ଆଜି ରାଜ୍ୟରେ ୨୦୦ ତଳକୁ ଖସିଲା ସଂକ୍ରମଣ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ ଚିହ୍ନଟ

Published: Sep 3, 2022, 10:32 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୭୪ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୩ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୦୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୪

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୧

ବୌଦ୍ଧ ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ- ୨୦

ଦେବଗଡ ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ- ୬

ଝାରସୁଗୁଡା ଜିଲ୍ଲାରୁ- ୧

କଳାହାଣ୍ଡି ଜିଲ୍ଲାରୁ- ୨

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରପଡା ଜିଲ୍ଲାରୁ- ୫

ଖୋର୍ଦ୍ଧା ଜିଲ୍ଲାରୁ- ୫୫

କୋରାପୁଟ ଜିଲ୍ଲାରୁ- ୧

ମାଲକାନଗିରି ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୮

ନବରଙ୍ଗପୁର ଜିଲ୍ଲାରୁ- ୫

ନୟାଗଡ ଜିଲ୍ଲାରୁ- ୭

ନୂଆପଡା ଜିଲ୍ଲାରୁ- ୫

ପୁରୀ ଜିଲ୍ଲାରୁ- ୯

ରାୟଗଡା ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୧

ସୁନ୍ଦରଗଡ ଜିଲ୍ଲାରୁ- ୧୦

ଷ୍ଟେଟ ପୁଲରୁ- ୧୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୮ ହଜାର ୨୪୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୭ ହଜାର ୨୭୮ ଏବଂ ବର୍ତ୍ତମାନ ୧୭୩୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts