୍ୟାନ୍ୟ ଅଧ୍ୟାପକମାନେ ଉପସ୍ଥିତ ଥିଲେ।

ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026
Latest News

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.