Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଠିକା ସଫେଇ କର୍ମଚାରୀଙ୍କ ଦ୍ଵାରା ବାଲୁଗାଁ ଏନଏସି କାର୍ଯ୍ୟାଳୟ ଘେରାଉ
ଆଜିର ଖବର

ଠିକା ସଫେଇ କର୍ମଚାରୀଙ୍କ ଦ୍ଵାରା ବାଲୁଗାଁ ଏନଏସି କାର୍ଯ୍ୟାଳୟ ଘେରାଉ

August 26, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆଜି ପୂର୍ବାହ୍ନରେ ଶତାଧିକ ଠିକା ସଫେଇ କର୍ମଚାରୀ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଏନଏସି କାର୍ଯ୍ୟାଳୟ ଘେରାଉ କରିଛନ୍ତି। ଯାହାଫଳରେ ଏନଏସି କାର୍ଯ୍ୟାଳୟ ପରିସରରେ ଚାପା ଉତ୍ତେଜନା ଲାଗିରହିଥିବା ଦେଖିବାକୁ ମିଳିଛି।

ପରିମଳ ବ୍ୟବସ୍ଥା ନେଇ ସହରର ସ୍ଵଚ୍ଛତା ଓ ବିକଶିତ ଦିଗରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଥିବାବେଳେ ଏହାର ଘୋର ଅନିୟମିତତା ବାଲୁଗାଁ ଏନଏସିରେ ଦେଖିବାକୁ ମିଳୁଛି। ସ୍ଵଚ୍ଛତା ପାଇଁ ସରକାର ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ସାମଗ୍ରୀ ସାଙ୍ଗକୁ ଅନେକ କର୍ମଚାରୀ ନିୟୋଜିତ କରିଆସୁଛନ୍ତି। ଏପରିକି ଆଧୁନିକିକରଣ ଉପାୟରେ ଲୋକଙ୍କ ଘରୁ ସଫେଇ କର୍ମଚାରୀ ମାନେ ବିଭିନ୍ନ ପ୍ରକାର ଓଦା ଏବଂ ଶୁଖିଲା ଅଳିଆ ଆବର୍ଜନା ଆଣି ତାହାକୁ ଏକତ୍ର କରି କମ୍ପୋଷ୍ଟ କରିବାପାଇଁ ସବୁ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଛି। କିନ୍ତୁ ଏ ସବୁର ଘୋର ବ୍ୟାଘାତ ସୃଷ୍ଟି ହୋଇଛି ବାଲୁଗାଁ ଏନ୍ଏସିରେ, ଯାହାକି ସିଧାସଳଖ ପ୍ରଭାବ ପଡୁଛି ବାଲୁଗାଁ ବାସିନ୍ଦାଙ୍କ ଉପରେ।

ସୂଚନା ମୁତାବକ ବାଲୁଗାଁ ଏନ୍ଏସି ଅଞ୍ଚଳରେ ସଫେଇ କାର୍ଯ୍ୟ ପାଇଁ ଏନ୍ଏସି ଏବଂ ଏଲ୍ ଆଣ୍ଡ କେ ସର୍ଭିସ ନାମକ ଏକ ଘରୋଇ ସଂସ୍ଥା ମଧ୍ୟରେ ଚୁକ୍ତି ପତ୍ର ହୋଇଛି। ଚୁକ୍ତି ଅନୁସାରେ ଉକ୍ତ କମ୍ପାନୀ ବାଲୁଗାଁ ସହରକୁ ପରିଷ୍କାର ପରିଚ୍ଛନ୍ନ କରିବା ପାଇଁ ଦୈନିକ ୩୨୬ ଟଙ୍କା ଦେୟରେ ସମୁଦାୟ ୬୫ଜଣ ଠିକା କର୍ମଚାରୀଙ୍କୁ ନିୟୋଜିତ କରିଛନ୍ତି। ଏବଂ ଏମାନଙ୍କୁ ତଦାରଖ କରିବା ପାଇଁ ଦୁଇ ଜଣ ସୁପରଭାଇଜରଙ୍କୁ ନିଯୁକ୍ତି କରାଯାଇଛି।

ସଫେଇ କର୍ମଚାରୀଙ୍କ କହିବା ମୁତାବକ ଆମେ ଦୀର୍ଘ ଦିନ ହେଲା କାମ କରି ଆସୁଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ ଆମକୁ କୌଣସି ପ୍ରକାରର ସଫେଇ କାର୍ଯ୍ୟରେ ବ୍ୟବହୃତ ସାମଗ୍ରୀ ଯୋଗାଇ ଦିଆଯାଉ ନାହିଁ। ୱାର୍ଡ ୱାର୍ଡ ବୁଲି ଖାଲି ହାତରେ ଅଳିଆ ଆବର୍ଜନା ଗୋଟାଉଛୁ।ଏପରିକି ଠେଲା ଗାଡିର ମଧ୍ୟ କୌଣସି ବ୍ୟବସ୍ଥା କରାଯାଇନାହିଁ।

ଏସବୁ ଅଭିଯୋଗ ନେଇ ଏନଏସି କାର୍ଯ୍ୟ ନିର୍ବାହି ଅଧିକାରିଣୀଙ୍କୁ ଏସମ୍ବନ୍ଧରେ ଏବଂ ମାସିକ ପ୍ରାପ୍ୟ ବିଷୟରେ ଗୁହାରି କରିବାକୁ ଯାଇଥିବା ବେଳେ ଆମକୁ ଜାତିଆଣ ଆକ୍ଷେପ କରି କାର୍ଯ୍ୟାଳୟରୁ ଫେରାଇ ଦେଉଛନ୍ତି। ଏହାର ଯଦି ସ୍ଥାୟୀ ସମାଧାନ ନ ହୁଏ ତେବେ ଆଗାମୀ ଦିନରେ କେହି କାମ କରିବାକୁ ଯିବେ ନାହିଁ ବୋଲି ସଫେଇ କର୍ମଚାରୀମାନେ ରୋକଠୋକ ମନା କରିଦେଇଛନ୍ତି।

ଏସମ୍ବନ୍ଧରେ ବାଲୁଗାଁ ଏନ୍ଏସି କାର୍ଯ୍ୟ ନିର୍ବାହୀ ଅଧିକାରିଣୀ ସ୍ଵପ୍ନା ରାଣି ପାଢୀଙ୍କୁ ଯୋଗାଯୋଗ କରିବାରେ କୌଣସି ଜାତିଗତ ଆକ୍ଷେପ କରିନଥିବା କହିଛନ୍ତି। ଏଥିସହିତ ଆଜି ଯେଉଁ ସମସ୍ୟା ଉପୁଜିଛି ସେନେଇ ଏନ୍ଏସି ତରଫରୁ ଉକ୍ତ କମ୍ପାନୀକୁ ତାଗିଦ କରିଛନ୍ତି। ଏବଂ ଏହାର ଯଥାଶୀଘ୍ର ସମାଧାନ କରାଯିବା ସହ ଆଗାମି ଦିନରେ ଏପରି ବିଶୃଙ୍ଖଳା ସୃଷ୍ଟି ନହେବା ଦିଗରେ ଧ୍ୟାନ ଦେବେ ବୋଲି ଶ୍ରୀମତୀ ପାଢ଼ୀ କହିଛନ୍ତି।

ଏନଏସି କାର୍ଯ୍ୟାଳୟ ବାଲୁଗାଁ ସଫେଇ କର୍ମଚାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026
Latest News

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.