Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଲ୍ଲାସ୍ତରୀୟ ଜାତୀୟ କ୍ରୀଡା ଦିବସ ପାଳିତ
ଆଜିର ଖବର

ଜିଲ୍ଲାସ୍ତରୀୟ ଜାତୀୟ କ୍ରୀଡା ଦିବସ ପାଳିତ

August 29, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ହେଉଛି ଜାତୀୟ କ୍ରୀଡା ଦିବସ। ହକି କିମ୍ବଦନ୍ତୀ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମବାର୍ଷିକୀ ସ୍ମୃତି ଅବସରରେ ଏହି ଦିବସ ପାଳନ କରାଯାଉଛି। ଏହି ଅବସରରେ ଏକ ସଚେତନତା ଶୋଭାଯାତ୍ରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରି ସହର ପରିକ୍ରମା କରିଥିଲା। ଏହାକୁ ଜିଲ୍ଲା ଶିକ୍ଷାଧିକାରୀ ବିଶ୍ବନାଥ ତରାଇ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ଶୋଭାଯାତ୍ରାରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ସାମିଲ ଥିଲେ।

ପ୍ରାରମ୍ଭରେ କ୍ରୀଡା ଉପରେ ଏକ ସଭା ଓ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। କ୍ରୀଡା ହେଉଛି ଜୀବନର ଆବଶ୍ୟକତା। ଚିତ୍ତ ବିନୋଦନ ସହ ସୁସ୍ଥ ରହିବା ନିମନ୍ତେ କ୍ରୀଡା ହେଉଛି ମହୋଷଧି। ଲକ୍ଷ ହାସଲ ହେଉଛି କ୍ରୀଡାର ମୌଳିକତା ଏବଂ ଯାହାକୁ ପାଥେୟ କରି ଜୀବନରେ ଅନେକ ଶିକ୍ଷଣୀୟ କଥା ଅନୁଭବ କରାଯାଇପାରେ। ଅନେକ ଭଲ ଛାତ୍ର ପାଠପଢା ବ୍ୟତୀତ କ୍ରୀଡାରେ ନିଜର କ୍ୟାରିୟର ଗଠନ କରିବାକୁ ଆଗ୍ରହୀ ହେବା ଅନେକ ଉଜ୍ଜଳ ଉଦାହରଣ ରହିଛି।

ସେହିଭଳି କ୍ରୀଡା କ୍ଷେତ୍ରରେ ଉଭୟ ପୁରୁଷ ଓ ମହିଳାଙ୍କ ସମେତ ଦିବ୍ୟାଙ୍ଗ ମାନଙ୍କ ପାଇଁ ସମାନ ସୁଯୋଗ ରହିଛି। ପୂର୍ବାପେକ୍ଷା ବିଭିନ୍ନ କ୍ରୀଡାର ପରିସର ବ୍ୟାପକ ହେଉଥିବା ଦୃଷ୍ଟିରୁ ପେଶାଦାର ମାନଙ୍କ ପାଇଁ ମଧ୍ୟ ଏହା ସମ୍ମାନ ସହ ରୋଜଗାର ଦେବାର ଏକ ମାଧ୍ୟମ ପାଲଟିଛି। ବିଦ୍ୟାଳୟ ସ୍ତରରୁ କ୍ରୀଡା ଭିତ୍ତିଭୂମି ସୁଦୃଢ କରିବା ନିମନ୍ତେ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏହାକୁ ଉପଯୋଗ କରି ଜଣେ ସଫଳ କ୍ରୀଡାବିଦ୍ ହୋଇପାରିବ ବୋଲି ଉପସ୍ଥିତ ଅତିଥି ମାନେ ମତବ୍ୟକ୍ତ କରିଥିଲେ।

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା କ୍ରୀଡାଧିକାରୀ ଅଜୟ କୁମାର ବେହେରା, ବ୍ଲକ ଶିକ୍ଷାଧିକାରୀ ସନ୍ଧ୍ୟାରାଣୀ ରାଉତ, ଜିଲ୍ଲା ଶାରୀରିକ କ୍ରୀଡା ନିରୀକ୍ଷକ ପଠାଣି ଆଗ୍ରା ସିଂ, କ୍ରୀଡା ସମୀକ୍ଷକ ଆଶିଷ ରାୟ ପ୍ରମୁଖ ଉପସ୍ଥିତ ଥିଲେ।

ଖୋର୍ଦ୍ଧା ଜିଲ୍ଲା ଜାତୀୟ କ୍ରୀଡା ଦିବସ ମେଜର ଧ୍ୟାନଚାନ୍ଦ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ହେଉଛି ସେପ୍ଟେମ୍ବର ୧୭ ତାରିଖ: ଏହି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ଶୁଭ ଖବର

September 17, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ରେଳ ଷ୍ଟେସନ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା

September 16, 2026
Latest News

ଆଜି ହେଉଛି ସେପ୍ଟେମ୍ବର ୧୭ ତାରିଖ: ଏହି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ଶୁଭ ଖବର

September 17, 2026

ୱେଷ୍ଟଇଣ୍ଡିଜ୍ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଆକିବ୍ ଏବଂ ନମନ ଧୀରଙ୍କୁ ସୁଯୋଗ

September 16, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ରେଳ ଷ୍ଟେସନ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.